୨ କରିନ୍ଥୀୟ 4:6 - ପବିତ୍ର ବାଇବଲ6 ଥରେ ପରମେଶ୍ୱର କହିଲେ: ‘‘ଅନ୍ଧକାର ମଧ୍ୟରୁ ଆଲୋକ ପ୍ରକାଶିତ ହେବ।” ସେହି ପରମେଶ୍ୱର ଆମ୍ଭମାନଙ୍କ ହୃଦୟରେ ତାହାଙ୍କର ଆଲୋକ ଦେଖାଇଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ମୁହଁରେ ପରମେଶ୍ୱରଙ୍କ ଯେଉଁ ଗୌରବମୟ ଆଲୋକ ଦେଖିବାକୁ ମିଳେ ସେହି ଆଲୋକ ସେ ଆମକୁ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ଵର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ଵରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି। Gade chapit laଓଡିଆ ବାଇବେଲ6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ୱରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)6 କାରଣ ଯେଉଁ ଈଶ୍ୱର କହିଥିଲେ, “ଅନ୍ଧକାର ମଧ୍ୟରୁ ଆଲୋକର ଆବିର୍ଭାବ ହେଉ”, ସେହି ଈଶ୍ୱର ଖ୍ରୀଷ୍ଟଙ୍କ ମୁଖରେ ପ୍ରତିଭାତ ଐଶ୍ୱରିକ ମହିମା ଦେଖିବା ପାଇଁ ଆମ ହୃଦୟକୁ ଆଲୋକିତ କରିଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି। Gade chapit la |
ଭବିଷ୍ୟଦ୍ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟଦ୍ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି।
ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସେବାକାର୍ଯ୍ୟ ସେମାନଙ୍କ ନିଜ ପାଇଁ ନୁହେଁ ବୋଲି ସେମାନଙ୍କୁ ଦେଖାଇ ଦିଆ ହେଲା। ଭବିଷ୍ୟଦ୍ବକ୍ତାମାନେ ତୁମ୍ଭର ସେବା କରୁଥିଲେ। ସେମାନେ ସେବା କଲାବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସେହି ସୁସମାଗ୍ଭର କହିଲେ, ସେମାନେ ହିଁ ତାହା କହିଥିଲେ। ସ୍ୱର୍ଗରୁ ପଠାଯାଇଥିବା ପବିତ୍ରଆତ୍ମା ସାହାଯ୍ୟରେ ସେମାନେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାଯାଇଛି, ସେଗୁଡ଼ିକୁ ସ୍ୱର୍ଗଦୂତମାନେ ମଧ୍ୟ ଜାଣିବା ପାଇଁ ବହୁତ ଆଗ୍ରହୀ।
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।
ଲୋକମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ି ଦେଲା ପରେ କ’ଣ ତୁମ୍ଭେମାନେ ସେମାନଙ୍କ ଜୀବନ କେବେ ପରିବର୍ତ୍ତନ କରି ପାରିବ? ଯେଉଁମାନେ ସତ୍ୟର ଶିକ୍ଷା ପାଇ ସାରିଛନ୍ତି ମୁଁ ସେମାନଙ୍କୁ ଏହା କହୁଛି। ସେମାନେ ପରମେଶ୍ୱରଙ୍କ ଦାନ ପ୍ରାପ୍ତ କରି, ଓ ପବିତ୍ରଆତ୍ମାଙ୍କ ସହଭାଗୀ ହୋଇଛନ୍ତି। ସେମାନେ ପରମେଶ୍ୱରଙ୍କ କଥା ଶୁଣିଲେ ଓ ପରମେଶ୍ୱରଙ୍କ ଭାବୀଜଗତର ମହାନ୍ ଶକ୍ତି ଗୁଡ଼ିକୁ ଦେଖିଥିଲେ। ସେମାନେ ତହିଁର ଉତ୍ତମତା ଜୀବନରେ ଉପଲବ୍ଧି କରିଛନ୍ତି। କିନ୍ତୁ ତା'ପରେ ମଧ୍ୟ ସେମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ିଛନ୍ତି। ସେମାନେ ଯୀଶୁଙ୍କୁ ପୁନର୍ବାର କ୍ରୁଶରେ ଚଢ଼ାଇ କଣ୍ଟା ମାରୁଛନ୍ତି। ସେମାନେ ସମସ୍ତଙ୍କ ଆଗରେ ଯୀଶୁ ଖ୍ରୀଷ୍ଟଙ୍କୁ ଅପମାନିତ କରୁଛନ୍ତି।