Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 19:3 - ପବିତ୍ର ବାଇବଲ

3 ସେମାନେ ଯିଶାଇୟଙ୍କୁ କହିଲେ, “ହିଜକିୟ କହନ୍ତି, ଏହି କ୍ଳେଶ, ଅନୁଯୋଗ ଓ ଅପମାନର ଦିନ। ଏହା ଏପରି ଦିନ ଯେବେ ଶିଶୁଗଣ ପ୍ରସବ ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ସେମାନଙ୍କ ପାଖରେ ଶକ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ସେମାନେ ତାଙ୍କୁ କହିଲେ, ହିଜକୀୟ କହନ୍ତି, ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ-ଦ୍ଵାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ତହିଁରେ ସେମାନେ ଯିଶାଇୟଙ୍କୁ କହିଲେ, “ହିଜକୀୟ କହନ୍ତି, ‘ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ସେମାନେ ଯିଶାଇୟଙ୍କୁ କହିଲେ, “ହିଜକୀୟ କହନ୍ତି, ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।

Gade chapit la Kopi




2 ରାଜାବଳୀ 19:3
13 Referans Kwoze  

ସ୍ତ୍ରୀଲୋକର ପ୍ରସବ ବେଦନା ସଦୃଶ ତା'ର ଦଣ୍ତ କଷ୍ଟଦାୟକ ହେବ। ସେ ଜଣେ ଜ୍ଞାନୀ ପୁତ୍ର ହେବ ନାହିଁ। ଏପରି ଏକ ସମୟ ଆସିବ ସେ ଆଉ ତିଷ୍ଠିବ ନାହିଁ।


ସଦାପ୍ରଭୁ କୁହନ୍ତି, ଆମ୍ଭେ କ’ଣ ପ୍ରସବ କାଳ ଉପସ୍ଥିତ କରାଇ ପ୍ରସବ କରାଇବା ନାହିଁ?” ପୁଣି ତୁମ୍ଭର ପରମେଶ୍ୱର କୁହନ୍ତି, “ଆମ୍ଭେ ପ୍ରସବ କରାଉଥିବା ବ୍ୟକ୍ତି, କ’ଣ ଗର୍ଭରୋଧ କରି ପାରିବା?”


ଆମ୍ଭେ ଆମ୍ଭର ଗୃହକୁ ଫେରିବା ଯେତେବେଳେ ଲୋକମାନେ ସେମାନଙ୍କର ଦୋଷ ସ୍ୱୀକାର କରିବେ ଏବଂ ଆମ୍ଭଙ୍କୁ କ୍ଷମା ମାଗିବେ। ହଁ, ସେମାନେ ଦୁଃଖରେ ଆମ୍ଭଙ୍କୁ ପାଇବାକୁ କଠୋର ଚେଷ୍ଟା କରିବେ।”


ପରମେଶ୍ୱର କହନ୍ତି, “ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି ଜି‌ଦ୍‌ଖୋର ହୁଅ ନାହିଁ।


ହେ ସଦାପ୍ରଭୁ, ଯେଉଁମାନେ ଅପରାଧ କରନ୍ତି, ସେମାନଙ୍କୁ ତୁମ୍ଭେ ଦଣ୍ଡ ଦିଅ। ଉଚିତ୍ ଶିକ୍ଷା ଦେବା ପାଇଁ ଓ ସ‌‌‌ତ୍‌‌‌ମାର୍ଗରେ ଯିବା ପାଇଁ କୀଟ ଯେପରି ଲୁଗାକୁ ନଷ୍ଟ କରିଦିଏ, ସେହିଭଳି ତୁମ୍ଭେ ସେହି ବ୍ୟକ୍ତିଙ୍କର ମୂଲ୍ୟବାନ୍ ବସ୍ତୁକୁ ଧ୍ୱଂସ କର। ହଁ, ଆମ୍ଭର ଜୀବନ ସବୁ, ଛୋଟିଆ ବାଦଲ ଖଣ୍ଡ ପରି ଯାହା ଖୁବ୍ ଶୀଘ୍ର ମଳାଇ ହୋଇଯାଏ। ସେଲା


ରାଜା ଏହି କଥା କହନ୍ତି, ତୁମ୍ଭମାନଙ୍କୁ ଧକା ଦେବାକୁ ହିଜକିୟକୁ ପ୍ରଶ୍ରୟ ଦିଅ ନାହିଁ। କାରଣ ସେ ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ।


ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମକୁ, ଲେଖକ ଶିବ୍‌ନକୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗକୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ନିକଟକୁ ପଠାଇଲେ।


ଅଶୂରର ରାଜା ଜୀବନ୍ତ ସଦାପ୍ରଭୁଙ୍କ ବିଷୟରେ ମନ୍ଦ କଥା କହିବାକୁ ତାଙ୍କର ସେନାଧ୍ୟକ୍ଷଙ୍କୁ ପଠାଇଲେ। ହୋଇପାରେ ସଦାପ୍ରଭୁ ଶୁଣି ପାରନ୍ତି, ଯାହା ସେନାଧ୍ୟକ୍ଷ କହିଲା ଓ ଶତ୍ରୁକୁ ଦଣ୍ତ ଦେବେ। ଏଣୁ ଦୟାକରି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେଉଁମାନେ ଏପର୍ଯ୍ୟନ୍ତ ଜୀବିତ ଅଛନ୍ତି।”


Swiv nou:

Piblisite


Piblisite