Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 8:4 - ପବିତ୍ର ବାଇବଲ

4 କିନ୍ତୁ ସେମାନେ ଆଗ୍ରହ ପୂର୍ବକ, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ଏହି ସେବା କାର୍ଯ୍ୟରେ ଅଂଶଗ୍ରହଣ ପାଇଁ ଆମକୁ ବାରମ୍ବାର ଅନୁନୟ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହ ପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ଵେଚ୍ଛାରେ ବହୁତ ବିନତି ସହ ଆମ୍ଭମାନଙ୍କୁ ନିବେଦନ କଲେ;

Gade chapit la Kopi

ଓଡିଆ ବାଇବେଲ

4 ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହ ପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ଵେଚ୍ଛାରେ ବହୁତ ବିନତିସହ ଆମ୍ଭମାନଙ୍କୁ ନିବେଦନ କଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଯିହୁଦାରେ ଥିବା ଈଶ୍ବରଙ୍କ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ସେମାନଙ୍କୁ ସୁଯୋଗ ଦିଆଯାଉ ବୋଲି ସେମାନେ ଆମକୁ ଅନୁନୟ ନିବେଦନ କରିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ୱେଚ୍ଛାରେ ବହୁତ ବିନତି ସହ ଆମ୍ଭମାନଙ୍କୁ ନିବେଦନ କଲେ;

Gade chapit la Kopi




୨ କରିନ୍ଥୀୟ 8:4
27 Referans Kwoze  

“ମୁଁ ବହୁତ ବର୍ଷ ପର୍ଯ୍ୟନ୍ତ ଯିରୁଶାଲମରୁ ଦୂରରେ ଥିଲି। ତା'ପରେ ମୋ’ ଦରିଦ୍ର ଯିହୂଦୀମାନଙ୍କୁ ଅର୍ଥ ସାହାଯ୍ୟ ଦେବା ପାଇଁ ଓ ପରମେଶ୍ୱରଙ୍କ ପାଖରେ ଦାନ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ଫେରିଲି।


ତେଣୁ ଯେତେବେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁଯୋଗ ପାଉ, ଆମ୍ଭେ ଅବଶ୍ୟ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ୱାସୀ ଅଟନ୍ତି, ସେମାନଙ୍କ ପ୍ରତି ଆମ୍ଭକୁ ବିଶେଷ ଧ୍ୟାନ ଦେବାକୁ ପଡ଼ିବ।


ପରମେଶ୍ୱରଙ୍କ ଲୋକମାନଙ୍କ ପାଇଁ ଏହି ସେବା ବିଷୟରେ ଏପରି ଲେଖିବା ମୋ’ ପାଇଁ ପ୍ରକୃତରେ ଆବଶ୍ୟକ ନୁହେଁ।


ପରମେଶ୍ୱର ହେଉଛନ୍ତି ନ୍ୟାୟୀ। ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କୁ ସାହାଯ୍ୟ କରି ଗ୍ଭଲିଛ, ଏ କଥା ସେ ମନେ ରଖିବେ।


ତୁମ୍ଭେମାନେ ସ୍ତିଫାନର ପରିବାରବର୍ଗଙ୍କୁ ଜାଣିଛ। ସେମାନେ ଆଖାୟା ଦେଶର ପ୍ରଥମ ବିଶ୍ୱାସୀ ଥିଲେ। ସେମାନେ ପରମେଶ୍ୱରଙ୍କ ଲୋକମାନଙ୍କ ସେବାରେ ନିଜକୁ ସମର୍ପିତ କରିଛନ୍ତି।


ସେମାନେ ଆମ୍ଭକୁ ଗୋଟିଏ କଥା କହିବା ଉପରେ ଜୋର୍ ଦେଲେ ଯେ, ଆମ୍ଭେ ଯେପରି ଅଭାବରେ ଥିବା ଗରିବ ଲୋକମାନଙ୍କୁ ସାହାଯ୍ୟ କରିବା କଥା ମନେରଖୁ। ଏହି କାମଟି କରିବା ପାଇଁ ମୁଁ ଯେ କେବଳ ଇଚ୍ଛା କରୁଥିଲି ତା’ ନୁହେଁ, ବରଂ ଏଥିପାଇଁ ମୋର ଉଦ୍‌‌ଯୋଗ ମଧ୍ୟ ଥିଲା।


ସେ ଜୀବନରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ୱରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟରେ ପଡ଼ିଥିବା ଲୋକଙ୍କୁ ସାହାଯ୍ୟ କରିବା ଓ ନିଜ ଜୀବନରେ ସମସ୍ତ ପ୍ରକାରର ଭଲ କାମ କରିବା।


ବର୍ତ୍ତମାନ ପରମେଶ୍ୱରଙ୍କ ଲୋକମାନଙ୍କର ସାହାଯ୍ୟ ପାଇଁ ଅର୍ଥ ସଂଗ୍ରହ ବିଷୟରେ ମୁଁ ଗାଲାତୀୟ ମଣ୍ଡଳୀକୁ ଏ ସମ୍ପର୍କ ଦେଇ ଥିବା ନିର୍ଦ୍ଦେଶମାନ ତୁମ୍ଭେମାନେ ଅବଶ୍ୟ ପାଳନ କରିବା ଉଚିତ୍।


ପ୍ରାର୍ଥନା କର ଯେ, ମୁଁ ଯିହୂଦାଠାରେ ଅବିଶ୍ୱାସୀଲୋକମାନଙ୍କ କବଳରୁ ରକ୍ଷା ପାଇବି। ଏବଂ ଏଥିପାଇଁ ମଧ୍ୟ ପ୍ରାର୍ଥନା କରେ ଯେ, ଯିରୁଶାଲମଠାରେ ଯାହା ସାହାଯ୍ୟ ପହଞ୍ଚିବ ସେଥିରେ ପରମେଶ୍ୱରଙ୍କ ଲୋକେ ପ୍ରସନ୍ନ ହେବେ।


ସେ ଓ ତା'ର ଘରେ ରହୁଥିବା ସମସ୍ତେ ବାପ୍ତିଜିତ ହେବାପରେ, ସେ ଆମ୍ଭମାନଙ୍କୁ ଅନୁରୋଧ କରି ଡାକି କହିଲା, “ତୁମ୍ଭେମାନେ ଯଦି ମୋତେ ପ୍ରଭୁଙ୍କଠାରେ ଜଣେ ପ୍ରକୃତ ବିଶ୍ୱାସୀ ବୋଲି ଭାବୁଛ, ତେବେ ମୋ’ ଘରେ ଆସି ରୁହ।” ଏହିପରି ସେ ଆମ୍ଭମାନଙ୍କୁ ତା'ର ଘରକୁ ଯିବା ପାଇଁ ରାଜି କରାଇଲା।


ସେଥିପାଇଁ ବିଶ୍ୱାସୀମାନେ ସ୍ଥିର କଲେ ଯେ, ସେମାନେ ଯଥାଶକ୍ତି ସାହାଯ୍ୟ ପାଠାଇବେ। ପ୍ରତ୍ୟେକ ବିଶ୍ୱାସୀ ନିଜର ସାଧ୍ୟମତେ ସାହାଯ୍ୟ ଦେବା ପାଇଁ ଯୋଜନା କଲେ।


କାରଣ ଗରିବମାନେ ତ ସବୁବେଳେ ତୁମ୍ଭ ପାଖରେ ରହିବେ। ତୁମ୍ଭେ ଯେତେବେଳେ ଗ୍ଭହିଁବ, ସେମାନଙ୍କୁ ସାହାଯ୍ୟ କରି ପାରିବ। କିନ୍ତୁ ତୁମ୍ଭେମାନେ ମୋତେ ସଦାବେଳେ ପାଇବ ନାହିଁ।


“ସେତେବେଳେ ରାଜା ଉତ୍ତର ଦେବେ, ‘ମୁଁ ତୁମ୍ଭକୁ ସତ୍ୟ କହୁଛି। ଏଠାରେ ତୁମ୍ଭେ ମୋର ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣକ ପାଇଁ ଯାହାକିଛି କଲ, ତାହା ତୁମ୍ଭେ ମୋ’ ପାଇଁ କଲ।’


ଯିଏ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଇଚ୍ଛା ଅନୁସାରେ କାମ କରନ୍ତି, ସେ ମୋର ଭାଇ, ଭଉଣୀ ଓ ମା।”


“ଯଦି କେହି ଲୋକ ମୋର ଏହି ଛୋଟ ଓ ସରଳ ଶିଷ୍ୟମାନଙ୍କ ମଧ୍ୟରୁ କାହାରିକୁ ମୋର ଶିଷ୍ୟ ବୋଲି କହି ସାହାଯ୍ୟ କରେ, ତେବେ ସେ ନିଶ୍ଚୟ ତା'ର ପୁରସ୍କାର ପାଇବ। ସେ ଯଦି ମୋ’ ଶିଷ୍ୟମାନଙ୍କୁ କାହାକୁ କେବଳ ଗିନାଏ ଥଣ୍ଡା ପାଣି ଦେଇଥାଏ, ତଥାପି ସେ ତା'ର ପୁରସ୍କାର ପାଇବ।”


Swiv nou:

Piblisite


Piblisite