Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 4:11 - ପବିତ୍ର ବାଇବଲ

11 ଆମ୍ଭେ ଜୀବିତ, କିନ୍ତୁ ଯୀଶୁଙ୍କ ହେତୁ ଆମ୍ଭେ ସର୍ବଦା ମୃତ୍ୟୁ ସଙ୍କଟର ସମ୍ମୁଖୀନ ହେଉଛୁ। ଯଦ୍ଦ୍ୱାରା ଯୀଶୁଙ୍କ ଜୀବନ ଆମ୍ଭର ମରଣଶୀଳ ଶରୀର ମଧ୍ୟରେ ସ୍ପଷ୍ଟ ଭାବରେ ଦେଖି ପାରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ।

Gade chapit la Kopi

ଓଡିଆ ବାଇବେଲ

11 କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ତାଙ୍କ ଜୀବନକୁ ଏହି ମର ଶରୀରରେ ପ୍ରକାଶ କରିବା ନିମନ୍ତେ ଖ୍ରଷ୍ଟଙ୍କ ପାଇଁ ସାରା ଜୀବନ ଆମେ ମୃତ୍ୟ ମୁଖରେ ପତିତ ହେଉଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ।

Gade chapit la Kopi




୨ କରିନ୍ଥୀୟ 4:11
11 Referans Kwoze  

ଆମ୍ଭେମାନେ ଜଗତରୁ ସେହି ମନୁଷ୍ୟ ତୁଲ୍ୟ ନିର୍ମିତ ହୋଇଅଛୁ। ଅତଏବ, ଆମ୍ଭେ ମଧ୍ୟ ସ୍ୱର୍ଗର ସେହି ବ୍ୟକ୍ତି ତୁଲ୍ୟ ଶରୀର ଧାରଣ କରିବା।


ଶାସ୍ତ୍ରରେ ଏହିପରି ଲେଖା ଅଛି: “ତୁମ୍ଭ ପାଇଁ (ଖ୍ରୀଷ୍ଟ) ଚିରଦିନ ଆମ୍ଭେ ନିହିତ ହେଉଅଛୁ। ଲୋକ ଭାବୁଛନ୍ତି, ଆମ୍ଭର ମୂଲ୍ୟ ବଳି ହେବାକୁ ଥିବା ମେଣ୍ଢାମାନଙ୍କଠାରୁ ଅଧିକ କିଛି ନୁହେଁ।”


ହେ ପରମେଶ୍ୱର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ୟୁବରଣ କରୁଛୁ। ଆମ୍ଭେ ହେଉଛୁ ସେହି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ୟା କରିବାକୁ ନିଆ ଯାଉଥାଏ।


ଏହି ଶରୀରରୂପ ତମ୍ବୁରେ ରହିଲା ବେଳେ ଆମ୍ଭେମାନେ ଭାରାକ୍ରାନ୍ତ ହୋଇ ଅଭିଯୋଗ କରୁ। ମୋର କହିବା ଅର୍ଥ ନୁହେଁ ଯେ, ଆମ୍ଭେ ଏହି ତମ୍ବୁକୁ ଦୂର କରି ଦେବା ପାଇଁ ଗ୍ଭହୁଁ। କିନ୍ତୁ ଆମ୍ଭେ ସ୍ୱର୍ଗୀୟ ଘର ଦ୍ୱାରା ଆଚ୍ଛାଦିତ ହେବାକୁ ଇଚ୍ଛା କରୁ। ତା'ହେଲେ ଯାଇ ଏହି ମର ଶରୀର ସମ୍ପୂର୍ଣ୍ଣ ଭାବେ ଜୀବନ ଦ୍ୱାରା ଘୋଡ଼ାଇ ହୋଇ ପାରିବ।


ଭାଇମାନେ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ ଗର୍ବ କରିଥାଏ, ସେଥିର ଶପଥ କରି କହୁଛି, ମୁଁ ପ୍ରତିଦିନ ମରେ।


ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। ଯଦି ପରମେଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା'ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ୟ ସେ ତାହାଙ୍କର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରଦାନ କରିବେ।


ଗ୍ଭଷୀମାନେ ଭୂମିରେ ହଳ କରିଥିବା ପଥରପରି, ଠିକ୍ ସେହିପ୍ରକାର ଆମ୍ଭମାନଙ୍କର ଅସ୍ଥିସବୁ କବରରେ ମିଶିଯିବ।


ଯୀଶୁ ଖ୍ରୀଷ୍ଟଙ୍କ ପରି ଆମ୍ଭ ଶରୀର ସର୍ବଦା ମୃତ୍ୟୁର ସମ୍ମୁଖୀନ ଯେପରିକି ତାହାଙ୍କର ଜୀବନ ମଧ୍ୟ ଆମ୍ଭ ଭିତରେ ପ୍ରକାଶିତ ହେବ।


ଅତଏବ ଆମ୍ଭ ଭିତରେ ମୃତ୍ୟୁ ଓ ତୁମ୍ଭମାନଙ୍କ ଭିତରେ ଜୀବନ ସକ୍ରିୟ ଅଟେ।


ଆମ୍ଭେ ଜନପ୍ରିୟ ହୋଇ ଥିଲେ ମଧ୍ୟ କେତେକଙ୍କ ପାଇଁ ଅଜଣା। ଆମ୍ଭକୁ ମୃତ ତୁଲ୍ୟ ଧରା ଯାଏ, କିନ୍ତୁ ଦେଖ, ଆମ୍ଭେ ଜୀବିତ ରହିଛୁ। ଆମ୍ଭକୁ ଦଣ୍ଡ ଦିଆ ଯାଏ, କିନ୍ତୁ ମାରି ଦିଆ ଯାଏ ନାହିଁ।


Swiv nou:

Piblisite


Piblisite