Biblia Todo Logo
Bib sou entènèt

- Piblisite -




୨ ଯୋହନ 1:3 - ପବିତ୍ର ବାଇବଲ

3 ପରମପିତା ପରମେଶ୍ୱର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଦୟା, ଅନୁଗ୍ରହ ଓ ଶାନ୍ତି ଆମ୍ଭ ସହିତ ରହିବ। ଆମ୍ଭେ ସତ୍ୟ ଓ ପ୍ରେମ ଦ୍ୱାରା ତାହାଙ୍କଠାରୁ ଏହି ଆଶୀର୍ବାଦ ଲାଭ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପିତା ଈଶ୍ଵର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ।

Gade chapit la Kopi

ଓଡିଆ ବାଇବେଲ

3 ପିତା ଈଶ୍ୱର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ପିତା ଈଶ୍ବର ଓ ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ ଆମକୁ ଅନୁଗ୍ରହ, କୃପା ଓ ଶାନ୍ତି ପ୍ରଦାନ କରି ସତ୍ୟ ଓ ପ୍ରେମରେ ଅନୁପ୍ରାଣିତ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପିତା ଈଶ୍ବର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ।

Gade chapit la Kopi




୨ ଯୋହନ 1:3
9 Referans Kwoze  

ଆମ୍ଭେମାନେ ଯେ ପରମେଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ଏହା ହେଉଛି ପ୍ରକୃତ ପ୍ରେମ। ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ:


ତୁମ୍ଭେମାନେ ପରମେଶ୍ୱରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତିପ୍ରାପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।


କିନ୍ତୁ ପ୍ରଭୁଙ୍କର ଅନୁଗ୍ରହ ମୋତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସେହି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସ ଓ ପ୍ରେମ ମଧ୍ୟ ମୋତେ ମିଳିଲା।


ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ବିଶ୍ୱାସ କରୁଥିବାରୁ ମୋର ପ୍ରକୃତ ପୁତ୍ର ଅଟ। ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ତୁମ୍ଭକୁ ଅନୁଗ୍ରହ, ଦୟା ଓ ଶାନ୍ତି ମିଳୁ।


ଆତ୍ମାଙ୍କ ସାହାଯ୍ୟରେ ଆମେ ଏଥିପାଇଁ ଅପେକ୍ଷା କରି ରହିଛୁ। ଯଦି କେହି ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛି, ତା'ହେଲେ ସେ ସୁନ୍ନତ ହୋଇଛି ନା ନାହିଁ, ଏହା ମହତ୍ତ୍ୱପୂର୍ଣ୍ଣ ନୁହେଁ। ମହତ୍ତ୍ୱପୂର୍ଣ୍ଣ ବିଷୟ ହେଲା, ପ୍ରେମଜନକ ବିଶ୍ୱାସ, ଯାହା କାର୍ଯ୍ୟରେ ପରିପ୍ରକାଶ ହୁଏ।


ପ୍ରାଚୀନ ଯେ ମୁଁ, ପରମେଶ୍ୱରଙ୍କ ଦ୍ୱାରା ମନୋନୀତା ମହିଳା ଓ ତାହାଙ୍କର ସନ୍ତାନମାନଙ୍କ ନିକଟକୁ ଏହି ପତ୍ର ଲେଖୁଛି: ମୁଁ ତୁମ୍ଭ ସମସ୍ତଙ୍କୁ ସତ୍ୟରେ ରହି ପ୍ରେମ କରେ। ସତ୍ୟକୁ ଜାଣିଥିବା ସମସ୍ତ ଲୋକମାନେ ମଧ୍ୟ ତୁମ୍ଭକୁ ପ୍ରେମ କରନ୍ତି।


ମୋ'ଠାରୁ ଶୁଣିଥିବା ସ‌‌ତ୍‌‌‌ଶିକ୍ଷାଗୁଡ଼ିକୁ ପାଳନ କର। ସେହି ଶିକ୍ଷାଗୁଡ଼ିକ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଆମ୍ଭର ବିଶ୍ୱାସ ଓ ପ୍ରେମ। ସେହି ଉପଦେଶଗୁଡ଼ିକ ଉଦାହରଣ ସ୍ୱରୂପ ଅଟେ ଓ ତାହା ଦର୍ଶାଏ ଯେ, ତୁମ୍ଭେ କିପରି ଉପଦେଶ ଦେବା ଉଚିତ୍।


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭମାନଙ୍କର ଚତୁର୍ଥ ମାସ, ପଞ୍ଚମ ମାସ, ସପ୍ତମ ମାସ ଓ ଦଶମ ମାସର ଦୁଃଖ ଓ ଉପବାସର ଯିହୁଦାର ଘର ପାଇଁ ଆନନ୍ଦମୟ ଦିନ ହେବ। ତାହା ବିଜୟ ଉଲ୍ଲସିତର ଦିନ ଏବଂ ଉଲ୍ଲାସର ସମାରୋହ ହେବ। ସେଥିପାଇଁ ତୁମ୍ଭେମାନେ ନିଶ୍ଚୟ ସତ୍ୟ ଓ ଶାନ୍ତିକୁ ପ୍ରେମ କରିବ।”


Swiv nou:

Piblisite


Piblisite