Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 4:15 - ପବିତ୍ର ବାଇବଲ

15 ସେ ଆମ୍ଭକୁ ମଧ୍ୟ ତୁମ୍ଭମାନଙ୍କ ସହିତ ନିଜ ସମ୍ମୁଖରେ ଠିଆ କରିବେ। ଏହି ବିଷୟକୁ ତୁମ୍ଭମାନଙ୍କ ପାଇଁ କରା ଯାଉଛି। ଏହା ଦ୍ୱାରା ଅନେକ ଲୋକ ଯେପରି ପରମେଶ୍ୱରଙ୍କ ଅନୁଗ୍ରହ ପାଇ ପାରିବେ। ପରମେଶ୍ୱରଙ୍କ ମହିମା ନିମନ୍ତେ ତାହାଙ୍କୁ ଅଧିକରୁ ଅଧିକ ଧନ୍ୟବାଦ ଅର୍ପଣ କରାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ଯେପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ଵରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହୁଏ।

Gade chapit la Kopi

ଓଡିଆ ବାଇବେଲ

15 ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ୱରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତୁମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଏସବୁ ଘଟୁଛି। ଈଶ୍ୱରଙ୍କ ଅନୁଗ୍ରହ ଆହୁରି ଅଧିକରୁ ଅଧିକ ବୃଦ୍ଧି ପାଇ ଲୋକଙ୍କୁ ସ୍ପର୍ଶ କଲେ, ଆହୁରି ଅନେକେ କୃତଜ୍ଞ ଚ୍ତ୍ତରେ ଈଶ୍ୱରଙ୍କର ଗୌରବ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।

Gade chapit la Kopi




୨ କରିନ୍ଥୀୟ 4:15
21 Referans Kwoze  

ଆମ୍ଭେ ଜାଣୁ ଯେ, ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ସେମାନଙ୍କ ପାଇଁ ପରମେଶ୍ୱର ପ୍ରତେକ ବିଷୟରେ ମଙ୍ଗଳ ଜନ୍ମାନ୍ତି। ପରମେଶ୍ୱର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହା ହିଁ ତାହାଙ୍କର ଯୋଜନା ଥିଲା।


ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନେଇ ଯିବା କାର୍ଯ୍ୟରେ ମଣ୍ଡଳୀ ସମୂହ ତାହାଙ୍କୁ ନିଯୁକ୍ତ କରିଛନ୍ତି। ଏହି ସେବା ଦ୍ୱାରା ପ୍ରଭୁଙ୍କ ମହିମା ହେବ ଓ ଆମ୍ଭେ ଯେ ପ୍ରକୃତରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ।


ତୁମ୍ଭେମାନେ ନିଜ ପ୍ରାର୍ଥନା ଦ୍ୱାରା ଆମ୍ଭକୁ ସାହାଯ୍ୟ କରିପାର। ଅନେକେ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେବେ, ଯେହେତୁ ସେମାନଙ୍କର ପ୍ରାର୍ଥନା ଦ୍ୱାରା ପରମେଶ୍ୱର ଆମ୍ଭକୁ ଆଶୀର୍ବାଦ ପ୍ରଦାନ କଲେ।


ଯେଉଁ ଲୋକ କହିବାକୁ ଗ୍ଭହେଁ, ସେ ପରମେଶ୍ୱରଙ୍କ ବାକ୍ୟରୁ କଥା କହୁ। ଯେଉଁ ଲୋକ ସେବା କରିବ, ସେ ପରମେଶ୍ୱରଙ୍କ ପ୍ରଦତ୍ତ ଶକ୍ତି ସାହାଯ୍ୟରେ ସେବା କରୁ। ତୁମ୍ଭେ ଏହିସବୁ କାମ ଏପରି ଭାବରେ କରିବା ଉଚିତ୍ ଯେ, ଖ୍ରୀଷ୍ଟଙ୍କ ମାଧ୍ୟମରେ ଯେପରି ପରମେଶ୍ୱର ସମସ୍ତ ବିଷୟରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।


କିନ୍ତୁ ତୁମ୍ଭେମାନେ ମନୋନୀତ ଲୋକ ଅଟ। ତୁମ୍ଭେମାନେ ରାଜାଙ୍କର ଯାଜକ। ତୁମ୍ଭେମାନେ ପବିତ୍ର ଜାତି ଅଟ। ତୁମ୍ଭେମାନେ ପରମେଶ୍ୱରଙ୍କ ଲୋକ। ପରମେଶ୍ୱର କରିଥିବା ଆଶ୍ଚର୍ଯ୍ୟ ଘଟଣାମାନ କହିବା ପାଇଁ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ଯ୍ୟ ଜନକ ଆଲୋକକୁ ଆଣିଛନ୍ତି।


ଅତଏବ ମୁଁ ଧୈର୍ଯ୍ୟପୂର୍ବକ ଉକ୍ତ କଷ୍ଟଗୁଡ଼ିକୁ ସହି ନେଉଛି। ପରମେଶ୍ୱର ଯେତେ ଲୋକଙ୍କୁ ବାଛିଛନ୍ତି, ସେମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ ଏପରି କରୁଛି। ମୁଁ ଏଗୁଡ଼ିକ ସହି ନେବାର କାରଣ ଯେ, ସେହି ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ପରିତ୍ରାଣ ପାଇ ପାରିବେ। ସେହି ପରିତ୍ରାଣ ଗୋଟିଏ ଅସୀମ ମହିମା ସହିତ ଆସେ।


ମୋ’ ପ୍ରତି ଯାହା ଘଟିଲା, ସେଥିପାଇଁ ସେମାନେ ପରମେଶ୍ୱରଙ୍କୁ ପ୍ରଶଂସା କଲେ।


ଯେକେହି ମୋତେ ଧନ୍ୟବାଦାର୍ଥକ ନୈବେଦ୍ୟ ଉତ୍ସର୍ଗ କରେ, ମୋତେ ସମ୍ମାନ ପ୍ରଦର୍ଶନ କରେ ଏବଂ ଯେକେହି ସ‌‌‌ତ୍‌‌‌ମାର୍ଗରେ ଗ୍ଭଲିବାକୁ ନିଷ୍ପତ୍ତି ନିଏ, ସେ ମୋର ରକ୍ଷା କରିବାର ଶକ୍ତି ଦେଖି ପାରିବ।”


ସର୍ବୋପରିସ୍ଥ ପରମେଶ୍ୱରଙ୍କଠାରେ ତୁମ୍ଭେ ଯାହା ପ୍ରତିଜ୍ଞା କଲ, ତାଙ୍କୁ ଦିଅ। ତୁମ୍ଭର ବଳି ଉତ୍ସର୍ଗ କର।


ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମୋତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦେହ ସ୍ୱରୂପ ମଣ୍ଡଳୀ ମାଧ୍ୟମରେ କେତେକ କଷ୍ଟ ଭୋଗିବା ବାକି ଥିଲା। ସେଗୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମୋର ଅଂଶ ମୁଁ ମୋ’ ଦେହରେ ଗ୍ରହଣ କରୁଛି।


ମୁଁ ସ୍ୱାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ଯଦ୍ଦ୍ୱାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି।


କିନ୍ତୁ ପ୍ରଭୁଙ୍କର ଅନୁଗ୍ରହ ମୋତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସେହି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସ ଓ ପ୍ରେମ ମଧ୍ୟ ମୋତେ ମିଳିଲା।


Swiv nou:

Piblisite


Piblisite