Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 12:9 - ପବିତ୍ର ବାଇବଲ

9 କିନ୍ତୁ ପ୍ରଭୁ ମୋତେ କହିଲେ, “ତୁମ୍ଭ ପାଇଁ ମୋର ଅନୁଗ୍ରହ ଯଥେଷ୍ଟ। ଯେତେବେଳେ ତୁମ୍ଭେ ଦୁର୍ବଳ, ସେତେବେଳେ ମୋର ଶକ୍ତି ତୁମ୍ଭଠାରେ ପରିପୂର୍ଣ୍ଣତା ଭାବେ ଦେଖା ଦିଏ।” ଅତଏବ ମୁଁ ମୋର ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବାରେ ଆନନ୍ଦ ପାଏ। ଏହା ଦ୍ୱାରା ଖ୍ରୀଷ୍ଟଙ୍କର ଶକ୍ତି ମୋ'ଠାରେ ରହିଥିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ସେ ମୋତେ କହିଅଛନ୍ତି, ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ। ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋʼ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଞ୍ଚ ମୋହର ଦୁର୍ବଳତାରେ ଦର୍ପ କରିବି।

Gade chapit la Kopi

ଓଡିଆ ବାଇବେଲ

9 ଆଉ, ସେ ମୋତେ କହିଅଛନ୍ତି, ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ । ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 କିନ୍ତୁ ସେ ମୋତେ କହିଲେ, “ମୋର ଅନୁଗ୍ରହ ତୁମ ନିମନ୍ତେ ଯଥେଷ୍ଟ, ତୁମେ ଦୁର୍ବଳ ହେଲାବେଳେ ମୋର ଶକ୍ତି ସମ୍ପୁର୍ଣ୍ଣ ଭାବରେ ପ୍ରକାଶିତ ହୁଏ।” ତେଣୁ ଖ୍ରୀଷ୍ଟଙ୍କ ଶକ୍ତି ମୋ’ଠାରେ ଅଧିଷ୍ଠାନ କରିବା ନିମନ୍ତେ ମୁଁ ମୋ’ ଦୁର୍ବଳତା ପାଇଁ ଅଧିକ ଦର୍ପ କରିବି ଓ ଆନନ୍ଦିତ ହେବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।

Gade chapit la Kopi




୨ କରିନ୍ଥୀୟ 12:9
38 Referans Kwoze  

ଖ୍ରୀଷ୍ଟଙ୍କଠାରୁ ମୋତେ ଶକ୍ତି, ପ୍ରଦତ୍ତ ହୋଇଥିବାରୁ, ତାଙ୍କ ମାଧ୍ୟମରେ ମୁଁ ସବୁକିଛି କରିବାକୁ ସକ୍ଷମ।


ଅତଏବ ମୋ'ଠାରେ ଦୁର୍ବଳତା ଥିଲେ ମୁଁ ଆନନ୍ଦିତ ହୁଏ। କେବଳ ଖ୍ରୀଷ୍ଟଙ୍କ ସକାଶେ ଯେତେବେଳେ ମୁଁ ଅପମାନିତ ହୁଏ, ମୁଁ କଠିନ ସମୟ ଦେଇ ଗତି କରେ, ଯେତେବେଳେ ମୋର କଷ୍ଟ ଥାଏ ବା ଯେତେବେଳେ ମୋର ସମସ୍ୟା ଥାଏ, ସେତେବେଳେ ମୁଁ ଆନନ୍ଦ କରେ। ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ପ୍ରକୃତରେ ଅତି ସବଳ, ଏଥିପାଇଁ ଅତିଶୟ ଆନନ୍ଦ କରେ।


ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିଯୁକ୍ତ ହେବା ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ସେହି ଶକ୍ତି ପ୍ରଦାନ କରିବେ।


ମନେରଖ, ମୁଁ ତୁମ୍ଭକୁ ସାହସୀ ଓ ଶକ୍ତିଶାଳୀ ହେବା ପାଇଁ ନିର୍ଦ୍ଦେଶ ଦେଇଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହୁଅ ନାହିଁ, କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”


ତୁମ୍ଭେ ଯେତେବେଳେ ଦୁଃଖରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବୁ। ଜଳ ମଧ୍ୟରେ ଗମନ କଲାବେଳେ ତୁମ୍ଭର ସଙ୍ଗୀ ହେବୁ। ଫଳରେ ତୁମ୍ଭେ ଜଳରେ ମଗ୍ନ ହେବ ନାହିଁ। ଅଗ୍ନିରେ ଗମନ କଲାବେଳେ ଦ‌ଗ୍‌ଧିଭୂତ ହେବ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।


କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।


ଆମ୍ଭେମାନେ ଉପଯୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ୱରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାଯାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।


ଯାହା କୌଣସି ବ୍ୟକ୍ତିକୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମୁଁ ଏହିଭଳି ଲୋକ ପାଇଁ ଗର୍ବ କରିବାକୁ ଇଚ୍ଛା କରୁଛି, କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ, ମାତ୍ର ମୋହର ଦୁର୍ବଳତାରେ ଦର୍ପ କରିବି।


କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ମୁଁ ଆଜି ଏହା ହୋଇପାରିଛି। ମୋ’ ପ୍ରତି ତାହାଙ୍କ ଅନୁଗ୍ରହ ବିଫଳ ହୋଇ ନାହିଁ। ମୁଁ ଅନ୍ୟ ସମସ୍ତ ପ୍ରେରିତଙ୍କ ତୁଳନାରେ କଠୋର ପରିଶ୍ରମ କରିଛି। ମୁଁ ପ୍ରକୃତରେ ଯେ ଅଧିକ ପରିଶ୍ରମ କରିଅଛି, ତାହା ନୁହେଁ କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ଏହା କରିପାରିଛି।


ତୁମ୍ଭ ବିଶ୍ୱାସ ମନୁଷ୍ୟର ଜ୍ଞାନର ନ ହୋଇ ପରମେଶ୍ୱରଙ୍କ ଶକ୍ତିରେ ହେଉ, ସେଥିପାଇଁ ମୁଁ ଏପରି କଲି।


ଯେପରି ପରମେଶ୍ୱର ତାହାଙ୍କ ମହାନ୍ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ; ଯେ ତୁମ୍ଭେମାନେ ଧୈର୍ଯ୍ୟବାନ ହେବ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ। ତା'ହେଲେ ଯାଇ ତୁମ୍ଭେ ପ୍ରସନ୍ନ ହେବ


ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭେମାନେ ଯାହା କହିବ, ତୁମ୍ଭର କୌଣସି ଶତ୍ରୁ ତା'ର ଉତ୍ତର ଦେଇ ପାରିବ ନାହିଁ।


ଯଦି ମୋର ଦର୍ପ (ଗର୍ବ) କରିବା କଥା, ତା'ହେଲେ ମୁଁ ମୋ’ ନିଜର ଦୁର୍ବଳତା ଗୁଡ଼ିକ ପାଇଁ ଗର୍ବ କରିବି।


କିନ୍ତୁ ପ୍ରଭୁଙ୍କର ଅନୁଗ୍ରହ ମୋତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସେହି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସ ଓ ପ୍ରେମ ମଧ୍ୟ ମୋତେ ମିଳିଲା।


ସେହି ବିଶ୍ୱାସ ବଳରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖ‌‌ଡ଼୍‌ଗ ଦ୍ୱାରା ମରିବାରୁ ରକ୍ଷା ପାଇଲେ। ବିଶ୍ୱାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସେମାନେ ଯୁଦ୍ଧରେ ଶକ୍ତିଶାଳୀ ହୋଇ ଶତ୍ରୁ ସେନାଙ୍କୁ ପରାସ୍ତ କଲେ।


ଜଣେ ଶକ୍ତିଶାଳୀ ସୈନିକ ସଦୃଶ ତୁମ୍ଭର ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭକୁ କେତେ ଭଲ ପାଆନ୍ତି ଦେଖାଇବେ। ଆଉ ମଧ୍ୟ ସେ ଦେଖାଇ ଦେବେ, ସେ ତୁମ୍ଭମାନଙ୍କ ସହିତ ରହି କେତେ ସୁଖୀ। ସେ ତୁମ୍ଭମାନଙ୍କ ସହିତ ରହି ହସିବେ ଓ ଆନନ୍ଦିତ ହେବେ, ଭୋଜିରେ ଆନନ୍ଦ କଲାପରି ହେବେ।”


ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।


ମୁଁ ତୁମ୍ଭମାନଙ୍କୁ ଯାହାସବୁ କହିଛି, ସେ ସବୁ କଥା ପାଳନ କରିବା ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭେମାନେ ଦୃଢ଼ ବିଶ୍ୱାସ ରଖ। ଜଗତର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।”


ତେଣୁ ଯୀଶୁ ସେମାନଙ୍କ ପାଖକୁ ଆସି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଛି।


ସେହି ପିଲା ମଧ୍ୟରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସେହି ଆତ୍ମା ଜ୍ଞାନ, ବିବେଚନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ୟ ସେହି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାଯ୍ୟ କରିବେ।


ଏଣୁ ମୋ’ ପାଖରେ ଯାହା ଅଛି, ମୁଁ ଆନନ୍ଦର ସହିତ ତୁମ୍ଭମାନଙ୍କୁ ଦେବି। ତୁମ୍ଭମାନଙ୍କ ଲାଗି ମୁଁ ନିଜକୁ ମଧ୍ୟ ଦେଇଦେବି। ଯଦି ମୁଁ ତୁମ୍ଭମାନଙ୍କୁ ଅଧିକ ଭଲ ପାଏ ତା'ହେଲେ ତୁମ୍ଭେମାନେ କ’ଣ ମୋତେ ସ୍ନେହରେ ଊଣା କରିବ?


ଯେତେବେଳେ ଯିରୀହୋ ନିବାସୀ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁତ୍ରମାନଙ୍କ ମଧ୍ୟରୁ ଦଳେ ଇଲୀଶାୟଙ୍କୁ ଦେଖି କହିଲେ, “ଏଲିୟଙ୍କ ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତେଣୁ ଇଲୀଶାୟ ନିକଟକୁ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।


ଏଣୁ ମୁଁ ଦୁର୍ବଳ ଓ ଭୟରେ ଥରି ଥରି ସେଠାକୁ ଆସିଥିଲି।


ମୁଁ ଗର୍ବ କରି ଗ୍ଭଲି ଥିବି। ଏହା ଦ୍ୱାରା କିଛି ଲାଭ ନାହିଁ, କିନ୍ତୁ ମୁଁ ପ୍ରଭୁଙ୍କ ପ୍ରଦତ୍ତ ‘ଦର୍ଶନ’ ଓ ‘ପ୍ରତ୍ୟାଦେଶ’ ବିଷୟରେ କହିବି।


Swiv nou:

Piblisite


Piblisite