Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 8:21 - ପବିତ୍ର ବାଇବଲ

21 ଯାହା ଠିକ୍, ଆମ୍ଭେ ତାହା କରିବା ପାଇଁ ଯତ୍ନଶୀଳ। ଯାହାସବୁ ପ୍ରଭୁ ଠିକ୍ ବୋଲି ଧରନ୍ତି, ଓ ଲୋକେ ଠିକ୍ ବୋଲି ଭାବନ୍ତି, ଆମ୍ଭେ ତାହା କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହିସବୁ ଆମ୍ଭେମାନେ ବିବେଚନା କରୁ।

Gade chapit la Kopi

ଓଡିଆ ବାଇବେଲ

21 କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହି ସବୁ ଆମ୍ଭେମାନେ ବିବେଚନା କରୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 କାରଣ କେବଳ ପ୍ରଭୁଙ୍କ ସାକ୍ଷାତରେ ନୁହେଁ, ମାତ୍ର ମନୁଷ୍ୟ ସାକ୍ଷାତରେ ମଧ୍ୟ ସତ୍ ରହିବା ଆମର ଲକ୍ଷ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହିସବୁ ଆମ୍ଭେମାନେ ବିବେଚନା କରୁ।

Gade chapit la Kopi




୨ କରିନ୍ଥୀୟ 8:21
19 Referans Kwoze  

ମନ୍ଦ ପ୍ରତିବଦଳରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସେହିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ।


ଅବିଶ୍ୱାସୀ ଲୋକମାନେ ତୁମ୍ଭ ଗ୍ଭରିପଟେ ଅଛନ୍ତି। ସେମାନେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ଯ୍ୟ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା'ହେଲେ ତୁମ୍ଭେମାନେ କରୁଥିବା ଭଲ କାମଗୁଡ଼ିକୁ ସେମାନେ ଦେଖିବେ ଓ ପରମେଶ୍ୱରଙ୍କ ଆସିବା ଦିନ ସେମାନ ତାହାଙ୍କୁ ମହିମା ଦେବେ।


ଭାଇ ଓ ଭଉଣୀମାନେ! ଯାହା ସତ୍ୟ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍‌‌ଗୁଣ ଓ ପ୍ରଶଂସାର ଥାଏ, ସେହି ବିଷୟ ଗୁଡ଼ିକରେ ମନୋଯୋଗ କର।


ସମସ୍ତ ପ୍ରକାରର ମନ୍ଦଠାରୁ ଦୂରରେ ରୁହ।


ଅନେକ ଯେପରି କରନ୍ତି, ସେହିପରି ଆମ୍ଭେ ନିଜ ଲାଭ ପାଇଁ ପରମେଶ୍ୱରଙ୍କ ବାକ୍ୟ ବିକ୍ରୀ କରୁ ନାହୁଁ, କିନ୍ତୁ ଆମ୍ଭେମାନେ ପରମେଶ୍ୱରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କଠାରେ ଥାଇ ସତ୍ୟ କହୁ। ପରମେଶ୍ୱରଙ୍କ ପ୍ରେରିତ ଲୋକ ଭଳି କଥା କହୁ।


ଯେଉଁମାନେ ଖ୍ରୀଷ୍ଟଙ୍କ ସେବାରେ ରହି ଏହି ପ୍ରକାର ଜୀବନଯାପନ କରୁଛନ୍ତି, ସେମାନେ ପରମେଶ୍ୱରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ୟ ସେହି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି।


ଅତଏବ ଯୁବତୀମାନେ ବିବାହ କରନ୍ତୁ ସେମାନଙ୍କର ପିଲା-ଛୁଆ ହୁଅନ୍ତୁ ଏବଂ ସେମାନେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଗ୍ଭହେଁ। ଯଦି ସେମାନେ ଏପରି କରିବେ, ତା'ହେଲେ ଆମ୍ଭ ଶତ୍ରୁମାନେ ସେମାନଙ୍କୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ।


ତୁମ୍ଭର ଦାନ ଗୋପନରେ ହେବା ଉଚିତ୍। ତୁମ୍ଭର ପରମପିତା ଗୋପନରେ କରାଯାଇଥିବା କାର୍ଯ୍ୟକୁ ଦେଖି ପାରନ୍ତି, ସେ ତୁମ୍ଭକୁ ତା'ର ପ୍ରତିଫଳ ଦେବେ।


ଲୋକଙ୍କ ଆଗରେ ତୁମ୍ଭେମାନେ ଆଲୋକ ଭଳି ପ୍ରକାଶିତ ହୁଅ। ସେମାନେ ତୁମ୍ଭର ଭଲ କାମଗୁଡ଼ିକ ଦେଖନ୍ତୁ ଓ ସ୍ୱର୍ଗରେ ରହୁଥିବା ତୁମ୍ଭ ପରମପିତାଙ୍କୁ ପ୍ରଶଂସା ଗାନକରନ୍ତୁ।


“କେବଳ ଅନ୍ୟ ଲୋକଙ୍କୁ ଦେଖେଇ ହେବା ପାଇଁ ଯାହାକିଛି ଭଲ କାମ, ତାହା ସେମାନେ କରନ୍ତି। ନିଜକୁ ଧାର୍ମିକ ଦେଖେଇ ହେବା ପାଇଁ ପ୍ରକୃତରେ ସେମାନେ ବଡ଼ବଡ଼ କବଚ ପିନ୍ଧିଥା’ନ୍ତି ଓ ନିଜର ସ୍ୱତନ୍ତ୍ର ପ୍ରାର୍ଥନା ପୋଷାକକୁ ବହୁତ ଲମ୍ବା କରିଥା’ନ୍ତି।


“ସାବଧାନ ରୁହ! ଯେତେବେଳେ ଭଲ କାମକର, ଲୋକମାନଙ୍କୁ ଜଣାଇବା ପାଇଁ କର ନାହିଁ। ଲୋକମାନେ ତାହା ଦେଖନ୍ତୁ ବୋଲି ତୁମ୍ଭେ ସେଗୁଡ଼ିକ କର ନାହିଁ। ତାହାହାଲେ ତୁମ୍ଭେ ସ୍ୱର୍ଗରେ ଥିବା ତୁମ୍ଭର ପରମପିତାଙ୍କଠାରୁ ପୁରସ୍କାର ପାଇ ପାରିବ ନାହିଁ।


ତେଣୁ ଋତ ସକାଳ ପର୍ଯ୍ୟନ୍ତ ବୋୟାଜର ପାଦତଳେ ଶୟନ କଲା। ଅନ୍ଧାର ଥାଉ ଥାଉ ଲୋକମାନେ ଚିହ୍ନିବା ପୂର୍ବରୁ ଋତ ଉଠି ପଡ଼ିଲେ। ବୋୟାଜ ତାଙ୍କୁ କହିଲେ, “ଏ କଥା ଯେପରି କେହି ନ ଜାଣନ୍ତି ଯେ, ଜଣେ ସ୍ତ୍ରୀଲୋକ ଏଠାରେ ଏହି ଖଳାରେ ଥିଲା।”


ଯଦି ତୁମ୍ଭେ ଏହା କର, ତୁମ୍ଭେ ଜ୍ଞାନୀ ହେବ, ପରମେଶ୍ୱର ଓ ମନୁଷ୍ୟମାନଙ୍କଠାରୁ ସୁବିବେଚନା ଲାଭ କରିବ।


ଏହି ବହୁ ପରିମାଣର ଧନ ଦାନକୁ ଆମ୍ଭେ ଯେଉଁ ଭାବରେ ନେଉଛୁ, ତା’ ପାଇଁ ଲୋକେ ଯେପରି ଆମ୍ଭର ସମାଲୋଚନା ନ କରିବେ, ଏ ବିଷୟରେ ଆମ୍ଭେ ସାବଧାନ ଅଛୁ।


ସେମାନଙ୍କ ସହିତ ସର୍ବଦା ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଆମ୍ଭର ଆଉ ଜଣେ ଭାଇଙ୍କୁ ଆମ୍ଭେ ପଠାଉଛୁ। ଅନେକ ଘଟଣାରେ ସେ ଏହା ପ୍ରମାଣିତ କରିଛନ୍ତି। ତୁମ୍ଭମାନଙ୍କ ପ୍ରତି ତାଙ୍କ ମନରେ ଅସୀମ ବିଶ୍ୱାସ ଥିବାରୁ, ସେ ଅଧିକ ସାହାଯ୍ୟ କରିବା ପାଇଁ ଉତ୍ସାହିତ ଅଛନ୍ତି।


ଯେଉଁମାନେ ମଣ୍ଡଳୀର ସଦସ୍ୟ ନୁହନ୍ତି, ବାହାରର ସେହି ଲୋକମାନଙ୍କର ମଧ୍ୟ, ଅଧ୍ୟକ୍ଷଙ୍କ ନିମନ୍ତେ ସମ୍ମାନ ଭାବ ଥିବା ଆବଶ୍ୟକ। ତହିଁରେ ସେ ଅନ୍ୟମାନଙ୍କ ଦ୍ୱାରା ସମାଲୋଚିତ ହେବେ ନାହିଁ କି ଶୟତାନର ଫାନ୍ଦରେ ପଡ଼ିବେ ନାହିଁ।


ତା'ପରେ ଏଲିୟ କହିଲେ, “ଗ୍ଭରିଟି କଳସ ଜଳରେ ପୂର୍ଣ୍ଣ କରି ସେହି ହୋମାର୍ଥକ ବଳିର ମାଂସ ଓ କାଠ ଉପରେ ଢାଳ।” ପୁଣି ଏଲିୟ କହିଲେ, “ଦ୍ୱିତୀୟ ଥର ପାଇଁ ତାହା କର।” ତା'ପରେ ପୁଣି କହିଲେ, “ତୃତୀୟ ଥର ପାଇଁ ତାହା କର।” ସେମାନେ ପ୍ରତିଥର ତାହା ହିଁ କଲେ।


Swiv nou:

Piblisite


Piblisite