Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 9:12 - ପବିତ୍ର ବାଇବଲ

12 ଏହି ସେବା ଯେଉଁଥିରେ କି ତୁମ୍ଭମାନଙ୍କର ଏକ ଭାଗ ରହିଛି ତା'ଦ୍ୱାରା କେବଳ ଯେ ସାଧୁ ମାନଙ୍କର ଆବଶ୍ୟକତା ପୂରଣ ହୁଏ, ତା’ ନୁହେଁ ବରଂ ପରମେଶ୍ୱରଙ୍କ ପ୍ରତି ହୃଦୟ ଧନ୍ୟବାଦରେ ଉଚ୍ଛୁଳି ଉଠେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ଦ୍ଵାରା ମଧ୍ୟ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି,

Gade chapit la Kopi

ଓଡିଆ ବାଇବେଲ

12 କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ୱାରା ମଧ୍ୟ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ତୁମ୍ଭମାନଙ୍କର ଦାନଶୀଳତା ଦ୍ୱାରା କେବଳ ଯେ ଈଶ୍ୱରଙ୍କ ଲୋକମାନଙ୍କର ଅଭାବ ଦୂର ହେବ, ତା’ ନୁହେଁ, କିନ୍ତୁ ଏହା ଦ୍ୱାରା ଈଶ୍ୱରଙ୍କ ପ୍ରତି ଅନେକଙ୍କ ହୃଦୟର କୃତଜ୍ଞତା ଉଛୁଳି ଉଠିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ୱାରା ମଧ୍ୟ ଈଶ୍ବରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି,

Gade chapit la Kopi




୨ କରିନ୍ଥୀୟ 9:12
10 Referans Kwoze  

ଏପାଫ୍ରାଦିତ ଖ୍ରୀଷ୍ଟଙ୍କଠାରେ ମୋର ଭାଇ। ସେ ମୋ’ ସହିତ ଖ୍ରୀଷ୍ଟ-ବାହିନୀର ଜଣେ ସେବକ ଓ କାର୍ଯ୍ୟକାରୀ। ମୋ’ ଦରକାର ବେଳେ ତୁମ୍ଭେମାନେ ତାହାଙ୍କୁ ମୋ’ ସାହାଯ୍ୟ ପାଇଁ ପଠାଇଥିଲ। ମୁଁ ଭାବୁଛି ଏବେ ପୁନର୍ବାର ମୁଁ ତାହାଙ୍କୁ ତୁମ୍ଭ ପାଖକୁ ଫେରାଇ ଦେବି।


ଯେଉଁ ବିଶ୍ୱାସୀ ଜଗତର ସମସ୍ତ ଧନରେ ଧନୀ, କିନ୍ତୁ ନିଜ ଭାଇକୁ ଅଭାବ ଅବସ୍ଥାରେ ଦେଖି ମଧ୍ୟ ତାହାକୁ ସାହାଯ୍ୟ କରେ ନାହିଁ, ତା’ ହୃଦୟରେ ପରମେଶ୍ୱରଙ୍କର ପ୍ରେମ ନାହିଁ।


କିନ୍ତୁ ସେମାନେ ଆଗ୍ରହ ପୂର୍ବକ, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ଏହି ସେବା କାର୍ଯ୍ୟରେ ଅଂଶଗ୍ରହଣ ପାଇଁ ଆମକୁ ବାରମ୍ବାର ଅନୁନୟ କରୁଥିଲେ।


ପରମେଶ୍ୱରଙ୍କ ଲୋକମାନଙ୍କ ପାଇଁ ଏହି ସେବା ବିଷୟରେ ଏପରି ଲେଖିବା ମୋ’ ପାଇଁ ପ୍ରକୃତରେ ଆବଶ୍ୟକ ନୁହେଁ।


ତୁମ୍ଭେମାନେ ନିଜ ପ୍ରାର୍ଥନା ଦ୍ୱାରା ଆମ୍ଭକୁ ସାହାଯ୍ୟ କରିପାର। ଅନେକେ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେବେ, ଯେହେତୁ ସେମାନଙ୍କର ପ୍ରାର୍ଥନା ଦ୍ୱାରା ପରମେଶ୍ୱର ଆମ୍ଭକୁ ଆଶୀର୍ବାଦ ପ୍ରଦାନ କଲେ।


ଖ୍ରୀଷ୍ଟଙ୍କର ଅନେକ ଦୁଃଖ ଭୋଗର ଆମ୍ଭେ ସହଭାଗୀ ଅଟୁ। ସେହିଭଳି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନା ଆମ୍ଭକୁ ମିଳେ ତାହାର ସୀମା ନାହିଁ।


Swiv nou:

Piblisite


Piblisite