Biblia Todo Logo
Bib sou entènèt

- Piblisite -




୨ ଯୋହନ 1:7 - ପବିତ୍ର ବାଇବଲ

7 ଏ ଜଗତରେ ବର୍ତ୍ତମାନ ଅନେକ ଭଣ୍ଡ ଶିକ୍ଷକ ବାହାରିଲେଣି। ଯୀଶୁ ଖ୍ରୀଷ୍ଟ ଏହି ଜଗତକୁ ଆସିଛନ୍ତି, ଏହା ସେମାନେ ଅସ୍ୱୀକାର କରନ୍ତି। ଏହି ସତ୍ୟକୁ ଅସ୍ୱୀକାର କରୁଥିବା ପ୍ରତ୍ୟେକ ବ୍ୟକ୍ତି ଜଣେ ଜଣେ ଭଣ୍ଡ ଶିକ୍ଷକ ଓ ଖ୍ରୀଷ୍ଟଙ୍କର ଶତ୍ରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବ; ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ଵୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହିପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଖ୍ରୀଷ୍ଟାରି।

Gade chapit la Kopi

ଓଡିଆ ବାଇବେଲ

7 କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି । ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଅନେକ ପ୍ରତାରକ ଏବେ ଜଗତରେ ବିଚରଣ କରୁଛନ୍ତି। ଯୀଶୁ ଖ୍ରୀଷ୍ଟ ମନୁଷ୍ୟ ଶରୀରରେ ଅବତାର ଗ୍ରହଣ କରିଥିଲେ ବୋଲି ସେମାନେ ସ୍ୱୀକାର କରନ୍ତି ନାହିଁ। ଏପରି ବ୍ୟକ୍ତି ନିଶ୍ଚୟ ପ୍ରତାରକ, ସେ ଖ୍ରୀଷ୍ଟଙ୍କର ଶତ୍ରୁ!

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ।

Gade chapit la Kopi




୨ ଯୋହନ 1:7
8 Referans Kwoze  

ଯେଉଁମାନେ ତୁମ୍ଭମାନଙ୍କୁ ଭୁଲ୍ ପଥରେ କଢ଼ାଇ ନେବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କ ବିଷୟରେ ମୁଁ ତୁମ୍ଭମାନଙ୍କୁ ଏହି କଥା ଲେଖୁଛି।


ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।


ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ ପୁଣି ସେହି ବାକ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା।


ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।


ବିଶାଳ ସାପକୁ ସ୍ୱର୍ଗରୁ ପୃଥିବୀରେ ନିକ୍ଷେପ କରାଗଲା। (ସେହି ବିଶାଳ ସାପ ହେଉଛି ସେହି ଅତୀତର ପୁରୁଣା ସାପ, ଯାହାକୁ ଶୟତାନ କୁହାଯାଏ।) ସେ ପୃଥିବୀ ବାସୀଙ୍କୁ ଭୁଲ୍ ରାସ୍ତାରେ ନିଏ। ସାପକୁ ତା'ର ଦୂତମାନଙ୍କ ସହିତ ସଦଳବଳରେ ପୃଥିବୀରେ ନିକ୍ଷେପ କରାଗଲା।


Swiv nou:

Piblisite


Piblisite