Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 3:6 - ପବିତ୍ର ବାଇବଲ

6 ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସେବକ ହେବା ପାଇଁ ଯୋଗ୍ୟ ବିବେଚିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ୟୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକା, ମାତ୍ର ଆତ୍ମା ଜୀବନଦାୟକ;

Gade chapit la Kopi

ଓଡିଆ ବାଇବେଲ

6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍‍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ନୂତନ ନିୟମକୁ ପାଳକ କରିବା ନିମନ୍ତେ ଈଶ୍ୱର ଅମ୍ଭମାନଙ୍କୁ ଯୋଗ୍ୟ କରିଛନ୍ତି। ଏହି ନିୟମ ଲିଖିତ ନୁହେଁ, ମାତ୍ର ଆତ୍ମାଙ୍କ ନିୟମ ଜୀବନ ସଞ୍ଚାର କରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍‍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ;

Gade chapit la Kopi




୨ କରିନ୍ଥୀୟ 3:6
45 Referans Kwoze  

ଶରୀର ମନୁଷ୍ୟକୁ ଜୀବନ ଦାନ କରେ ନାହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ।


ଅତୀତର ବ୍ୟବସ୍ଥା ଆମ୍ଭକୁ ବନ୍ଦୀ ଭଳି ବାନ୍ଧି ରଖି ଥିଲା। କିନ୍ତୁ ଆମ୍ଭର ପୁରୁଣା ବ୍ୟକ୍ତିତ୍ୱ ଏବେ ମରି ଯାଇଛି ଓ ଆମ୍ଭେ ବ୍ୟବସ୍ଥାରୁ ମୁକ୍ତ ହୋଇ ସାରିଛୁ। ଅତଏବ ଆମ୍ଭେ ପ୍ରାଚୀନ ପଦ୍ଧତି ଲିଖିତ ବ୍ୟବସ୍ଥା ଅନୁସାରେ ପରମେଶ୍ୱରଙ୍କ ସେବା କରୁ ନାହୁଁ। ଆମ୍ଭେ ପରମେଶ୍ୱରଙ୍କ ନୂତନ ପଦ୍ଧତିରେ ଆତ୍ମାରେ ସେବା କରୁଅଛୁ।


ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଛି ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା।


ମୁଁ ଦୋଷୀ ବୋଲି ବିଗ୍ଭରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆତ୍ମାର ବ୍ୟବସ୍ଥା ଜୀବନ ଦିଏ ଓ ତାହା ମୋତେ ମୁକ୍ତ କରିଛି। ପାପ ଓ ମୃତ୍ୟୁ ଆଣୁଥିବା ବ୍ୟବସ୍ଥାରୁ ଏହା ମୋତେ ମୁକ୍ତ କରିଛି।


ତୁମ୍ଭେମାନେ, ପରମେଶ୍ୱରଙ୍କଠାରୁ ନୂତନ ନିୟମ ନିଜ ଲୋକଙ୍କ ପାଖକୁ ଆଣିଥିବା ଯୀଶୁଙ୍କ ପାଖକୁ ଆସିଛ। ତୁମ୍ଭେମାନେ ହେବଲଙ୍କ ରକ୍ତ ଅପେକ୍ଷା ଅଧିକ ଭଲ ବାକ୍ୟ କହି ପାରୁଥିବା ରକ୍ତ ସେଚନ ନିକଟକୁ ଆସିଛ।


ଏହାର ଅର୍ଥ ହେଲା ଯେ ସେହି ପ୍ରକାରେ ପରମେଶ୍ୱରଙ୍କ ନିଜ ଲୋକଙ୍କ ସହିତ କରିଥିବା ଶ୍ରେଷ୍ଠତର ନିୟମର ଯୀଶୁ ହେଉଛନ୍ତି ଜଣେ ଜାମି‌ନ୍‌ଦାର।


କିନ୍ତୁ ସେମାନଙ୍କର ମନଗୁଡ଼ିକ ଅବରୁଦ୍ଧ ହୋଇଯାଇଥିଲା। ଏପରିକି ଆଜି ମଧ୍ୟ ସେମାନେ ଯେତେବେଳେ ପୁରାତନ ଚୁକ୍ତିକୁ ପଢ଼ନ୍ତି ସେହି ଆବରଣଟି ଅର୍ଥକୁ ଲୁଗ୍ଭଇ ରଖେ। ସେ ଆବରଣ କଢ଼ା ଯାଇ ନାହିଁ। କେବଳ ଖ୍ରୀଷ୍ଟ ଯୀଶୁ ଏହି ଆବରଣ ଦୂର କରିଛନ୍ତି।


ଶାସ୍ତ୍ରରେ ଲେଖା ଅଛି: “ପ୍ରଥମ ମନୁଷ୍ୟ (ଆଦମ) ସଜୀବ ପ୍ରାଣୀ,” କିନ୍ତୁ ଶେଷ ଆଦମ (ଖ୍ରୀଷ୍ଟ) ଜଣେ ଜୀବନଦାତା ଆତ୍ମା।


ଏହାର କାରଣ ହେଲା, କୌଣସି ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହୁଏ ନାହିଁ। ବ୍ୟବସ୍ଥା କେବଳ ଆମ୍ଭର ପାପ ବିଷୟରେ ଆମ୍ଭକୁ ସାବଧାନ କରାଏ।


ମୁଁ ଶାନ୍ତିର ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସାରେ ତୁମ୍ଭେମାନେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରତ୍ୟେକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ୱର ହିଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ। ମହାନ୍ ମେଷପାଳକ ଯୀଶୁଙ୍କୁ ପରମେଶ୍ୱର ତାହାଙ୍କ ରକ୍ତ ହେତୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନ ଚୁକ୍ତି ଚିରନ୍ତନ ଅଟେ। ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ଯ୍ୟଗୁଡ଼ିକ ପରମେଶ୍ୱର ଆମ୍ଭ ଦ୍ୱାରା କରାଉ ଥାଆନ୍ତୁ। ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍!


ସେହିଭଳି ରାତ୍ର ଭୋଜନ ପରେ ଯୀଶୁ ଦ୍ରାକ୍ଷାରସର ପାତ୍ରଟି ଧରି କହିଲେ। “ଏହି ଦ୍ରାକ୍ଷାରସ ଦର୍ଶାଏ ଯେ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ସହିତ ଗୋଟିଏ ନୂଆ ଚୁକ୍ତି କରି ଅଛନ୍ତି। ମୁଁ ତୁମ୍ଭମାନଙ୍କୁ ଦେଉଥିବା ମୋର ରକ୍ତରେ ଏହି ଚୁକ୍ତି ଆରମ୍ଭ ହୁଏ।”


ସେହିପରି ସେମାନେ ଖାଇ ସାରିଲା ପରେ, ସେ ପାନପାତ୍ର ନେଲେ ଓ କହିଲେ: “ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ଚୁକ୍ତିର ନିଦର୍ଶନ। ତୁମ୍ଭେମାନେ ଯେତେଥର ଏହି ପାତ୍ରକୁ ପାନ କରିବ, ମୋତେ ସ୍ମରଣ କରିବା ପାଇଁ ତାହା କରିବ।”


ତା'ପରେ ଯୀଶୁ କହିଲେ, “ସ୍ୱର୍ଗରାଜ୍ୟ ବିଷୟରେ ଜାଣିଥିବା ପ୍ରତ୍ୟେକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି, ଯେ କି ଭଣ୍ଡାରରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।”


ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସେହି ମୂଲ୍ୟ ତୁମ୍ଭର ପାପ ପାଇଁ ମୂଲ୍ୟ ଦେଲା। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ୟୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ୱରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମାରେ ସେ ପୁନର୍ଜୀବିତ ହେଲେ,


“ଲେବୀୟମାନେ କହିବେ, ‘ଯେଉଁ ଲୋକ ଏହି ବ୍ୟବସ୍ଥାର ପାଳନ କରେ ନାହିଁ କିମ୍ବା ଅନୁସରଣ କରେ ନାହିଁ, ସେ ଅଭିଶପ୍ତ ହେଉ।’ “ଏଥିରେ ସମସ୍ତେ କହିବେ, ‘ଆମେନ୍।’


ସେଠାରେ ଥିବା ଭାଇ ଓ ଭଉଣୀମାନଙ୍କୁ ଏ କଥା କୁହ। ଏପରି କରିବା ଦ୍ୱାରା ତୁମ୍ଭେ ଖ୍ରୀଷ୍ଟ ଯୀଶୁଙ୍କର ଭଲ ସେବକ ବୋଲି ପ୍ରମାଣିତ ହେବ। ତୁମ୍ଭେ ପ୍ରମାଣ କରିବ ଯେ ତୁମ୍ଭେ ଅନୁସରଣ କରିଥିବା ବିଶ୍ୱାସର ଶିକ୍ଷାଗୁଡ଼ିକ ଦ୍ୱାରା ଶକ୍ତିଶାଳୀ ହୋଇଛ।


ପରମେଶ୍ୱରଙ୍କ ବିଶେଷ ଅନୁଗ୍ରହର ଦାନ ଦ୍ୱାରା ମୁଁ ସୁସମାଗ୍ଭର କହିବା ପାଇଁ ଜଣେ ସେବକ ହେଲି। ପରମେଶ୍ୱର ତାହାଙ୍କର କାର୍ଯ୍ୟକାରୀ ଶକ୍ତି ବଳରେ ମୋତେ ଏହି ଅନୁଗ୍ରହ ଦାନ କଲେ।


ଏହାର ଅର୍ଥ କ’ଣ ଏହା ଯେ ବ୍ୟବସ୍ଥା ପରମେଶ୍ୱରଙ୍କ ପ୍ରତିଜ୍ଞାଗୁଡ଼ିକର ବିରୋଧୀ ଅଟେ? ଲୋକଙ୍କ ଭିତରେ ଜୀବନ ଭଳି ବ୍ୟବସ୍ଥା ଯଦି ଦିଆଯାଇ ପାରିଥା’ନ୍ତା, ତେବେ ସେହି ବ୍ୟବସ୍ଥା ଦ୍ୱାରା ପରମେଶ୍ୱରଙ୍କ ସହିତ ଆମ୍ଭେ ପ୍ରକୃତରେ ଧାର୍ମିକ ହୋଇ ପାରିଥାଆନ୍ତୁ।


ମୃତ୍ୟୁଦାୟକ ସେବାର ବ୍ୟବସ୍ଥା ଶିଳା ଲେଖା ହୋଇ ଥିଲା। ଏହା ପରମେଶ୍ୱରଙ୍କ ମହିମାରେ ପୂର୍ଣ୍ଣ ଥିଲା। ତଦ୍ଦ୍ୱାରା ମୋଶାଙ୍କ ଚେହେରା ଏତେ ତେଜସ୍ୱୀ ହେଲା ଯେ, ଇସ୍ରାଏଲର ଲୋକେ ତାହାଙ୍କ ଚେହେରାକୁ ଦେଖି ମଧ୍ୟ ପାରିଲେ ନାହିଁ। ଏହି ତେଜ ପରେ ଲୋପ ପାଇଗଲା।


ପରମେଶ୍ୱରଙ୍କ ମଣ୍ଡଳୀରେ ପ୍ରଥମେ ପ୍ରେରିତମାନଙ୍କୁ, ଦ୍ୱିତୀୟରେ ଭବିଷ୍ୟଦ୍‌‌ବକ୍ତାମାନଙ୍କୁ, ତୃତୀୟରେ ଶିକ୍ଷକମାନଙ୍କୁ, ସ୍ଥାନ ଦେଇଛନ୍ତି। ତା'ପରେ, ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନେତୃତ୍ୱ ନେଉଥିବା ବ୍ୟକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦେଇଛନ୍ତି।


ଆପଲ୍ଲ କ’ଣ ବିଶିଷ୍ଟ ଲୋକ ଅଟନ୍ତି ନା! ପାଉଲ ମହାନ୍ ଅଟନ୍ତି? ନା! ଆମ୍ଭେ କେବଳ ପ୍ରଭୁଙ୍କର ସେବକ ଅଟୁ। ଆମ୍ଭେ ତାହାଙ୍କଠାରେ ବିଶ୍ୱାସ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ କରିଛୁ। ପ୍ରଭୁଙ୍କ ଦ୍ୱାରା ଦିଆଯାଇଥିବା କାମ ହିଁ ଆମ୍ଭେ ସମ୍ପନ୍ନ କରିଛୁ।


କାରଣ ବ୍ୟବସ୍ଥା ପାଳନ ନ କରିବା ଦ୍ୱାରା ବ୍ୟବସ୍ଥା ପରମେଶ୍ୱରଙ୍କର କ୍ରୋଧ ଆଣିଥାଏ। କିନ୍ତୁ ଯଦି ବ୍ୟବସ୍ଥା ନ ଥା’ନ୍ତା, ତା'ହେଲେ ଅବାଧ୍ୟ ହେବାର ପ୍ରଶ୍ନ ଉଠିବ ନାହିଁ।


ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସେମାନଙ୍କୁ ଜୀବନ ଦାନ କରନ୍ତି। ଠିକ୍ ସେହିପରି ପୁତ୍ର ମଧ୍ୟ ନିଜ ଇଚ୍ଛାନୁସାରେ ଲୋକଙ୍କୁ ଜୀବନ ଦାନ କରନ୍ତି।


ତା'ପରେ ଯୀଶୁ କହିଲେ, “ଏହା ମୋର ରକ୍ତ। ମୋର ରକ୍ତ ଏକ ନୂଆ ନିୟମ ଆରମ୍ଭ କରେ। ଏହି ନିୟମଟି ପରମେଶ୍ୱରଙ୍କଠାରୁ ତାହାଙ୍କ ଲୋକଙ୍କ ପାଇଁ ଉଦ୍ଧିଷ୍ଟ। ଏହି ରକ୍ତ ଅନେକ ଲୋକଙ୍କ ପାଇଁ ଦିଆଯାଇଛି।


ଏ ଦ୍ରାକ୍ଷାରସ ମୋର ରକ୍ତ। ମୋର ରକ୍ତରେ ପରମେଶ୍ୱରଙ୍କଠାରୁ ସେ ତାହାଙ୍କ ଲୋକମାନଙ୍କ ପାଇଁ କରିଥିବା ନୂଆ ଚୁକ୍ତି ଆରମ୍ଭ ହୁଏ। ଅନେକ ଲୋକଙ୍କର ପାପକୁ କ୍ଷମା କରିଦିଆଯିବା ପାଇଁ ଏ ରକ୍ତ ଦିଆ ଯାଉଛି।


ଯାହା ଲୋକମାନଙ୍କୁ ଦୋଷୀ ପ୍ରମାଣିତ କରେ ସେଭଳି ସେବାରେ ଯଦି ପ୍ରଭୁଙ୍କ ମହିମା ଅଛି; ତା'ହେଲେ ଯେଉଁ ସେବା ଲୋକମାନଙ୍କୁ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଗଣିତ କରେ, ତାହାର ମହିମା ନିଶ୍ଚିତଭାବେ ଅଧିକ ହେବ।


ଶାସ୍ତ୍ରରେ ଲେଖା ଅଛି, “ମୁଁ ତୁମ୍ଭକୁ (ଅବ୍ରହାମ) ଅନେକ ଗୁଡ଼ିଏ ଜାତିର ପିତା ଘୋଷିତ କରିଛି।” ପରମେଶ୍ୱରଙ୍କ ଆଗରେ ଏହା ସତ୍ୟ ଅଟେ। ଅବ୍ରହାମ ଯେଉଁ ପରମେଶ୍ୱରଙ୍କୁ ବିଶ୍ୱାସ କରିଥିଲେ, ସେହି ପରମେଶ୍ୱର ମୃତ ଲୋକଙ୍କୁ ଜୀବନ ପ୍ରଦାନ କରନ୍ତି ଓ ଯେଉଁ ଘଟଣା ଅଦ୍ୟାପି ଘଟି ନାହିଁ ସେଗୁଡ଼ିକ ଘଟିବା କଥା ନିର୍ଣ୍ଣୟ କରନ୍ତି।


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରମେଶ୍ୱର ମୋତେ ବାର୍ତ୍ତାବହ ହେବାର ବିଶେଷ କାର୍ଯ୍ୟ ଦେଇଛନ୍ତି। ପରମେଶ୍ୱର, ଏହା ଦ୍ୱାରା ସମସ୍ତ ଜାତିର ଲୋକଙ୍କ ମନରେ ତାହାଙ୍କ ପ୍ରତି ବିଶ୍ୱାସ ଜନ୍ମାଇବା ଓ ତାହାଙ୍କୁ ମାନିବା ପାଇଁ ଏହି କାମ ମୋତେ ଦେଲେ। ମୁଁ ଏହି କାମ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ କରୁଛି।


ଆମ୍ଭେମାନେ ତୁମ୍ଭମାନଙ୍କୁ ବର୍ତ୍ତମାନ ଯେଉଁ ବିଷୟରେ କହିବାକୁ ଯାଉଛୁ, ତାହା ସୃଷ୍ଟିର ଆରମ୍ଭରୁ ଥିଲା। ଆମ୍ଭେମାନେ ଏହା ଶୁଣିଲୁ, ଆମ୍ଭେମାନେ ଏହା ସ୍ୱଚକ୍ଷୁରେ ଦେଖିଲୁ, ଆମ୍ଭେମାନେ ଏହା ନିରୀକ୍ଷଣ କଲୁ ଏବଂ ଆମ୍ଭେମାନେ ନିଜ ହସ୍ତରେ ସ୍ପର୍ଶ କଲୁ। ଆମ୍ଭେମାନେ ସେହି “ବାକ୍ୟ” (ଖ୍ରୀଷ୍ଟଙ୍କ) ବିଷୟରେ ତୁମ୍ଭକୁ ଲେଖୁଛୁ, ଯାହା ଜୀବନ ଦାନ କରେ।


ସେହି ସୁସମାଗ୍ଭର କହିବା ପାଇଁ ମୁଁ ମନୋନୀତ ହେଲି। ମୁଁ ସୁସମାଗ୍ଭର ପାଇଁ ପ୍ରଗ୍ଭରକ, ପ୍ରେରିତ ଓ ଶିକ୍ଷକ ଭାବେ ମନୋନୀତ ହେଲି।


ସେ ସମୟରେ ଆମ୍ଭେ ପରମେଶ୍ୱରଙ୍କ ଇଚ୍ଛା ବିରୁଦ୍ଧରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ।


ଜଣେ ଦକ୍ଷ ଗୃହନିର୍ମାଣକାରୀ ଭଳି ମୁଁ ସେ ଘରର ଭିତ୍ତି ସ୍ଥାପନ କଲି। ପରମେଶ୍ୱରଙ୍କ ଦତ୍ତ ଅନୁଗ୍ରହ ମୁଁ ସେଥିପାଇଁ ବ୍ୟବହାର କଲି। ଅନ୍ୟମାନେ ସେହି ଭିତ୍ତିଭୂମି ଉପରେ ଗୃହ ନିର୍ମାଣ କରିବେ, କିନ୍ତୁ ପ୍ରତ୍ୟେକ ଲୋକ ନିର୍ମାଣ କଲାବେଳେ ସେ କିପରି ନିର୍ମାଣ କରୁଛି। ଏବିଷୟରେ ସତର୍କ ହେବା ଉଚିତ୍।


ପୂର୍ବରୁ ତୁମ୍ଭର ପାପ ହେତୁ ଓ ପରମେଶ୍ୱରଙ୍କୁ ବାଧା ଦେଉଥିବା ଭୁଲ୍ କାର୍ଯ୍ୟ ହେତୁ ତୁମ୍ଭର ଆତ୍ମିକ ଜୀବନ ମୃତ ଥିଲା।


ଏହା ସ୍ପଷ୍ଟ ଯେ, ତୁମ୍ଭେମାନେ ଆମ୍ଭ ମାଧ୍ୟମରେ ଖ୍ରୀଷ୍ଟଙ୍କ ପ୍ରେରିତ ଏକ ପତ୍ର ସ୍ୱରୂପ। ଏହି ଚିଠିଟି କାଳିରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଲେଖା ଯାଇଛି। ଏହା ପ୍ରସ୍ତର ଫଳକ ଉପରେ ଖୋଦିତ ନୁହେଁ ବରଂ ମନୁଷ୍ୟର ହୃଦୟରେ ଲିଖିତ।


ସେମାନେ କ’ଣ କେବଳ ଇସ୍ରାଏଲୀୟ? ମୁଁ ମଧ୍ୟ। ସେମାନେ କ’ଣ କେବଳ ଅବ୍ରହାମଙ୍କ ବଂଶଧାର? ମୁଁ ମଧ୍ୟ। ସେମାନେ କ’ଣ କେବଳ ଖ୍ରୀଷ୍ଟଙ୍କ ସେବକ? ମୁଁ ମଧ୍ୟ। ମୁଁ କ’ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି? ସେମାନଙ୍କ ତୁଳନାରେ ମୁଁ ଅଧିକ କଠୋର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମୋତେ ଥରକୁ ଥର ମାଡ଼ ମରାଯାଇଛି। ଅନେକ ଥର ମୁଁ ମୃତ୍ୟୁର ସନ୍ନିକଟ ହୋଇଛି।


ପରମେଶ୍ୱର ଏହାକୁ ନୂତନ ନିୟମ ବୋଲି କହି, ପ୍ରଥମ ନିୟମଟିକୁ ପୁରାତନ ନିୟମ କରି ଅଛନ୍ତି। ଯେଉଁ ବିଷୟସବୁ ପୁରାତନ ଓ ଅକାମୀ ହୋଇଯାଇଛି, ତାହା ଅତିଶୀଘ୍ର ଲୋପ ପାଇଯିବ।


Swiv nou:

Piblisite


Piblisite