Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 3:12 - ପବିତ୍ର ବାଇବଲ

12 ଆମ୍ଭମାନଙ୍କଠାରେ ଏହି ପ୍ରକାରର ଭରସା ରଖିଥିବା ହେତୁ ଆମ୍ଭେ ଅତି ସାହସୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,

Gade chapit la Kopi

ଓଡିଆ ବାଇବେଲ

12 ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ସେହି ଭରସା ଥିବାରୁ ଆମେ ଅଧିକ ସାହାସୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,

Gade chapit la Kopi




୨ କରିନ୍ଥୀୟ 3:12
21 Referans Kwoze  

ତୁମ୍ଭମାନଙ୍କ ବିଷୟରେ ମୋର ଏହି ଦୃଢ଼ବୋଧ ଅଛି। ମୁଁ ତୁମ୍ଭ ପାଇଁ ବହୁତ ଗର୍ବିତ। ତୁମ୍ଭେମାନେ ମୋତେ ଅଧିକ ଉତ୍ସାହ ଦେଇଥାଅ। ସେଥିପାଇଁ ସମସ୍ତ ଯାତନା ଭିତରେ ମଧ୍ୟ ମୋର ଆନନ୍ଦ କହିଲେ ନ ସରେ।


ମୋର ଦୃଢ଼ ଆଶା ଓ ଭରସା ଯେ ମୁଁ ଖ୍ରୀଷ୍ଟଙ୍କୁ କଦାପି ହରାଇବି ନାହିଁ। ବରଂ, ମୁଁ ନିଶ୍ଚିତ ଯେ ମୁଁ ସାହସୀ ହେବି ଏବଂ ମୁଁ ମୃତ ବା ଜୀବିତ ଥାଏ, ଖ୍ରୀଷ୍ଟଙ୍କ ମହାନତା ମୋ’ ଶରୀରରେ ପ୍ରକାଶିତ କରିବି।


ସେମାନେ ଯେତେବେଳେ ପିତର ଓ ଯୋହନଙ୍କର ଏପରି ସାହସ ଦେଖିଲେ ଓ ଜାଣି ପାରିଲେ ଯେ ସେମାନେ ଅଶିକ୍ଷିତ ଓ ସାଧାରଣ ଲୋକ, ସେମାନେ ବହୁତ ଆଶ୍ଚର୍ଯ୍ୟ ହେଲେ। ସେମାନେ ଏହା ମଧ୍ୟ ବୁଝି ପାରିଲେ ଯେ, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ।


ଯୀଶୁଙ୍କର ଶିଷ୍ୟମାନେ କହିଲେ, “ତୁମ୍ଭେ ବର୍ତ୍ତମାନ ଆମ୍ଭକୁ ସ୍ପଷ୍ଟ ଭାବରେ କହୁଛ। ବୁଝି ନ ପାରିଲା ଭଳି କଷ୍ଟକର ଶବ୍ଦ ତୁମ୍ଭେ କହୁ ନାହଁ।


ଯେଉଁ ଲୋକମାନେ ଭଲ ଭାବରେ ସେବା କରନ୍ତି, ସେମାନେ ନିଜ ପାଇଁ ସମ୍ମାନଜନକ ସ୍ଥାନ ଅଧିକାର କରନ୍ତି ଏବଂ ସେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ବିଶ୍ୱାସ ସମ୍ପର୍କରେ ଦୃଢ଼ ନିଶ୍ଚୟତା ବୋଧ ପାଆନ୍ତି।


ତୁମ୍ଭମାନଙ୍କ ପାଖକୁ ଯିବା ପୂର୍ବରୁ ଫିଲି‌ପ୍‌ପୀଠାରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟରେ ତୁମ୍ଭେମାନେ ଜାଣିଛ। ଆମ୍ଭେମାନେ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତେବେଳେ ଅନେକ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ୱରଙ୍କ ସାହାଯ୍ୟରୁ ଆମ୍ଭେ ସାହସୀ ହୋଇ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଗ୍ଭର କହିବା ପାଇଁ ସେ ଆମ୍ଭକୁ ସାହାଯ୍ୟ କଲେ।


ମୁଁ ଯେପରି ଏହି ସତ୍ୟ ଲୋକମାନଙ୍କ ଆଗରେ ସ୍ପଷ୍ଟ କରି ପାରିବି, ସେଥିପାଇଁ ପ୍ରାର୍ଥନା କର। ମୁଁ ତାହା କରିବା ଉଚିତ୍।


ମୁଁ ପାଉଲ, ଖ୍ରୀଷ୍ଟଙ୍କ ପରି ମୁଁ ମୃଦୁଭାବରେ ତୁମ୍ଭମାନଙ୍କୁ ନିବେଦନ କରେ। କେତେକ ଲୋକ କୁହନ୍ତି, ମୁଁ ତୁମ୍ଭ ମଧ୍ୟରେ ଥିଲାବେଳେ ନମ୍ର ଥାଏ କିନ୍ତୁ ଦୂରରେ ଥିଲାବେଳେ ସାହସୀ ବା ନିର୍ଭୟ ଅଟେ।


ଶାସ୍ତ୍ରରେ ଲେଖାଅଛି: “ମୁଁ ବିଶ୍ୱାସ କଲି, ଏଣୁ ସ୍ପଷ୍ଟ କହିଲି।” ଆମ୍ଭର ବିଶ୍ୱାସ ମଧ୍ୟ ସେହିଭଳି ଅଟେ। ଆମ୍ଭେ ବିଶ୍ୱାସ କରୁ, ସେଥିପାଇଁ ଆମ୍ଭେ କହୁ।


କିନ୍ତୁ ମଣ୍ଡଳୀରେ ଅନ୍ୟ ଭାଷାରେ ହଜାର ହଜାର କଥା କହିବା ଅପେକ୍ଷା ବରଂ ସେମାନେ ବୁଝୁଥିବା ପାଞ୍ଚୋଟି କଥା କହିବାକୁ ଭଲ ପାଏ। ଏହା ଦ୍ୱାରା ମୁଁ ନିଜେ ବୁଝି ପାରିବି ଓ ଅନ୍ୟ ଲୋକମାନଙ୍କୁ ଶିକ୍ଷା ଦେଇ ପାରିବି।


ତଥାପି ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେଠାରେ ଅନେକ ଦିନ ରହିଲେ ଓ ପ୍ରଭୁଙ୍କର କଥା ସାହସର ସହିତ ପ୍ରଗ୍ଭର କଲେ। ସେମାନଙ୍କ ମାଧ୍ୟମରେ ପ୍ରଭୁ ଆଶ୍ଚର୍ଯ୍ୟ କାର୍ଯ୍ୟ ସବୁ କଲେ ଓ ଅନୁଗ୍ରହର ବାକ୍ୟ ପ୍ରଗ୍ଭର କଲେ।


ସେ ଗ୍ରୀକ୍ ଭାଷାଭାଷୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା କରୁଥିଲେ, ଏବଂ ବାଦାନୁବାଦ ମଧ୍ୟ କରୁଥିଲେ। କିନ୍ତୁ ସେମାନେ ତାହାଙ୍କୁ ମାରିବା ପାଇଁ ଚେଷ୍ଟା କଲେ।


ମାତ୍ର ବର୍ଣ୍ଣ‌ବ୍‌‌ବା, ଶାଉଲଙ୍କୁ ଗ୍ରହଣ କଲେ ଓ ତାହାଙ୍କୁ ସାଙ୍ଗରେ ନେଇ ପ୍ରେରିତମାନଙ୍କ ପାଖକୁ ଗଲେ। ଦମ୍ମେସକକୁ ଯିବା ବାଟରେ ଶାଉଲ କିପାରି ପ୍ରଭୁଙ୍କ ଦର୍ଶନ ପାଇଥିଲେ ଓ ପ୍ରଭୁ ତାହାଙ୍କୁ ସହ କିପରି କଥା ହେଲେ, ଏହା ପ୍ରେରିତମାନଙ୍କୁ ବୁଝାଇ କହିଲେ। ଶାଉଲ ଦମ୍ମେସକରେ କିପରି ନିର୍ଭୀକ ଭାବରେ ଯୀଶୁଙ୍କ ନାମରେ ପ୍ରଗ୍ଭର କରିଥିଲେ, ଏହା ସବୁ ମଧ୍ୟ ସେ ସେମାନଙ୍କୁ ବୁଝାଇ ଦେଲେ।


“ମୁଁ ତୁମ୍ଭକୁ ସାଙ୍କେତିକ ଭାବରେ ଏ ସମସ୍ତ ବିଷୟ କହିଛି। କିନ୍ତୁ ସମୟ ଆସୁଛି, ଯେତେବେଳେ ମୁଁ ତୁମ୍ଭକୁ ଏସବୁ ଏପରି ଭାବରେ କହିବି ନାହିଁ। ମୁଁ ତୁମ୍ଭକୁ ପରମପିତାଙ୍କ ବିଷୟରେ ସରଳ ଭାଷାରେ କହିବି।


ଯିହୂଦୀମାନେ ଯୀଶୁଙ୍କ ଗ୍ଭରିପାଖେ ଘେରିଗଲେ। ସେମାନେ ପଗ୍ଭରିଲେ, “ତୁମ୍ଭେ କେତେ ସମୟ ପର୍ଯ୍ୟନ୍ତ ନିଜ ବିଷୟରେ ଆମ୍ଭକୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ନିଜେ ଖ୍ରୀଷ୍ଟ, ତେବେ ଆମ୍ଭକୁ ସ୍ପଷ୍ଟ ଭାବରେ କୁହ।”


ଯେଉଁ ସେବା ଅଦୃଶ୍ୟ ହେଲା, ତାହା ଯଦି ମହିମା ସହିତ ଆସିଥିଲା, ତା'ହେଲେ ଏହି ଅନନ୍ତ କାଳସ୍ଥାୟୀ ସେବା ଅତ୍ୟଧିକ ମହିମାମୟ ହେବା ସ୍ୱାଭାବିକ।


ମୁଁ ଏବେ ମଧ୍ୟ ବନ୍ଦୀଘରେ ଅଛି କିନ୍ତୁ ଅଧିକାଂଶ ଖ୍ରୀଷ୍ଟ ବିଶ୍ୱାସୀ ଭାଇମାନେ, ଅଧିକ ଉତ୍ସାହିତ ହୋଇ ସାହସ ପୂର୍ବକ ନିର୍ଭୟରେ ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ବାଣୀ ଶୁଣାଉଛନ୍ତି।


କେତେଗୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟରେ ଭାଇ ହିସାବରେ ସ‌ତ୍‌‌କାର୍ଯ୍ୟ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦେବାର ମୋର ଅଧିକାର ଅଛି।


Swiv nou:

Piblisite


Piblisite