Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 6:10 - ପବିତ୍ର ବାଇବଲ

10 ଆମ୍ଭର ବହୁତ ଦୁଃଖ ଅଛି କିନ୍ତୁ ଆମ୍ଭେ ସର୍ବଦା ପ୍ରସନ୍ନ ରହୁ। ଆମ୍ଭେ ଗରିବ, କିନ୍ତୁ ଅନେକଙ୍କୁ ଧନୀ କରୁ। ଆମ୍ଭର କିଛି ନାହିଁ, କିନ୍ତୁ ଆମ୍ଭର ସବୁକିଛି ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ଵରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।

Gade chapit la Kopi

ଓଡିଆ ବାଇବେଲ

10 ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ୱରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଆମେ ଶୋକାର୍ତ୍ତ ହୋଇ ସୁଦ୍ଧା ସର୍ବଦା ଉଲ୍ଲସିତ। ଆମେ ଦରିଦ୍ର ପରି ମନେହୁଏ, କିନ୍ତୁ ବାସ୍ତବରେ ଆମେ ସବୁ କରିଛିର ଅଧିକାରୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।

Gade chapit la Kopi




୨ କରିନ୍ଥୀୟ 6:10
43 Referans Kwoze  

ଏହିପରି ତୁମ୍ଭ କ୍ଷେତ୍ରରେ ମଧ୍ୟ ତାହା ଘଟିବ। ବର୍ତ୍ତମାନ ତୁମ୍ଭେ ଦୁଃଖିତ। କିନ୍ତୁ ମୁଁ ତୁମ୍ଭକୁ ପୁଣି ଭେଟିବି ଓ ତୁମ୍ଭେମାନେ ଖୁସୀ ହେବ। କେହି ତୁମ୍ଭର ଆନନ୍ଦ ନେଇ ଯିବ ନାହିଁ।


ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭେମାନେ ଜାଣ ଯେ, ଖ୍ରୀଷ୍ଟ ଈଶ୍ୱରଙ୍କଠାରେ ଧନୀ ହୋଇଥିଲେ ମଧ୍ୟ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହେବା ଦ୍ୱାରା ତୁମ୍ଭେମାନେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁ ଖ୍ରୀଷ୍ଟ ଏପରି କଲେ।


“ମୁଁ ତୁମ୍ଭର କଷ୍ଟ ଜାଣେ। ମୁଁ ଜାଣେ, ତୁମ୍ଭେ ଗରିବ। କିନ୍ତୁ ପ୍ରକୃତରେ ତୁମ୍ଭେ ଧନୀ। ତୁମ୍ଭ ବିରୁଦ୍ଧରେ ଅପବାଦ ମୁଁ ଶୁଣିଛି। ସେହି ମନ୍ଦକଥା କହିବା ଲୋକମାନେ ଯିହୂଦୀ ଅଟନ୍ତି। କିନ୍ତୁ ସେମାନେ ପ୍ରକୃତ ଯିହୂଦୀ ନୁହନ୍ତି। ସେମାନେ ଶୟତାନର ଦଳର ଲୋକ।


ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ! ପରମେଶ୍ୱର ବିଶ୍ୱାସରେ ଧନୀ ହେବା ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ସେ ଯେଉଁ ରାଜ୍ୟ ଦେବା ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସେମାନଙ୍କୁ ବାଛିଛନ୍ତି।


ଯେଉଁମାନେ ବନ୍ଦୀଘରେ ରଖା ଯାଇଥିଲେ, ସେମାନଙ୍କର ଅସୁବିଧାଗୁଡ଼ିକରେ ତୁମ୍ଭେମାନେ ଭାଗନେଲ, ଓ ସେମାନଙ୍କୁ ସାହାଯ୍ୟ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନେଇ ଯିବା ପରେ ମଧ୍ୟ ତୁମ୍ଭେମାନେ ଆନନ୍ଦରେ ଥିଲ। ତୁମ୍ଭେମାନେ ଆନନ୍ଦରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖରେ ଯାହାକିଛି ଅଛି ତାହା ଅତ୍ୟଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।


ନିଜ ଶରୀର ସାଧନା ଅନେକାଂଶରେ ତୁମ୍ଭକୁ ସାହାଯ୍ୟ କରେ। କିନ୍ତୁ ପରମେଶ୍ୱରଙ୍କ ଉପାସନା କରିବା ଦ୍ୱାରା ତାହା ସମସ୍ତ ବିଷୟରେ ତୁମ୍ଭକୁ ସାହାଯ୍ୟ କରେ। ଏହା ବର୍ତ୍ତମାନର ଜୀବନରେ ଓ ଭବିଷ୍ୟତରେ ଜୀବନରେ ମଧ୍ୟ ତୁମ୍ଭ ପାଇଁ ଆଶୀର୍ବାଦ ଆଣେ।


ପ୍ରଭୁଙ୍କଠାରେ ସର୍ବଦା ଆନନ୍ଦ କର। ମୁଁ ଆଉ ଥରେ କହେ, ଆନନ୍ଦ କର।


ଏବେ ତୁମ୍ଭେମାନେ ମଧ୍ୟ ଆମ୍ଭ ଭଳି ଓ ପ୍ରଭୁଙ୍କ ଭଳି ହୋଇ ଯାଇଛ। ଅତ୍ୟଧିକ କଷ୍ଟ ପାଇଲା ପରେ ମଧ୍ୟ ତୁମ୍ଭେମାନେ ସେହି ଶିକ୍ଷାକୁ ଆନନ୍ଦରେ ଗ୍ରହଣ କରିଛ। ପବିତ୍ରଆତ୍ମା ତୁମ୍ଭମାନଙ୍କୁ ଏହି ଆନନ୍ଦ ପ୍ରଦାନ କରିଛନ୍ତି।


ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠାରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ୟବହାର କର। ନିଜ ହୃଦୟରେ ପରମେଶ୍ୱରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ୟାତ୍ମିକ ଗୀତମାନ ଗାଅ।


ପରମେଶ୍ୱରଙ୍କ ସେବାରେ, ତୁମ୍ଭ ବିଶ୍ୱାସ ତୁମ୍ଭକୁ ଏକ ବଳିଦାନ ରୂପେ ସେବା କରିବା ପାଇଁ ପ୍ରେରଣ ଯୋଗଏ। ହୁଏତ ତୁମ୍ଭର ବଳିଦାନ ରୂପ ସେବାରେ ମୋତେ ମୋର ନିଜ ରକ୍ତ ମଧ୍ୟ ଉତ୍ସର୍ଗ କରିବାକୁ ପଡ଼ିପାରେ। ଯଦି ତାହା ଘଟେ, ମୁଁ ତୁମ୍ଭମାନଙ୍କ ସହିତ ଆନନ୍ଦରେ ପରିପୂର୍ଣ୍ଣ ଓ ଖୁସୀ ହେବି।


ଯିହୂଦୀମାନଙ୍କର ତୃଟୀ ଏହି ସଂସାର ପାଇଁ ଆଶୀର୍ବାଦର ଧନ ସ୍ୱରୂପ ହେଲା, ସେମାନେ ଯାହା ହରାଇଲେ, ତାହା ଅଣଯିହୂଦୀମାନଙ୍କ ପାଇଁ ଆଶୀର୍ବାଦର ଧନ ଆଣି ଦେଲା। ତେଣୁ ପରମେଶ୍ୱର ଯାହା ଗ୍ଭହୁଁଛନ୍ତି ସେହି ଅନୁସାରେ ପୂର୍ଣ୍ଣ ସଂଖ୍ୟକ ଯିହୂଦୀମାନେ ଯେତେବେଳେ ଗ୍ଭଲିବେ, ସେତେବେଳେ ସଂସାର ନିଶ୍ଚିତ ରୂପେ ଅଧିକ ମାତ୍ରାରେ ଆଶୀର୍ବାଦର ଧନ ପ୍ରାପ୍ତ କରିବ!


ସୁନା ଅପେକ୍ଷା ଜ୍ଞାନଲାଭ କରିବା ଉତ୍ତମ। ସୁବିବେଚନା ପାଇବା ରୂପାଠାରୁ ଅଧିକ ମୂଲ୍ୟବାନ।


ବରଂ ତୁମ୍ଭେ ଖୁସୀ ହେବା ଉଚିତ୍ ଯେ, ତୁମ୍ଭେ ଖ୍ରୀଷ୍ଟଙ୍କର ଯାତନାର ସହଭାଗୀ ହୋଇଛ। ଖ୍ରୀଷ୍ଟ ନିଜର ମହିମା ପ୍ରକାଶ କଲାବେଳେ ତୁମ୍ଭେ ଖୁସୀ ହେବ ଓ ଆନନ୍ଦରେ ପୂର୍ଣ୍ଣ ହେବ।


ଆମ୍ଭେ ପରମେଶ୍ୱରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କେବଳ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ଯ୍ୟ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ୱରଙ୍କର ଅଟେ।


ପୂର୍ବରୁ ମୁଁ ଯେତେବେଳେ ତୁମ୍ଭକୁ ଲେଖିଥିଲି, ସେତେବେଳେ ମୋ’ ହୃଦୟରେ ଅଧିକ ବେଦନା ଓ ଦୁଃଖ ଥିଲା। ମୁଁ ଆଖିରେ ଲୁହ ଗଡ଼ାଇ ଲେଖିଥିଲି। ତୁମ୍ଭମାନଙ୍କୁ ଦୁଃଖ ଦେବା ମୋର ଉଦ୍ଦେଶ୍ୟ ନ ଥିଲା। ତୁମ୍ଭମାନଙ୍କ ପାଇଁ ମୋର ପ୍ରେମର ମାତ୍ରା କେତେ ଅଧିକ, ଏହା ଯେପରି ତୁମ୍ଭେମାନେ ଜାଣି ପାରିବ ଏଥିପାଇଁ ଏହା ଲେଖିଲି।


ମୁଁ ସମସ୍ତ ଭରସାର ସ୍ରୋତ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ସେ ତୁମ୍ଭମାନଙ୍କ ବିଶ୍ୱାସ କାରଣରୁ ତୁମ୍ଭ ଜୀବନରେ ସମ୍ପୂର୍ଣ୍ଣ ଆନନ୍ଦ ଓ ଶାନ୍ତି ଆଣି ଦିଅନ୍ତୁ। ତା'ହେଲେ ତୁମ୍ଭେ ପ୍ରଚୁର ଭରସା ଲାଭ କରିବ ଓ ପବିତ୍ରଆତ୍ମାଙ୍କର ଶକ୍ତି ତୁମ୍ଭ ଜୀବନରେ ଝରିବ।


ଯେତେବେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭେମାନେ ସେମାନଙ୍କ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲାବେଳେ ତୁମ୍ଭେମାନେ ତାହାଙ୍କ ସହିତ ଦୁଃଖିତ ହୁଅ।


ପ୍ରେରିତମାନେ ମହାସଭା ଛାଡ଼ି ଗ୍ଭଲିଗଲେ। ସେମାନେ ଖୁସୀ ହେଲେ ଯେ, ସେମାନଙ୍କୁ ଯୀଶୁଙ୍କ ନାମରେ ଅପମାନ ସହିବାକୁ ଯୋଗ୍ୟ ବିବେଚିତ କରାଯାଇଛି।


ତୁମ୍ଭେମାନେ, ଯେଉଁମାନେ ଏବେ ଭୋକିଲା, ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ରୋଦନ କରୁଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଧନ୍ୟ, କାରଣ ତୁମ୍ଭେମାନେ ଆନନ୍ଦରେ ଜୀବନଯାପନ କରିବ।


ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ୟ; କାରଣ ପରମେଶ୍ୱର ସେମାନଙ୍କୁ ସାନ୍ତ୍ୱନା ଦେବେ।


ଧନୀ ଲୋକମାନଙ୍କୁ କୁହ ଯେ ସେମାନେ ଭଲ କାମ କରନ୍ତୁ। ସେମାନଙ୍କୁ କୁହ ଯେ, ଭଲ କାମ କରିବାରେ ସେମାନେ ଧନୀ ହୁଅନ୍ତୁ।


ସଦାସର୍ବଦା ଆନନ୍ଦିତ ରୁହ।


କିନ୍ତୁ ପିତର କହିଲେ, “ମୋ’ ପାଖରେ ସୁନା ବା ରୂପା ନାହିଁ, କିନ୍ତୁ ଯାହା ଅଛି ତାହା ମୁଁ ତୁମ୍ଭକୁ ଦେଉଛି। ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଉଠି ଗ୍ଭଲ।”


ସୂର୍ଯ୍ୟ ଯେପରି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ଯ୍ୟ କରନ୍ତି ସେମାନଙ୍କ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।


ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମୋତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦେହ ସ୍ୱରୂପ ମଣ୍ଡଳୀ ମାଧ୍ୟମରେ କେତେକ କଷ୍ଟ ଭୋଗିବା ବାକି ଥିଲା। ସେଗୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମୋର ଅଂଶ ମୁଁ ମୋ’ ଦେହରେ ଗ୍ରହଣ କରୁଛି।


ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିଯୁକ୍ତ ହେବା ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ସେହି ଶକ୍ତି ପ୍ରଦାନ କରିବେ।


ପରମେଶ୍ୱରଙ୍କ ଲୋକମାନଙ୍କ ଭିତରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ୱର ମୋତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ୱର୍ଯ୍ୟପୂର୍ଣ୍ଣ ସୁସମାଗ୍ଭର କହିବି। ସେହି ଐଶ୍ୱର୍ଯ୍ୟଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ସମ୍ଭବପର ନୁହେଁ।


ସେ ଆମ୍ଭକୁ ମଧ୍ୟ ତୁମ୍ଭମାନଙ୍କ ସହିତ ନିଜ ସମ୍ମୁଖରେ ଠିଆ କରିବେ। ଏହି ବିଷୟକୁ ତୁମ୍ଭମାନଙ୍କ ପାଇଁ କରା ଯାଉଛି। ଏହା ଦ୍ୱାରା ଅନେକ ଲୋକ ଯେପରି ପରମେଶ୍ୱରଙ୍କ ଅନୁଗ୍ରହ ପାଇ ପାରିବେ। ପରମେଶ୍ୱରଙ୍କ ମହିମା ନିମନ୍ତେ ତାହାଙ୍କୁ ଅଧିକରୁ ଅଧିକ ଧନ୍ୟବାଦ ଅର୍ପଣ କରାଯିବ।


ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ସମସ୍ତ ବିଷୟରେ ଆଶୀର୍ବାଦ ପାଇଅଛ। ତୁମ୍ଭେମାନେ ସମସ୍ତ କଥା ଓ ସମସ୍ତ ଜ୍ଞାନରେ ଖ୍ରୀଷ୍ଟ ଯୀଶୁଙ୍କ ଆଶୀର୍ବାଦରେ ପୂର୍ଣ୍ଣତା ଲାଭ କରିଛ।


ମୋର ଅଶେଷ ଦୁଃଖ ଅଛି, ଓ ମୁଁ ଯିହୂଦୀମାନଙ୍କ ଲାଗି ଅଧିକ ବେଦନାଗ୍ରସ୍ତ ଅଛି।


ପରମେଶ୍ୱର ଆମ୍ଭ ପାଇଁ ସବୁକିଛିକରିବେ। ପରମେଶ୍ୱର ନିଜ ପୁତ୍ରକୁ ସୁଦ୍ଧା ଧରି ରଖିଲେ ନାହିଁ କିନ୍ତୁ ଆମ୍ଭ ସମସ୍ତଙ୍କ ପାଇଁ ଦେଇଦେଲେ। ଏଣୁ ସେ ତାଙ୍କ ସହ ଆମ୍ଭକୁ ସବୁ ବିଷୟ ଦେବେ।


ପାଉଲ ଓ ଶୀଲା ମଧ୍ୟରାତ୍ରି ବେଳେ ପରମେଶ୍ୱରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହା ସବୁ ଶୁଣୁଥିଲେ।


ତେଣୁ ଖୁସୀ ହୋଇ ଆନନ୍ଦ କର। କାରଣ ସ୍ୱର୍ଗରେ ତୁମ୍ଭେମାନେ ଏକ ମହତ୍ ପୁରସ୍କାର ପାଇବ। ତୁମ୍ଭର ପୂର୍ବବର୍ତ୍ତୀ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ମଧ୍ୟ ଲୋକମାନେ ଏହିଭଳି ଯାତନା ଦେଇଥିଲେ।


ଯେ ବିଜୟୀ ହେବ, ସେ ଏହିସବୁ ପାଇବ। ମୁଁ ତାହାର ପରମେଶ୍ୱର ହେବି ଓ ସେ ମୋର ପୁତ୍ର ହେବ।


କେହି କେହି ଆପଣାକୁ ଧନୀ ବୋଲି ପରିଚୟ ଦିଅନ୍ତି। କିନ୍ତୁ ତା'ର କିଛି ନ ଥାଏ, ମାତ୍ର କେତେକଙ୍କର ଧନ ଥାଇ ମଧ୍ୟ ସେମାନେ ଦରିଦ୍ର ପରି ଆଚରଣ କରନ୍ତି।


Swiv nou:

Piblisite


Piblisite