୨ କରିନ୍ଥୀୟ 3:9 - ପବିତ୍ର ବାଇବଲ9 ଯାହା ଲୋକମାନଙ୍କୁ ଦୋଷୀ ପ୍ରମାଣିତ କରେ ସେଭଳି ସେବାରେ ଯଦି ପ୍ରଭୁଙ୍କ ମହିମା ଅଛି; ତା'ହେଲେ ଯେଉଁ ସେବା ଲୋକମାନଙ୍କୁ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଗଣିତ କରେ, ତାହାର ମହିମା ନିଶ୍ଚିତଭାବେ ଅଧିକ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)9 କାରଣ ଯଦି ଦଣ୍ତାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ। Gade chapit laଓଡିଆ ବାଇବେଲ9 କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ,ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ । Gade chapit laପବିତ୍ର ବାଇବଲ (CL) NT (BSI)9 ଦଣ୍ଡ ବିଧାୟକ ବ୍ୟବସ୍ଥାର ପ୍ରତିଷ୍ଠା ଯଦି ଏତେ ଗୌରବଯୁକ୍ତ, ତା’ହେଲ ପରିତ୍ରାଣକାରୀ ନିୟମର ପ୍ରତିଷ୍ଠା ଆହୁରି କେତେ ଅଧିକ ଗୌରବମଣ୍ଡିତ ନ ହେବ! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ। Gade chapit la |
ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି।
ପରମେଶ୍ୱର ଗ୍ରହଣ କରି ନେଇଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହେବା ପୂର୍ବରୁ ପରମେଶ୍ୱରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି ଓ ସୁନ୍ନତ ହୋଇ ନାହାନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରହାମ ଅଟନ୍ତି। ସେମାନେ ବିଶ୍ୱାସ କରନ୍ତି ଓ ଏହି କାରଣରୁ ସେମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ବୋଲି ନିରୂପିତ ହୁଅନ୍ତି।