Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 3:13 - ପବିତ୍ର ବାଇବଲ

13 ଆମ୍ଭେ ମୋଶାଙ୍କ ଭଳି ନୋହୁଁ। ସେ ନିଜ ମୁଖ ମଣ୍ଡଳ ଉପରେ ଗୋଟିଏ ଆବରଣ ପକାଇଥିଲେ। ଇସ୍ରାଏଲର ଲୋକେ ଯେପରି ତାହାଙ୍କ ମୁହଁକୁ ଦେଖି ନ ପାରିବେ ତେଣୁ ମୋଶା ମୁଖ ଆଚ୍ଛାଦନ କରିଥିଲେ। ତହିଁର ମହିମା କମି କମି ଯାଉଥିଲା, ଓ ଲୋକେ ଏହି ସେବାର ଅନ୍ତ ଦେଖନ୍ତୁ, ମୋଶା ଏହା ଇଚ୍ଛା କରୁ ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହି କ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିର ଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେ ପ୍ରକାରେ ଆପଣା ମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁ ନାହୁଁ।

Gade chapit la Kopi

ଓଡିଆ ବାଇବେଲ

13 ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହିକ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିରଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେପ୍ରକାରେ ଆପଣାମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁନାହୁଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଆମେ ମୋଶାଙ୍କ ପରି ନୋହୁଁ। ସେ ଆପଣା ମୁହଁ ଘୋଡ଼ାଇ ପକାଇଥିଲେ, ଯେପରି ମଳିନ ପଡ଼ି ଯାଇଥିବା ସେ ଦୀପ୍ତିର ଅବସାନ ଇଶ୍ରାୟେଲ ଲୋକମାନେ ଦେଖି ନ ପାରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହି କ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିରଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେପ୍ରକାରେ ଆପଣା ମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁନାହୁଁ।

Gade chapit la Kopi




୨ କରିନ୍ଥୀୟ 3:13
8 Referans Kwoze  

ମୃତ୍ୟୁଦାୟକ ସେବାର ବ୍ୟବସ୍ଥା ଶିଳା ଲେଖା ହୋଇ ଥିଲା। ଏହା ପରମେଶ୍ୱରଙ୍କ ମହିମାରେ ପୂର୍ଣ୍ଣ ଥିଲା। ତଦ୍ଦ୍ୱାରା ମୋଶାଙ୍କ ଚେହେରା ଏତେ ତେଜସ୍ୱୀ ହେଲା ଯେ, ଇସ୍ରାଏଲର ଲୋକେ ତାହାଙ୍କ ଚେହେରାକୁ ଦେଖି ମଧ୍ୟ ପାରିଲେ ନାହିଁ। ଏହି ତେଜ ପରେ ଲୋପ ପାଇଗଲା।


ପୂର୍ବ କାଳରେ ଏଗୁଡ଼ିକ ଭବିଷ୍ୟତରେ ଘଟିବାକୁ ଯାଉଥିବା ଘଟଣାଗୁଡ଼ିକର ଛାୟା ମାତ୍ର ଥିଲା। କିନ୍ତୁ ଯାହାସବୁ ଘଟିବାକୁ ଥିଲା, ସେଗୁଡ଼ିକର ବାସ୍ତବରୂପ ହେଉଛନ୍ତି ଖ୍ରୀଷ୍ଟ।


ଖ୍ରୀଷ୍ଟ ବ୍ୟବସ୍ଥାକୁ ସମାପ୍ତ କଲେ ଯେପରି, ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇ ପାରିବ।


ଯୀଶୁ ପୁଣି ଥରେ ଅନ୍ଧଟିର ଆଖି ଉପରେ ହାତ ରଖିଲେ। ତା'ର ଆଖି ଭଲ ହୋଇଯାଇଥିଲା ଓ ସେ ସବୁକିଛି ସ୍ପଷ୍ଟ ଦେଖି ପାରୁଥିଲା।


Swiv nou:

Piblisite


Piblisite