Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 12:10 - ପବିତ୍ର ବାଇବଲ

10 ଅତଏବ ମୋ'ଠାରେ ଦୁର୍ବଳତା ଥିଲେ ମୁଁ ଆନନ୍ଦିତ ହୁଏ। କେବଳ ଖ୍ରୀଷ୍ଟଙ୍କ ସକାଶେ ଯେତେବେଳେ ମୁଁ ଅପମାନିତ ହୁଏ, ମୁଁ କଠିନ ସମୟ ଦେଇ ଗତି କରେ, ଯେତେବେଳେ ମୋର କଷ୍ଟ ଥାଏ ବା ଯେତେବେଳେ ମୋର ସମସ୍ୟା ଥାଏ, ସେତେବେଳେ ମୁଁ ଆନନ୍ଦ କରେ। ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ପ୍ରକୃତରେ ଅତି ସବଳ, ଏଥିପାଇଁ ଅତିଶୟ ଆନନ୍ଦ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।

Gade chapit la Kopi

ଓଡିଆ ବାଇବେଲ

10 ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ସୁତରାଂ ଖ୍ରୀଷ୍ଟଙ୍କ ନିମନ୍ତେ ସମସ୍ତ ପ୍ରକାର ଦୁର୍ବଳତା, ଅପମାନ, କ୍ଳେଶ, ନିର୍ଯ୍ୟାତନା ଓ ଆପଦ ବିପଦ ମୁଁ ଖୁସିରେ ବରଣ କରେ, କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ଶକ୍ତିମାନ୍।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।

Gade chapit la Kopi




୨ କରିନ୍ଥୀୟ 12:10
29 Referans Kwoze  

କିନ୍ତୁ ପ୍ରଭୁ ମୋତେ କହିଲେ, “ତୁମ୍ଭ ପାଇଁ ମୋର ଅନୁଗ୍ରହ ଯଥେଷ୍ଟ। ଯେତେବେଳେ ତୁମ୍ଭେ ଦୁର୍ବଳ, ସେତେବେଳେ ମୋର ଶକ୍ତି ତୁମ୍ଭଠାରେ ପରିପୂର୍ଣ୍ଣତା ଭାବେ ଦେଖା ଦିଏ।” ଅତଏବ ମୁଁ ମୋର ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବାରେ ଆନନ୍ଦ ପାଏ। ଏହା ଦ୍ୱାରା ଖ୍ରୀଷ୍ଟଙ୍କର ଶକ୍ତି ମୋ'ଠାରେ ରହିଥିବ।


ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁହେ, ପ୍ରଭୁଙ୍କଠାରେ ଓ ତାହାଙ୍କର ମହାନ ଶକ୍ତିରେ ବଳବାନ ହୁଅ।


ଆମ୍ଭେମାନେ ଆମ୍ଭର କ୍ଳେଶଗୁଡ଼ିକ ଥାଇ ମଧ୍ୟ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ଧୈର୍ଯ୍ୟବାନ କରାଏ।


ଏହା ସତ୍ୟ ଯେ, ଯେତେବେଳେ ଖ୍ରୀଷ୍ଟ କ୍ରୁଶ ଉପରେ ଚଢ଼ିଲେ ସେତେବେଳେ ସେ ଦୁର୍ବଳ ଥିଲେ, କିନ୍ତୁ ଏବେ ପରମେଶ୍ୱରଙ୍କ ମହାଶକ୍ତିରେ ସେ ଜୀବିତ। ଆମ୍ଭେ ମଧ୍ୟ ଖ୍ରୀଷ୍ଟଙ୍କଠାରେ ଦୁର୍ବଳ ଅଟୁ। କିନ୍ତୁ ପରମେଶ୍ୱରଙ୍କ ଶକ୍ତିରେ ଆମ୍ଭେ ଖ୍ରୀଷ୍ଟଙ୍କ ତୁଲ୍ୟ ଜୀବିତ ହୋଇ ଉଠିବା। ନିଜକୁ ତନ୍ନ ତନ୍ନ କରି ଦେଖ।


ମୋ’ ଭାଇ ଓ ଭଉଣୀମାନେ, ତୁମ୍ଭେମାନେ ଅନେକ ପ୍ରକାରର ଅସୁବିଧାର ସମ୍ମୁଖୀନ ହେବ। କିନ୍ତୁ ଏପରି ହେଲାବେଳେ ତୁମ୍ଭେମାନେ ଅଧିକ ଖୁସୀ ହେବା ଉଚିତ୍।


ବରଂ ପରମେଶ୍ୱରଙ୍କ ସେବକ ରୂପରେ ଆମ୍ଭେମାନେ ପ୍ରତ୍ୟେକ ଭାବରେ ନିଜକୁ ଭଲ ପ୍ରମାଣିତ କରୁ ଓ ଦୁଃଖ, କଷ୍ଟ ତଥା ବଡ଼ ସମସ୍ୟା ମଧ୍ୟରେ ଅନେକ କଠୋର ତଥା ଧୈର୍ଯ୍ୟପୂର୍ବକ ସହୁ।


ପ୍ରେରିତମାନେ ମହାସଭା ଛାଡ଼ି ଗ୍ଭଲିଗଲେ। ସେମାନେ ଖୁସୀ ହେଲେ ଯେ, ସେମାନଙ୍କୁ ଯୀଶୁଙ୍କ ନାମରେ ଅପମାନ ସହିବାକୁ ଯୋଗ୍ୟ ବିବେଚିତ କରାଯାଇଛି।


ଯଦି ତୁମ୍ଭେମାନେ ବଳବାନ ଆମ୍ଭେ ଦୁର୍ବଳ ହେବାରେ ଆନନ୍ଦିତ। ଆମ୍ଭେ ପ୍ରାର୍ଥନା କରୁ ଯେ ତୁମ୍ଭେମାନେ ଅଧିକରୁ ଅଧିକ ଶକ୍ତିଶାଳୀ ହୋଇ ଯାଅ।


ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ୱନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ୟ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ୱନା ପ୍ରଦାନ କରି ପାରିବା। ଆମ୍ଭକୁ ପରମେଶ୍ୱର ଯେଉଁ ପ୍ରକାର ସାନ୍ତ୍ୱନା ଦିଅନ୍ତି, ଆମ୍ଭେ ସେହିମାନଙ୍କୁ ସେହି ପ୍ରକାର ସାନ୍ତ୍ୱନା ପ୍ରଦାନ କରି ପାରିବା।


“ମନୁଷ୍ୟପୁତ୍ରଙ୍କ ଯୋଗୁଁ ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ସେମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ତୁମ୍ଭମାନଙ୍କୁ ଅପମାନ ଦେବେ, ତୁମ୍ଭମାନଙ୍କ ବିଷୟରେ ମନ୍ଦ କଥା କହି ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରିଦେବେ, ଯେତେବେଳେ ଏହା ଘଟିବ, ତୁମ୍ଭେ ଧନ୍ୟ ହେବ।


ଖ୍ରୀଷ୍ଟ ସମସ୍ତଙ୍କ ପାଇଁ ମରିବାର ଉଦ୍ଦେଶ୍ୟ ହେଉଛି ଯେ ଯେଉଁ ଲୋକମାନେ ଜୀବିତ, ଏହା ପରେ ସେମାନେ ନିଜ ପାଇଁ ଜୀବିତ ନ ରୁହନ୍ତି, ବରଂ ଯିଏ ମରି ଯାଇଥିଲେ ଓ ପୁନର୍ବାର ସେମାନଙ୍କ ପାଇଁ ଉ‌‌ତ୍‌‌ଥିତ ହେଲେ, ସେହି ଖ୍ରୀଷ୍ଟଙ୍କ ପାଇଁ ଜୀବିତ ରୁହନ୍ତୁ।


ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା ଛୋଟ ଛୋଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନାରେ ଅତି ମହାନ୍।


ଲୋକମାନେ ମୋ’ ଯୋଗୁଁ ତୁମ୍ଭ ପ୍ରତି ଏଭଳି ବ୍ୟବହାର କରିବେ। କାରଣ ସେମାନେ ମୋର ପ୍ରେରଣକର୍ତ୍ତାଙ୍କୁ ଜାଣନ୍ତି ନାହିଁ।


ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହୋଇଛୁ। କିନ୍ତୁ ତୁମ୍ଭେମାନେ ନିଜକୁ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭେମାନେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ।


ମୁଁ ଜାଣେ ତୁମ୍ଭର ବହୁତ ଧୈର୍ଯ୍ୟ ଅଛି କାରଣ ତୁମ୍ଭେ ମୋ’ ନାମ ନିମନ୍ତେ କଷ୍ଟ ସହିଛି ଓ ଏସବୁ କରିବାରେ ତୁମ୍ଭେ କ୍ଳାନ୍ତ ହୋଇ ପଡ଼ି ନାହଁ।


କାରଣ ଯେଉଁ ଲୋକ, ପ୍ରଭୁଙ୍କଦ୍ୱାରା ଭଲ ବୋଲି ଗୃହୀତ ହୁଏ, ସେହି ଲୋକ ଭଲ ବୋଲି ସ୍ୱୀକୃତ ହୁଏ, କିନ୍ତୁ ଯିଏ ନିଜେ ନିଜକୁ ଭଲ ବୋଲି ମନେ କରେ, ସେ ଲୋକ ଭଲ ବୋଲି ସ୍ୱୀକୃତ ହୁଏ ନାହିଁ।


ତୁମ୍ଭମାନଙ୍କଠାରେ ପରସ୍ପର ପ୍ରତି ଥିବା ପ୍ରେମ ଭାବ ମଧ୍ୟ ବୃଦ୍ଧି ପାଉଛି। ଅତଏବ, ପରମେଶ୍ୱରଙ୍କର ଅନ୍ୟ ମଣ୍ଡଳୀମାନଙ୍କଠାରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରୁ। ଯେପ୍ରକାରେ ତୁମ୍ଭେମାନେ ଦୃଢ଼ ରହିଛ ଏବଂ ତୁମ୍ଭର ବିଶ୍ୱାସ ରହିଛି, ଆମ୍ଭେ ଏହା ବିଷୟରେ ପରମେଶ୍ୱରଙ୍କ ଅନ୍ୟ ମଣ୍ଡଳୀ ଗୁଡ଼ିକରେ କହୁ। ତୁମ୍ଭେମାନେ ଦୁଃଖ କଷ୍ଟ ଓ ଅନେକ ଅସୁବିଧାର ସମ୍ମୁଖୀନ ହେଉଛ; କିନ୍ତୁ ତୁମ୍ଭେମାନେ ନିଜର ଦୃଢ଼ତା ଓ ବିଶ୍ୱାସ ଆଦୌ ନ ହରାଇ ଆଗେଇ ଗ୍ଭଲିଛ।


ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ନିମନ୍ତେ କେବଳ ପରମେଶ୍ୱର ତୁମ୍ଭକୁ ସୁଯୋଗ ଦେଇଛନ୍ତିା ତାହା ଯଥେଷ୍ଟ ନୁହେଁ, ଖ୍ରୀଷ୍ଟଙ୍କ ପାଇଁ ଦୁଃଖ ଭୋଗ କରିବା ନିମନ୍ତେ ମଧ୍ୟ ତୁମ୍ଭମାନଙ୍କୁ ସୁଯୋଗ ଦେଇଛନ୍ତି। ଏହି ଉଭୟ ବିଷୟ ଯୀଶୁ ଖ୍ରୀଷ୍ଟଙ୍କୁ ଗୌରବାନ୍ୱିତ କରେ।


ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମୋତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦେହ ସ୍ୱରୂପ ମଣ୍ଡଳୀ ମାଧ୍ୟମରେ କେତେକ କଷ୍ଟ ଭୋଗିବା ବାକି ଥିଲା। ସେଗୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମୋର ଅଂଶ ମୁଁ ମୋ’ ଦେହରେ ଗ୍ରହଣ କରୁଛି।


ତୁମ୍ଭମାନଙ୍କ ବିଷୟରେ ମୋର ଏହି ଦୃଢ଼ବୋଧ ଅଛି। ମୁଁ ତୁମ୍ଭ ପାଇଁ ବହୁତ ଗର୍ବିତ। ତୁମ୍ଭେମାନେ ମୋତେ ଅଧିକ ଉତ୍ସାହ ଦେଇଥାଅ। ସେଥିପାଇଁ ସମସ୍ତ ଯାତନା ଭିତରେ ମଧ୍ୟ ମୋର ଆନନ୍ଦ କହିଲେ ନ ସରେ।


ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ୱରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଗ୍ଭର କରୁ ନାହୁଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଗ୍ଭର କରୁଛୁ। ନିଜ ବିଷୟରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସେବକ।


ସେ ଆମ୍ଭ ମାଧ୍ୟମରେ ପୃଥିବୀର ଲୋକମାନଙ୍କୁ ଡାକୁଛନ୍ତି। ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ପୁନର୍ମିଳିତ ହେବା ପାଇଁ ଅନୁରୋଧ କରୁ,


ତୁମ୍ଭେମାନେ ମୋ’ ପ୍ରତି ନିର୍ଯ୍ୟାତନାଗୁଡ଼ିକ ଓ ମୋର ଦୁଃଖଗୁଡ଼ିକ ବିଷୟରେ ଜାଣିଛ। ଆନ୍ତିୟଖିଆ, ଇକନିୟ ଓ ଲୁସ୍ତ୍ରାରେ ମୋ’ ପ୍ରତି ଯାହାସବୁ ଘଟିଲା, ତୁମ୍ଭେ ତାହା ଜାଣିଛ। ସେହି ସ୍ଥାନଗୁଡ଼ିକରେ ମୁଁ କିପରି ନିର୍ଯ୍ୟାତନା ଭୋଗ କଲି, ତାହା ତୁମ୍ଭେ ଜାଣିଛ। କିନ୍ତୁ ସେହିସବୁ କଷ୍ଟରୁ ପରମେଶ୍ୱର ମୋତେ ରକ୍ଷା କଲେ।


Swiv nou:

Piblisite


Piblisite