୨ ପିତର 1:6 - ପବିତ୍ର ବାଇବଲ6 ଜ୍ଞାନରେ ଆତ୍ମସଂଯମତା, ଆତ୍ମସଂଯମତାରେ ଧୈର୍ଯ୍ୟ ଓ ଧୈର୍ଯ୍ୟରେ ପରମେଶ୍ୱରଙ୍କ ସେବା, Gade chapit laପବିତ୍ର ବାଇବଲ (Re-edited) - (BSI)6 ଜ୍ଞାନ ସହିତ ସଂଯମ, ସଂଯମ ସହିତ ଧୈର୍ଯ୍ୟ, ଧୈର୍ଯ୍ୟ ସହିତ ଧର୍ମପରାୟଣତା, Gade chapit laଓଡିଆ ବାଇବେଲ6 ଜ୍ଞାନ ସହିତ ସଂଯମ, ସଂଯମ ସହିତ ଧୈର୍ଯ୍ୟ, ଧୈର୍ଯ୍ୟ ସହିତ ଧର୍ମପରାୟଣତା, Gade chapit laପବିତ୍ର ବାଇବଲ (CL) NT (BSI)6 ଜ୍ଞାନ ସହିତ ଆତ୍ମସଂଯମ; ଆତ୍ମସଂଯମ ସହିତ ସହିଷ୍ଣୁତା; ସହିଷ୍ଣୁତା ସହିତ ଈଶ୍ୱରପରାୟଣତା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଜ୍ଞାନ ଦ୍ୱାରା ସଂଯମ, ସଂଯମ ଦ୍ୱାରା ଧୈର୍ଯ୍ୟ, ଧୈର୍ଯ୍ୟ ଦ୍ୱାରା ଧର୍ମପରାୟଣତା, Gade chapit la |
ଆମ୍ଭର ଗ୍ଭରିପଟେ, ବିଶ୍ୱାସଧାରୀ ଆମ୍ଭର ବହୁ ସଂଖ୍ୟକ ଲୋକ ରହିଛନ୍ତି। ବିଶ୍ୱାସ ବିଷୟରେ ସେମାନଙ୍କ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସେମାନଙ୍କ ଭଳି ହେବା ଉଚିତ୍। ଆମ୍ଭେ ଜୀବନରେ ଆଗକୁ ଯିବା ପାଇଁ ଯାହାକିଛି ବାଧା ଅଛି, ସେଗୁଡ଼ିକୁ ଆମ୍ଭେ ଆଡ଼େଇ ଦେବା ଉଚିତ୍ ଓ ଆମ୍ଭ ସମ୍ମୁଖରେ ଥିବା ଦୌଡ଼ରେ ଦୌଡ଼ିବା ଉଚିତ୍। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ୟାଗ କରିବା ଉଚିତ୍।
ଆମ୍ଭମାନଙ୍କର ପରମପିତା ପରମେଶ୍ୱରଙ୍କୁ ଆମ୍ଭ ପ୍ରାର୍ଥନାରେ ନିବେଦନ କଲାବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ବିଶ୍ୱାସ ହେତୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ୟବାଦ ଦେଉ। ତୁମ୍ଭେମାନେ ତୁମ୍ଭମାନଙ୍କର ପ୍ରେମ ହେତୁ ଯେଉଁ କାର୍ଯ୍ୟ କରିଛ, ସେଥିପାଇଁ ତାହାଙ୍କୁ ଧନ୍ୟବାଦ ଦେଉ। ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭରସା ହେତୁ ତୁମ୍ଭେମାନେ ଦୃଢ଼ ହୋଇ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ୟବାଦ ଅର୍ପଣ କରୁଛୁ।
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।
ତୁମ୍ଭମାନଙ୍କଠାରେ ପରସ୍ପର ପ୍ରତି ଥିବା ପ୍ରେମ ଭାବ ମଧ୍ୟ ବୃଦ୍ଧି ପାଉଛି। ଅତଏବ, ପରମେଶ୍ୱରଙ୍କର ଅନ୍ୟ ମଣ୍ଡଳୀମାନଙ୍କଠାରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରୁ। ଯେପ୍ରକାରେ ତୁମ୍ଭେମାନେ ଦୃଢ଼ ରହିଛ ଏବଂ ତୁମ୍ଭର ବିଶ୍ୱାସ ରହିଛି, ଆମ୍ଭେ ଏହା ବିଷୟରେ ପରମେଶ୍ୱରଙ୍କ ଅନ୍ୟ ମଣ୍ଡଳୀ ଗୁଡ଼ିକରେ କହୁ। ତୁମ୍ଭେମାନେ ଦୁଃଖ କଷ୍ଟ ଓ ଅନେକ ଅସୁବିଧାର ସମ୍ମୁଖୀନ ହେଉଛ; କିନ୍ତୁ ତୁମ୍ଭେମାନେ ନିଜର ଦୃଢ଼ତା ଓ ବିଶ୍ୱାସ ଆଦୌ ନ ହରାଇ ଆଗେଇ ଗ୍ଭଲିଛ।