Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 2:2 - ପବିତ୍ର ବାଇବଲ

2 ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି ଏଠାରେ ରୁହନ୍ତୁ, କାରଣ ସଦାପ୍ରଭୁ ମୋତେ ବୈଥେ‌ଲ୍‌କୁ ଯିବାକୁ କହିଛନ୍ତି।” ମାତ୍ର ଇଲୀଶାୟ କହିଲେ, “ମୁଁ ଶପଥ କରୁଛି ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ ଓ ତୁମ୍ଭେ ଜୀବତ ଥିବା ପର୍ଯ୍ୟନ୍ତ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ବୈଥେ‌ଲ୍‌କୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବୈଥେଲ ପର୍ଯ୍ୟନ୍ତ ପଠାଇଅଛନ୍ତି। ତହିଁରେ ଇଲୀଶାୟ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ। ତହୁଁ ସେମାନେ ବୈଥେଲକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବେଥେଲ୍‍ ପର୍ଯ୍ୟନ୍ତ ପଠାଇଅଛନ୍ତି।” ତହିଁରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ବେଥେଲ୍‍କୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବେଥେଲ୍‍ ପର୍ଯ୍ୟନ୍ତ ପଠାଇଅଛନ୍ତି।” ତହିଁରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ବେଥେଲ୍‍କୁ ଗଲେ।

Gade chapit la Kopi




2 ରାଜାବଳୀ 2:2
17 Referans Kwoze  

ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି, ତୁମ୍ଭେ ଏହିଠାରେ ଥାଅ, କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନ ନଦୀକୁ ପଠାଇଛନ୍ତି।” ଇଲୀଶାୟ ଉତ୍ତର କଲେ, “ମୁଁ ପ୍ରତିଜ୍ଞା କରୁଛି, ସଦାପ୍ରଭୁ ଓ ତୁମ୍ଭେ ଜୀବିତ ଥିବା ପ୍ରମାଣେ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ଆଗକୁ ଅଗ୍ରସର ହେଲେ।


ଏଥିରେ ବାଳକର ମା କହିଲା, “ମୁଁ ଶପଥ କରୁଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପର୍ଯ୍ୟନ୍ତ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ଇଲୀଶାୟ ଉଠି ତାଙ୍କ ପଛେ ପଛେ ଗ୍ଭଲିଲେ।


ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି ତୁମ୍ଭେ ଏଠାରେ ଥାଅ, କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଛନ୍ତି।” ମାତ୍ର ଇଲୀଶାୟ କହିଲେ, “ମୁଁ ଶପଥ କରୁଛି ସଦାପ୍ରଭୁ ଓ ତୁମ୍ଭେ ଜୀବିତ ଥିବା ପର୍ଯ୍ୟନ୍ତ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ଯିରୀହୋକୁ ଗଲେ।


ତା'ପରେ ହାନ୍ନା ଏଲିୟକୁ କହିଲା, “ମହାଶୟ ମୁଁ ବାସ୍ତବରେ ସେହି ସ୍ତ୍ରୀଲୋକ ଯିଏ କି ତୁମ୍ଭ ଆଗରେ ଛିଡ଼ା ହେଉଥିଲା ଓ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା।


ଯଦି ତୁମ୍ଭେ ସେହିସବୁ କରିବ, ତେବେ ତୁମ୍ଭକୁ ସଦାପ୍ରଭୁଙ୍କ ନାମରେ ଶପଥ କରି କହିବାକୁ ପଡ଼ିବ ଯେ ‘ସଦାପ୍ରଭୁ ଜୀବିତ।’ ଆଉ ତୁମ୍ଭେ ଏସବୁ ସତ୍ୟ, ନ୍ୟାୟ ଓ ଧାର୍ମିକତାରେ ସେ ସବୁ କହିବାକୁ କ୍ଷମ ହେବ। ତାହାଦ୍ୱାରା ନାନାଦେଶୀୟମାନେ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର ହେବେ। ସେମାନେ ଗର୍ବର ସହିତ କହିବେ ସଦାପ୍ରଭୁ ତାହା କରିଛନ୍ତି।”


ତେଣୁ ରାଜା ଯାରବିୟାମ ନିଜ ମନୋନୀତ ଅଷ୍ଟମ ମାସର ପଞ୍ଚଦଶ ଦିନରେ ବୈଥେଲସ୍ଥିତ ସ୍ୱନିର୍ମିତ ଯଜ୍ଞବେଦିକି ଗଲେ। ଆଉ ମଧ୍ୟ ସେ ଇସ୍ରାଏଲ ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜଳାଇବା ପାଇଁ ବୈଥେ‌ଲ୍‌ର ଯଜ୍ଞବେଦିକି ଗଲେ।


ହେ ମୋର ପ୍ରଭୁ, ସଦାପ୍ରଭୁ ତ ଆପଣଙ୍କୁ ନିରୀହ ଲୋକମାନଙ୍କର ରକ୍ତପାତ ବାରଣ କଲେ। ତେଣୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭେ ଜୀବିତ ଥିବା ଯାଏ ତୁମ୍ଭର ଶତ୍ରୁମାନେ ଯେଉଁମାନେ ତୁମ୍ଭର କ୍ଷତି କରିବା ପାଇଁ ଗ୍ଭହାନ୍ତି, ସେମାନେ ନାବଲ ପରି ହୁଅନ୍ତୁ।


ସେହି ସ୍ଥାନର ନାମ ଥିଲା “ଲୂସ୍” କିନ୍ତୁ ଯାକୁବ ସେହି ସ୍ଥାନର ନାମ ଦେଲେ “ବୈଥେଲ୍”।


ଏହି ଖ୍ରୀଷ୍ଟଙ୍କ ଶତ୍ରୁମାନେ ଆମ୍ଭ ଦଳରେ ଥିଲେ, ମାତ୍ର ଆମ୍ଭକୁ ଛାଡ଼ି ଗ୍ଭଲିଗଲେ। ସେମାନେ ପ୍ରକୃତରେ ଆମ୍ଭ ନିଜର ନ ଥିଲେ। ଯଦି ସେମାନେ ଆମ୍ଭ ନିଜର ହୋଇଥା’ନ୍ତେ, ତେବେ ସେମାନେ ଆମ୍ଭ ସହିତ ରହିଥା’ନ୍ତେ। ସେମାନେ ଆମ୍ଭକୁ ଛାଡ଼ି ଗ୍ଭଲିଗଲେ ତେଣୁ, ଏହା ସ୍ପଷ୍ଟ ରୂପେ ପ୍ରକାଶ ପାଇଲା ଯେ, ସେମାନେ ପ୍ରକୃତରେ ଆମ୍ଭର ନୁହନ୍ତି।


ରାଜା ଯାରବିୟାମ ଗୋଟିକୁ ବୈଥେ‌ଲ୍‌ରେ ଓ ଅନ୍ୟଟିକୁ ଦା‌ନ୍‌ରେ ସ୍ଥାପନ କଲେ।


ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅ‌‌ବ୍‌‌ନରକୁ କହିଲେ, “ଅ‌‌ବ୍‌‌ନର ଏ ଯୁବକ କାହାର ପୁତ୍ର?” ଅ‌‌ବ୍‌‌ନର କହିଲା, “ହେ ମହାରାଜ ଆପଣଙ୍କ ଜୀବନ ପ୍ରମାଣେ ମୁଁ କହି ପାରିବି ନାହିଁ।”


ତହୁଁ ରାଜା ତାଙ୍କର ଉପଦେଷ୍ଟାମାନଙ୍କ ସହିତ ବିଗ୍ଭର ବିମର୍ଷ କଲେ ଓ ସେମାନେ ତାଙ୍କୁ ଦୁଇଟି ସୁବର୍ଣ୍ଣର ଗୋବତ୍ସ ନିର୍ମାଣ କରିବାକୁ କହିଲେ। ପୁଣି ସେ ଲୋକମାନଙ୍କୁ କହିଲେ, “ତୁମ୍ଭର ଯିରୁଶାଲମକୁ ଉପାସନା କରିବା ପାଇଁ ଯିବା ଦରକାର ନାହିଁ। ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲେ।”


ଅନନ୍ତର ଇଲୀଶାୟ ବୈଥେ‌ଲ୍‌କୁ ଗଲେ। ସେ ବାଟରେ ଯାଉଥିବା ବେଳେ କେତେକ କ୍ଷୁଦ୍ର ବାଳକ ନଗର ବାହାରକୁ ଆସି ତାଙ୍କୁ ପରିହାସ କରି ଚିତ୍କାର କଲେ, “ଆରେ ଚନ୍ଦା ମୁଣ୍ତିଆ! ଉପରକୁ ଯା, ଆରେ ଚନ୍ଦା ମୁଣ୍ତିଆ ଉପରକୁ ଯା!”


Swiv nou:

Piblisite


Piblisite