Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 12:12 - ପବିତ୍ର ବାଇବଲ

12 ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ, ଜଣେ ପ୍ରେରିତ ବୋଲି ପ୍ରମାଣିତ କରୁଥିବା କାମ ମୁଁ କରିଥିଲି। ମୁଁ ନାନାଦି ଚିହ୍ନ, ଅ‌ଦ୍‌ଭୂତ ଓ ଆଶ୍ଚର୍ଯ୍ୟଜନକ କାମ ଦେଖାଇଥିଲି। ଏ ସବୁ ମୁଁ ଅନେକ ଧୈର୍ଯ୍ୟର ସହିତ କରିଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ଵରୂପ, ସେହିସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

12 ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହି ସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ତୁମ୍ଭମାନଙ୍କ ମଧ୍ୟରେ ଧୈର୍ଯ୍ୟର ସହ ଅନେକ ଅଲୌକିକ କାର୍ଯ୍ୟ ସାଧନ କରି ଅନେକ ଅଦ୍ଭୁତ ବିଷୟ ଦ୍ୱାରା ମୁଁ ଯେ ପ୍ରକୃତରେ ଜଣେ ପ୍ରେରିତ ଶିଷ୍ୟ, ଏହାର ନିଦର୍ଶନ ଦେଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହିସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି।

Gade chapit la Kopi




୨ କରିନ୍ଥୀୟ 12:12
9 Referans Kwoze  

ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ଯ୍ୟଗୁଡ଼ିକୁ ଛାଡ଼ି ଦେଇଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ୱରଙ୍କ ବାକ୍ୟରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ୟକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହା ଦ୍ୱାରା ଲୋକମାନଙ୍କଠାରେ ଆମ୍ଭେ ନିଜର ବ୍ୟକ୍ତିତ୍ୱ ପ୍ରତିପାଦନ କରୁଛୁ, ଯାହାଦ୍ୱାରା ସମସ୍ତେ ନିଜ ହୃଦୟରେ ଜାଣି ପାରିବେ ଯେ, ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭେମାନେ ସତ୍ୟ ବାକ୍ୟ ପ୍ରଗ୍ଭର କରୁଅଛୁ।


ଏହା ସତ୍ୟ ଯେ ମୁଁ ପ୍ରଶିକ୍ଷିତ ବକ୍ତା ନୁହେଁ, କିନ୍ତୁ ମୋର ଜ୍ଞାନ ଅଛି। ଆମ୍ଭେ ଏହି କଥାଟିକୁ ତୁମ୍ଭମାନଙ୍କୁ ସବୁ ପ୍ରକାରେ ସ୍ପଷ୍ଟ ଭାବରେ ଦେଖାଇ ଦେଇଛୁ।


କାରଣ ଆମ୍ଭେ ଯେଉଁ ଯୀଶୁଙ୍କ ପ୍ରଗ୍ଭର କରିଛୁ, ତାହାଠାରୁ ଭିନ୍ନ କଥା କେହି ଯୀଶୁଙ୍କର ବିଷୟରେ ପ୍ରଗ୍ଭର କଲେ, ଅଥବା ଆମ୍ଭଠାରୁ ଯେଉଁ ପବିତ୍ରଆତ୍ମା ବା ସୁସମାଗ୍ଭର ବିଷୟରେ ତୁମ୍ଭେମାନେ ଶୁଣିଛ, ତା'ଠାରୁ ଭିନ୍ନ ଅନ୍ୟ ଆତ୍ମା ବା ସୁସମାଗ୍ଭର ବିଷୟରେ ଯେତେବେଳେ ସେମାନେ କୁହନ୍ତି, ସେତେବେଳେ ତୁମ୍ଭେମାନେ ଧୈର୍ଯ୍ୟ ପୂର୍ବକ ସେମାନଙ୍କଠାରୁ ଶୁଣୁଛ।


ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ବିଭିନ୍ନ ଭାଷାଗୁଡ଼ିକରେ କଥା କହିବାର ଦାନ ପାଇଛି ବୋଲି ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉଛି।


ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେମାନେ ଅଲୌକିକ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ ନ ଦେଖିଲେ ତୁମ୍ଭେମାନେ ମୋତେ ବିଶ୍ୱାସ କରିବ ନାହିଁ।”


Swiv nou:

Piblisite


Piblisite