୨ ପିତର 2:1 - ପବିତ୍ର ବାଇବଲ1 ଅତୀତକାଳରେ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ମିଥ୍ୟା ଭବିଷ୍ୟଦ୍ବକ୍ତା ଥିଲେ। ଏବେ ମଧ୍ୟ ସେହିଭଳି ଅଛନ୍ତି। ତୁମ୍ଭ ଦଳରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସେମାନେ ଏପରି ଭୁଲ୍ ଶିକ୍ଷା ଦେବେ ଯେ, ଲୋକେ ନିଜକୁ ହଜାଇ ଦେବେ। ସେମାନେ ଏଭଳି ଭାବରେ ଶିକ୍ଷା ଦେବେ ଯେ ସେମାନେ ଯେ ଭୁଲ୍ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହେବ। ସେମାନେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ୟ ମନା କରିବେ। ସେପ୍ରକାରେ ସେମାନେ ନିଜକୁ ଶୀଘ୍ର ନଷ୍ଟ କରିଦେବେ। Gade chapit laପବିତ୍ର ବାଇବଲ (Re-edited) - (BSI)1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ତ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ତ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶ-ଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ଵୀକାର କରିବେ, ପୁଣି ଆପଣା-ମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ। Gade chapit laଓଡିଆ ବାଇବେଲ1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ । Gade chapit laପବିତ୍ର ବାଇବଲ (CL) NT (BSI)1 ଅତୀତରେ ଯେପରି ଲୋକମାନଙ୍କ ମଧ୍ୟରେ ଶଡ ମଭାବବାଦୀମାନେ ଦେଖା ଦେଇଥିଲେ, ଠିକ୍ ସେହିପରି ତୁମ ମଧ୍ୟରେ ଶଠ ଶିକ୍ଷକମାନେ ବାହାରିବେ। ସେମାନେ ବିନଷ୍ଟକାରୀ ଭ୍ରାନ୍ତ ତତ୍ତ୍ୱ ଶିକ୍ଷା ଦେବେ ଏବଂ ଯେଉଁ ପ୍ରଭୁ ସେମାନଙ୍କୁ ମୁକ୍ତି ଦେଇ ଅଛନ୍ତି, ତାଙ୍କୁ ଅସ୍ୱୀକାର କରିବେ। ତେଣୁ ଅକସ୍ମାତ୍ ସେମାନଙ୍କର ବିନାଶ ଘଟିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ। Gade chapit la |
କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟଦ୍ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।
ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।
କେତେକ ଲୋକ, ନିଜକୁ ନମ୍ର ବୋଲି ଦେଖାନ୍ତି ଓ ସ୍ୱର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସେମାନେ ସବୁବେଳେ ଦେଖିଥିବା ଦର୍ଶନ ବିଷୟରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, “ତୁମ୍ଭେମାନେ ଦର୍ଶନ କରୁ ନାହଁ, ସ୍ୱର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍।” ଏହି ଲୋକ ପ୍ରକୃତରେ କେବଳ ମନୁଷ୍ୟମାନଙ୍କ ବିଗ୍ଭରରେ ବୁଡ଼ି ରହିଥିବାରୁ ଓ ପରମେଶ୍ୱରଙ୍କ କଥା ବିଗ୍ଭର ନ କରୁଥିବାରୁ ବୃଥାରେ ଗର୍ବ କରନ୍ତି।
ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”
କେତେକ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି, “ଏହି ଭବିଷ୍ୟଦ୍ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି। କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି।