Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 4:10 - ପବିତ୍ର ବାଇବଲ

10 ତେଣୁ ମୁଁ ତୁମ୍ଭକୁ ବିନୟ କରୁଛି, ତୁମ୍ଭେ ଆମ୍ଭର ଛାତ ଉପରେ ଗୋଟିଏ ଛୋଟ କୋଠରୀ ନିର୍ମାଣ କର ଓ ସେଥିରେ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖିବ, ତେଣୁ ସେ ଆମ୍ଭମାନଙ୍କ ନିକଟକୁ ଆସିଲା ବେଳେ ସେଠାରେ ରହିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ ଓ ମେଜ ଓ ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।

Gade chapit la Kopi

ଓଡିଆ ବାଇବେଲ

10 ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।”

Gade chapit la Kopi




2 ରାଜାବଳୀ 4:10
11 Referans Kwoze  

ପରମେଶ୍ୱରଙ୍କ ନିଜ ଲୋକମାନଙ୍କର କାମରେ ସାହାଯ୍ୟ କର। ଯେଉଁମାନଙ୍କୁ ସାହାଯ୍ୟ ଦରକାର ସେମାନଙ୍କ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସେମାନଙ୍କୁ ଅତିଥି ଭାବରେ ସ୍ୱାଗତ କର।


ଆମ୍ଭେ ପରସ୍ପର ବିଷୟରେ ଚିନ୍ତା କରିବା ଏବଂ ପରସ୍ପରକୁ ଭଲ ପାଇବା ଓ ଭଲ କାମ କରିବା ପାଇଁ ଉତ୍ସାହିତ କରିବା ଉଚିତ୍।


“ସେତେବେଳେ ରାଜା ଉତ୍ତର ଦେବେ, ‘ମୁଁ ତୁମ୍ଭକୁ ସତ୍ୟ କହୁଛି। ଏଠାରେ ତୁମ୍ଭେ ମୋର ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣକ ପାଇଁ ଯାହାକିଛି କଲ, ତାହା ତୁମ୍ଭେ ମୋ’ ପାଇଁ କଲ।’


ନିଜ ଘରେ ସ୍ୱାଗତ ଜଣାଇ ସର୍ବଦା ଲୋକଙ୍କୁ ସାହାଯ୍ୟ କରିବା କଥା ମନେରଖ। କେତେବେଳେ ଏହିପରି କରି ଅଜଣାତରେ ସ୍ୱର୍ଗଦୂତମାନଙ୍କୁ ସାହାଯ୍ୟ କରିଛନ୍ତି।


ହେରୋଦଙ୍କ ଗୁମାସ୍ତା ଖୂଜାଙ୍କ ସ୍ତ୍ରୀ ଯୋହାନା, ଶୋଶାନ୍ନା, ପୁଣି ଏହିଭଳି ଆହୁରି ଅନେକ ସ୍ତ୍ରୀ ଲୋକ ମଧ୍ୟ ଯାଉଥିଲେ। ସେହି ସ୍ତ୍ରୀ ଲୋକମାନେ ଯୀଶୁ ଓ ତାହାଙ୍କ ପ୍ରେରିତମାନଙ୍କୁ ସାହାଯ୍ୟ କରିବା ପାଇଁ ସେମାନଙ୍କ ନିଜ ଟଙ୍କା ଖର୍ଚ୍ଚ କରୁଥିଲେ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯଦି କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦିଏ, ତେବେ ତାକୁ ଏଥିପାଇଁ ନିଶ୍ଚୟ ପୁରସ୍କାର ମିଳିବ।


ମାତ୍ର ଜଣେ ମହାତ୍ମା ଉତ୍ତମ କଥା କଳ୍ପନା କରେ ଓ ସେହି ଉତ୍ତମ ଆଚରଣରେ ସେ ସ୍ଥିର ରହେ।


ତହୁଁ ଏଲିୟ ତାକୁ କହିଲେ, “ତୁମ୍ଭ ପୁତ୍ରକୁ ମୋତେ ଦିଅ।” ଏଲିୟ ତା'ର କୋଳରୁ ପୁଅକୁ ନେଲେ ଓ ଆପଣା ରହିବା କୋଠରୀକୁ ନେଇଯାଇ ଆପଣା ଶଯ୍ୟାରେ ତାକୁ ଶୁଆଇ ଦେଲେ।


ଦିନେ ଇଲୀଶାୟ ସେହି ସ୍ତ୍ରୀଲୋକର ଗୃହକୁ ଆସିଲେ ଓ ସେହି କୋଠରୀରେ ଯାଇ ଶୟନ କଲେ।


Swiv nou:

Piblisite


Piblisite