Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 4:18 - ପବିତ୍ର ବାଇବଲ

18 ଆମ୍ଭର ଆଖି ଦୃଶ୍ୟ ବିଷୟ ଗୁଡ଼ିକ ଉପରେ ନ ରହି, ଅଦୃଶ୍ୟ ବିଷୟ ଉପରେ କେନ୍ଦ୍ରୀଭୂତ ହେଉ। କାରଣ ଯାହା ଆମ୍ଭକୁ ଦେଖା ଯାଉଛି, ତାହା ଅସ୍ଥାୟୀ, ଓ ଯାହା ଅଦୃଶ୍ୟ, ତାହା ସମ୍ପୂର୍ଣ୍ଣ ଚିରସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତ-କାଳସ୍ଥାୟୀ।

Gade chapit la Kopi

ଓଡିଆ ବାଇବେଲ

18 ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଆମର ଦୃଷ୍ଟି ଦୃଶ୍ୟମାନ କୌଣସି ବସ୍ତୁ ଉପରେ ନୁହେଁ, ମାତ୍ର ଅଦୃଶ୍ୟ ବସ୍ତୁ ଉପରେ ନିବନ୍ଧ, କାରଣ ଦୃଶ୍ୟମାନ ସବୁ କିଛି କ୍ଷଣସ୍ଥାୟୀ, କିନ୍ତୁ ଯାହା ଅଦୃଶ୍ୟ, ତାହା ଚିରସ୍ଥାୟୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।

Gade chapit la Kopi




୨ କରିନ୍ଥୀୟ 4:18
12 Referans Kwoze  

ଆମ୍ଭେ ଯାହା ଦେଖୁ, ତା’ ସାହାଯ୍ୟରେ ନୁହେଁ, ମାତ୍ର ବିଶ୍ୱାସ ଦ୍ୱାରା ପରିଗ୍ଭଳିତ ହେଉ, ସେଥିପାଇଁ ମୁଁ କୁହେ ଯେ, ଆମ୍ଭମାନଙ୍କର ଆଶା ଅଛି।


ବିଶ୍ୱାସର ଅର୍ଥ ହେଉଛି ଆମ୍ଭେ ଭରସା କରୁଥିବା ବିଷୟ ପ୍ରତି ସୁନିଶ୍ଚିତତା। ବିଶ୍ୱାସ ଏଭଳି ସୁନିଶ୍ଚିତ ବୋଧ ଯେ, ଆମ୍ଭେ ଯାହା ନ ଦେଖୁ, ତାହା ବାସ୍ତବ ବୋଲି ଜାଣୁ।


ପୁତ୍ର ଆମ୍ଭମାନଙ୍କୁ ଏହି ଅନନ୍ତ ଜୀବନ ଦେବେ ବୋଲି ପ୍ରତିଜ୍ଞା କରିଛନ୍ତି।


ସେହି ସମସ୍ତ ମହାନ ଲୋକ ମୃତ୍ୟୁ ପର୍ଯ୍ୟନ୍ତ ନିଜର ବିଶ୍ୱାସ ସହିତ ଜୀବିତ ରହିଲେ। ପରମେଶ୍ୱର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସେହି ଲୋକମାନେ ପାଇଲେ ନାହିଁ। ସେମାନେ ଖାଲି ଦେଖିଲେ ଯେ, ସେହି ବିଷୟ ଗୁଡ଼ିକ ସୁଦୂର ଭବିଷ୍ୟତରେ ଆସିବ, ଓ ସେମାନେ (ସେତିକିରେ) ଖୁସୀ ହେଲେ। ସେମାନେ ଗ୍ରହଣ କରି ନେଲେ ଯେ ସେମାନେ ଏହି ପୃଥିବୀରେ ଯାତ୍ରୀ ଓ ଅପରିଚିତ ବ୍ୟକ୍ତି ଅଟନ୍ତି।


“ତା'ପରେ ଏହି ଲୋକଗୁଡ଼ିକ ଗ୍ଭଲିଯିବେ, ସେମାନଙ୍କୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।”


ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।


କିନ୍ତୁ ଏବେ ଖ୍ରୀଷ୍ଟ ମହାଯାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖରେ ଥିବା ସମସ୍ତ ଉତ୍ତମ ବିଷୟର ମହାଯାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁରେ ଆପଣା ସେବାକାର୍ଯ୍ୟ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ରେଷ୍ଠ ସ୍ଥଳରେ ସେବାକାର୍ଯ୍ୟ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାନ୍ତି।


Swiv nou:

Piblisite


Piblisite