Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 8:11 - ପବିତ୍ର ବାଇବଲ

11 ତା'ହେଲେ ଯାଇ ତୁମ୍ଭମାନଙ୍କର “କରିବା” ତୁମ୍ଭମାନଙ୍କର “ଇଚ୍ଛା କରିବା” ସହିତ ସମାନ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି ତହିଁରୁ ଦାନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହିପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

11 ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହି ପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ତେଣୁ କାର୍ଯ୍ୟ କରିଯାଅ ଓ ତୁମ ସୁଯୋଗ ଅନୁଯାୟୀ ତାହା ସମାପ୍ତ କର। ସଙ୍କଳ୍ପ ଗ୍ରହଣ କରିବା ସମୟରେ ତୁମର ଯେଉଁ ଆଗ୍ରହ ଥିଲା, କାର୍ଯ୍ୟ ସମାପ୍ତି ପର୍ଯ୍ୟନ୍ତ ତାହାକୁ ବଚାୟ ରଖ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହି ପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ।

Gade chapit la Kopi




୨ କରିନ୍ଥୀୟ 8:11
5 Referans Kwoze  

ମୁଁ ଜାଣେ ଯେ, ତୁମ୍ଭେମାନେ ସାହାଯ୍ୟ କରିବା ପାଇଁ କେତେ ଆଗ୍ରହୀ। ମାକିଦନିଆର ଲୋକମାନଙ୍କ ଆଗରେ ଗର୍ବ ସହିତ ମୁଁ କୁହେ ଯେ, ଆଖାୟାର ଲୋକେ ଗତ ବର୍ଷଠାରୁ ପ୍ରସ୍ତୁତ ଅଛନ୍ତି। ତୁମ୍ଭମାନଙ୍କର ଆଗ୍ରହ ଦେଖି ଏଠିକାର ଅଧିକାଂଶ ଲୋକ ଉତ୍ସାହିତ ହୋଇ ଦାନ ଦେବା ପାଇଁ ପ୍ରସ୍ତୁତ ଅଛନ୍ତି।


“ତୁମ୍ଭେ ଇସ୍ରାଏଲ ଲୋକମାନଙ୍କୁ ମୋ’ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ। ପ୍ରତ୍ୟେକ ଲୋକ ତା'ର ହୃଦୟରେ ନିଷ୍ପତ୍ତି ନେବା ଉଚିତ୍, ସେ ମୋ’ ପାଇଁ ଯାହା ଉପହାର ଦେବା ଉଚିତ୍। ମୋ’ ପାଇଁ ସେହି ଦ୍ରବ୍ୟ ସଂଗ୍ରହ କର।


ମୁଁ କହିପାରେ ଯେ, ସେମାନେ ଯେତେ ଦେଇ ପାରିବା କଥା ତାହ ଦେଇଛନ୍ତି। ଏତିକି ନୁହେଁ, ସେମାନେ ସ୍ୱେଚ୍ଛାରେ ନିଜ ସାମର୍ଥ୍ୟ ଅପେକ୍ଷା ଅଧିକ ଦେଇଛନ୍ତି। କେହି ତାହାଙ୍କୁ ଏହା କରିବା ପାଇଁ କହି ନାହିଁ।


ଯଦି ତୁମ୍ଭମାନଙ୍କର ଦାନ ଦେବାର ଇଚ୍ଛା ଅଛି, ତା'ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେହି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ୟ କରାଯିବ; ତୁମ୍ଭମାନଙ୍କ ପାଖରେ ଯାହା ନାହିଁ, ସେ ଅନୁସାରେ ନୁହେଁ।


ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନେଇ ଯିବା କାର୍ଯ୍ୟରେ ମଣ୍ଡଳୀ ସମୂହ ତାହାଙ୍କୁ ନିଯୁକ୍ତ କରିଛନ୍ତି। ଏହି ସେବା ଦ୍ୱାରା ପ୍ରଭୁଙ୍କ ମହିମା ହେବ ଓ ଆମ୍ଭେ ଯେ ପ୍ରକୃତରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ।


Swiv nou:

Piblisite


Piblisite