Biblia Todo Logo
Bib sou entènèt

- Piblisite -




୨ ପିତର 2:14 - ପବିତ୍ର ବାଇବଲ

14 ପ୍ରତ୍ୟେକ ଥର କୌଣସି ସ୍ତ୍ରୀଲୋକକୁ ଦେଖିଲେ, ସେମାନେ ବ୍ୟଭିଗ୍ଭର କରିବା ପାଇଁ ଗ୍ଭହାନ୍ତି। ଏହିଭଳି ଭାବରେ ସେମାନେ ସବୁବେଳେ ପାପ କରୁଥା’ନ୍ତି। ସେମାନେ ଦୁର୍ବଳ ଲୋକମାନଙ୍କୁ ପାପର ଫାନ୍ଦରେ ପକାଇ ଦିଅନ୍ତି। ସେମାନଙ୍କ ହୃଦୟଗୁଡ଼ିକ ସ୍ୱାର୍ଥପରତାରେ ପରିପୂର୍ଣ୍ଣ। ସେମାନେ ଅଭିଶପ୍ତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେମାନଙ୍କର ଚକ୍ଷୁ ବ୍ୟଭିଚାରରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷା; ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,

Gade chapit la Kopi

ଓଡିଆ ବାଇବେଲ

14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେମାନେ ତୁମ୍ଭମାନଙ୍କର ଲଜ୍ଜା ଓ କଳଙ୍କ ସ୍ୱରୂପ। ସେମାନଙ୍କ ଚୁକ୍ଷୁ କାମୁକତାରେ ପୂର୍ଣ୍ଣ। ସେମାନଙ୍କର ପାପ-କ୍ଷୁଧା କେବେ ପୂର୍ଣ୍ଣ। ସେମାନଙ୍କର ଦୁର୍ବଳମନା ଲୋକମାନଙ୍କୁ ଫାନ୍ଦରେ ପକାନ୍ତି। ଲୋଭାସକ୍ତ ହେବାରେ ସେମାନେ ଅଭ୍ୟସ୍ତ। ସେମାନେ ଈଶ୍ୱରଙ୍କ ଅଭିଶାପର ପାତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,

Gade chapit la Kopi




୨ ପିତର 2:14
28 Referans Kwoze  

ସେହି ଭଣ୍ଡ ଶିକ୍ଷକମାନେ ନିରର୍ଥକ କଥାଗୁଡ଼ିକ ପାଇଁ ଗର୍ବ କରନ୍ତି। ସେମାନେ ଲୋକମାନଙ୍କୁ ପାପ ରାସ୍ତାରେ କଢ଼ାଇ ନିଅନ୍ତି। ମନ୍ଦ ଭାବରେ ରହୁଥିବା ଲୋକଙ୍କଠାରୁ ବାହାରି ଆସି ଭଲ ମାର୍ଗରେ ଯିବାକୁ ଆରମ୍ଭ କରିଥିବା ଲୋକଙ୍କୁ ଏମାନେ ଆକର୍ଷିତ କରନ୍ତି। ପାପପୂର୍ଣ୍ଣ ଆତ୍ମାରେ ମନ୍ଦ ଇଚ୍ଛାଗୁଡ଼ିକୁ ଜାଗତ୍ର କରାଇ ଭଣ୍ଡ ଶିକ୍ଷକମାନେ ଏପରି କରନ୍ତି।


ସେହି ଭଣ୍ଡ ଶିକ୍ଷକମାନେ କେବଳ ତୁମ୍ଭର ଧନ ଗ୍ଭହାନ୍ତି। ସେମାନେ ଖାଲି ମିଛ କଥା କହି ତୁମ୍ଭର ମନ ନେବେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ୟାୟ ବିଗ୍ଭର ବହୁ ପୂର୍ବରୁ ପ୍ରସ୍ତୁତ ହୋଇ ରହିଛି। ପରମେଶ୍ୱର ସେମାନଙ୍କୁ ନଷ୍ଟ କରିଦେବେ। ସେମାନେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।


ଅତୀତରେ ଆମ୍ଭେ ସମସ୍ତେ ସେହିଭଳି ଜୀବନଯାପନ କରୁଥିଲୁ। ଆମ୍ଭେ ଆମ୍ଭର ପାପଭରା ମନୋଭାବର କାମନା ସବୁ ପୂରଣ କରିବାରେ ଚେଷ୍ଟିତ ଥିଲୁ। ଯାହା ଆମ୍ଭ ଦେହ ଗ୍ଭହୁଁଥିଲା ଓ ମନ ଭାବୁଥିଲା, ସେହି କାର୍ଯ୍ୟ କରୁଥିଲୁ। ଆମ୍ଭେ ମନ୍ଦଲୋକ ଥିଲୁ। ଆମ୍ଭର ପାପପୂର୍ଣ୍ଣ ଜୀବନ ଲାଗି ଆମ୍ଭେମାନେ ଅନ୍ୟମାନଙ୍କ ପରି ପରମେଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ଦଣ୍ଡ ଭୋଗ କରିଥା’ନ୍ତୁ।


ନିଜର ସମସ୍ତ ପତ୍ରଗୁଡ଼ିକରେ ପାଉଲ ଏହିକଥା ଲେଖନ୍ତି। ବେଳେବେଳେ ପାଉଲଙ୍କ ପତ୍ରରେ କେତେକ କଥା ବୁଝିବା ପାଇଁ କଷ୍ଟକର ହୁଏ। କେତେଲୋକ ସେହି କଥାଗୁଡ଼ିକୁ ଭୁଲ୍ ଭାବରେ ବ୍ୟାଖ୍ୟା କରନ୍ତି। ସେମାନେ ମୂର୍ଖ ଓ ବିଶ୍ୱାସରେ ଦୁର୍ବଳ। ସେହି ଲୋକମାନେ ଅନ୍ୟ ଶାସ୍ତ୍ରଗୁଡ଼ିକୁ ମଧ୍ୟ ଭୁଲଭାବେ ବୁଝାଇଥା’ନ୍ତି। କିନ୍ତୁ ଏପରି କରିବା ଦ୍ୱାରା ସେମାନେ ନିଜର ଅନିଷ୍ଟ କରୁଛନ୍ତି।


ତା'ହେଲେ ଆମ୍ଭେ ଆଉ ଶିଶୁ ହୋଇ ରହିବା ନାହିଁ। ସମୁଦ୍ରରେ ଜାହାଜ ଲହରୀ ହେତୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରତ୍ୟେକ ପ୍ରକାରର ନୂତନ ଉପଦେଶ ଦ୍ୱାରା ଆମ୍ଭେ ଏଣେତେଣେ ଆଉ ଭାସି ଯିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନାରେ ଚ୍ଛନ୍ଦନ୍ତି,


ଏହି ଲୋକମାନଙ୍କଠାରୁ ଦୂରରେ ରୁହ। ଏଭଳି ଲୋକେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସେବା ନ କରି କେବଳ ନିଜ ସୁଖରେ ମାତି ଥା’ନ୍ତି। ସେମାନେ ଆକର୍ଷଣୀୟ ଓ ସୁନ୍ଦର କଥା କହି ଲୋକମାନଙ୍କୁ ବୋକା କରନ୍ତି ଓ ଯେଉଁମାନେ ମନ୍ଦ ବିଷୟରେ ଜାଣି ନାହାନ୍ତି, ସେମାନଙ୍କୁ ଭୁଲାନ୍ତି।


କେତେକାଂଶରେ ମୁଁ ଏହାକୁ ବିଶ୍ୱାସ କରେ। ତୁମ୍ଭମାନଙ୍କ ମଧ୍ୟରେ ମତଭେଦ ହେବା ଆବଶ୍ୟକ କାରଣ ଏହା ଦ୍ୱାରା ଯେଉଁମାନଙ୍କ ମତ ଠିକ୍ ତାହା ସ୍ପଷ୍ଟ ରୂପେ ଜଣାଯିବ।


ତୁମ୍ଭେମାନେ ସରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଭଲ ପାଅ। କିନ୍ତୁ ଏକମାତ୍ର ପରମେଶ୍ୱରଙ୍କ ପାଖରୁ ଯେଉଁ ପ୍ରଶଂସା ଆସେ, ତାହା ପାଇବା ପାଇଁ ତୁମ୍ଭେ ଆଦୌ ଚେଷ୍ଟା କରୁ ନାହଁ। ତାହାହେଲେ ତୁମ୍ଭେ ଏ କଥା କିପରି ବିଶ୍ୱାସ କରି ପାରିବ।


ହେ କାଳସର୍ପର ସନ୍ତାନଗଣ, ତୁମ୍ଭେମାନେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତରେ ଯାହା ଭାବୁଥାଏ, ତାକୁ କଥାରେ ପ୍ରକାଶ କରିଥାଏ।


ସଂସାରର ଏହି ବିଷୟ ଗୁଡ଼ିକ ମନ୍ଦ ଅଟେ। ଯଥା: ଆମ୍ଭର ପାପ ପ୍ରକୃତିକୁ ତୁଷ୍ଟ କରିବାକୁ ବିଭିନ୍ନ ଆକର୍ଷଣୀୟ ବିଷୟ ପାଇବାର ଇଚ୍ଛା; ଯେଉଁସବୁ ମନ୍ଦ ବିଷୟ ଆମ୍ଭର ଦୃଷ୍ଟିଗୋଚର ହୁଏ, ତାହା ପାଇବାର ଇଚ୍ଛା; ତଥା ଆମ୍ଭର ଯାହା ଅଛି, ତହିଁ ପାଇଁ ଗର୍ବ କରିବା। ଏ ସମସ୍ତ ବିଷୟ ପରମପିତାଙ୍କଠାରୁ ନୁହେଁ, ମାତ୍ର ଏହି ସଂସାରରୁ ଆସିଅଛି।


ଭଣ୍ଡ ଖ୍ରୀଷ୍ଟ ଓ ଭଣ୍ଡ ଭବିଷ୍ୟ‌ଦ୍‌ବକ୍ତାମାନେ ଦେଖାଦେବେ ସେମାନେ ଅ‌ଦ୍‌ଭୂତ କାମ ଓ ଆଶ୍ଚର୍ଯ୍ୟକାର୍ଯ୍ୟ କରିବେ। ସମ୍ଭବ ହେଲେ, ପରମେଶ୍ୱର ବାଛିଥିବା ଲୋକମାନଙ୍କୁ ସେମାନେ ପ୍ରତାରଣା କରିବା ପାଇଁ ଚେଷ୍ଟା କରିବେ।


ଜଣେ କୃଷ୍ଣକାୟ କ’ଣ ଆପଣା ଚର୍ମର ବର୍ଣ୍ଣ ବଦଳାଇ ପାରିବ ଓ ଚିତାବାଘ କ’ଣ ନିଜର ଦେହର ଛାପ ବଦଳାଇ ପାରିବ? ତେଣୁ ହେ ଯିରୁଶାଲମ, ତୁମ୍ଭେ ସର୍ବଦା କୁକର୍ମ କରିବାରେ ଅଭ୍ୟସ୍ତ, ତୁମ୍ଭେ କେବେ ସୁକର୍ମ କରି ପାରିବ ନାହିଁ।


କେତେକ ଲୋକ, ନିଜକୁ ନମ୍ର ବୋଲି ଦେଖାନ୍ତି ଓ ସ୍ୱର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସେମାନେ ସବୁବେଳେ ଦେଖିଥିବା ଦର୍ଶନ ବିଷୟରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, “ତୁମ୍ଭେମାନେ ଦର୍ଶନ କରୁ ନାହଁ, ସ୍ୱର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍।” ଏହି ଲୋକ ପ୍ରକୃତରେ କେବଳ ମନୁଷ୍ୟମାନଙ୍କ ବିଗ୍ଭରରେ ବୁଡ଼ି ରହିଥିବାରୁ ଓ ପରମେଶ୍ୱରଙ୍କ କଥା ବିଗ୍ଭର ନ କରୁଥିବାରୁ ବୃଥାରେ ଗର୍ବ କରନ୍ତି।


ଏହା ସେମାନଙ୍କ ପାଇଁ ଖରାପ ଅଟେ। ଏହି ଲୋକମାନେ କୟିନର ପଥ ଅନୁସରଣ କରିଛନ୍ତି। ସେମାନେ ଅର୍ଥ ଲୋଭ ସକାଶେ ବିଲିୟାମ ପରି ଅନ୍ୟାୟ ପଥ ଅନୁସରଣ କରିଛନ୍ତି। ଏହି ଲୋକମାନେ କୋରହ ପରି ପରମେଶ୍ୱରଙ୍କ ବିରୁଦ୍ଧରେ ଆଚରଣ କରିଛନ୍ତି। କୋରହ ପରି ସେମାନେ ମଧ୍ୟ ଧ୍ୱଂସ ହେବେ।


ସଦାପ୍ରଭୁ କୁହନ୍ତି, “ଏହା ଘଟିବ ଯେତେବେଳେ ଆମ୍ଭର ‌‌ଖ‌ଡ଼୍‌ଗ ପରିତୃପ୍ତ ରୂପେ ପାନ କରିଛି।” ଦେଖ, ବିଗ୍ଭର ସାଧନ ନିମନ୍ତେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କ ଉପରେ ପଡ଼ିବ।


ତୁମ୍ଭ ହୃଦୟରେ ସେହି ସୁନ୍ଦର ସ୍ତ୍ରୀର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ। ତା'ର ଚକ୍ଷୁ ତୁମ୍ଭକୁ ପ୍ରତାରିତ ନ କରୁ।


“ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, ‘ମୋ’ ପାଖରୁ ଗ୍ଭଲିଯାଅ। ପରମେଶ୍ୱର ତୁମ୍ଭ ନିମନ୍ତେ ଦଣ୍ଡ ନିରୂପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ଯିବ, ଯାହାକି ଶୟତାନ ଓ ତା'ର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହୋଇଛି।


କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କେହି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା’ ସହିତ ବ୍ୟଭିଗ୍ଭର କରିବା ପାଇଁ ଗ୍ଭହେଁ, ତେବେ ସେ ନିଜ ମନ ଭିତରେ ସେହି ସ୍ତ୍ରୀ ସହିତ ବ୍ୟଭିଗ୍ଭର କରି ସାରିଲାଣି।


କ୍ଷୀଣଜୀବୀ ଶିଶୁ ନୁହେଁ କିନ୍ତୁ ବୃଦ୍ଧା ଯେ କି ଗୋଟିଏ ପୂର୍ଣ୍ଣ ଜୀବନ ବଞ୍ଚି ରହେ ନାହିଁ। ସେଠାରେ ବଞ୍ଚି ରହିବ, ଗୋଟିଏ ବାଳକ ଏକଶତ ବର୍ଷ ପର୍ଯ୍ୟନ୍ତ ବଞ୍ଚିତ ଏବଂ ଯଦି ଗୋଟିଏ ବାଳକ ଏକଶତ ବର୍ଷ ପୂର୍ବରୁ ମରେ, ସେ ଅଭିଶପ୍ତ ବୋଲି ବିଗ୍ଭର କରାଯିବ।


“ତୁମ୍ଭେମାନେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦକାର୍ଯ୍ୟରୁ ନିବୃତ୍ତ ହୁଅ। ମୁଁ ତୁମ୍ଭମାନଙ୍କର ସେହି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।


“ଯଦି ମୁଁ ପର ସ୍ତ୍ରୀକୁ କାମନା କରିଥାଏ ବା ପଡ଼ୋଶୀ ସ୍ତ୍ରୀ ସହ ପାପ କାର୍ଯ୍ୟ କରିବା ପାଇଁ ତା'ର ଦ୍ୱାର ଦେଶରେ ଅପେକ୍ଷା କରିଥାଏ,


ମୁଁ ଯଦି ଠିକ୍ ବାଟରୁ ଆଡ଼େଇ ଯାଏ, ଯଦି ମୋର ଆଖି ହୃଦୟକୁ ଦୁଷ୍ଟତା ଆଡ଼କୁ ଟାଣି ନିଏ, ଯଦି ମୋର ହାତ ପାପରେ ମଳିନ ହୁଏ। ତେବେ ପରମେଶ୍ୱର ଜାଣିବେ।


ବିଶାଳ ସାପକୁ ସ୍ୱର୍ଗରୁ ପୃଥିବୀରେ ନିକ୍ଷେପ କରାଗଲା। (ସେହି ବିଶାଳ ସାପ ହେଉଛି ସେହି ଅତୀତର ପୁରୁଣା ସାପ, ଯାହାକୁ ଶୟତାନ କୁହାଯାଏ।) ସେ ପୃଥିବୀ ବାସୀଙ୍କୁ ଭୁଲ୍ ରାସ୍ତାରେ ନିଏ। ସାପକୁ ତା'ର ଦୂତମାନଙ୍କ ସହିତ ସଦଳବଳରେ ପୃଥିବୀରେ ନିକ୍ଷେପ କରାଗଲା।


ତା'ର ପଥ ଅନୁସରଣ କର ନାହିଁ। କାରଣ ସେ ଜାଣେ ନାହିଁ ଯେ ସେ ନିଜେ ପଥ ହରାଉଛି। ସାବଧାନ! ତୁମ୍ଭେ ଜୀବନର ପଥକୁ ଅନୁସରଣ କର।


‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହିଛନ୍ତି, ସ୍ତ୍ରୀଲୋକମାନେ ତୁମ୍ଭକୁ ଧିକ୍, ଯେଉଁମାନେ ସମସ୍ତ ଲୋକମାନଙ୍କ ପାଇଁ କଙ୍କଣ ତିଆରି କରୁଛନ୍ତି ଓ ଯାଦୁ ଓଢ଼ଣୀ ମୁଣ୍ଡରେ ପିନ୍ଧିବା ପାଇଁ ତିଆରି କରୁଛନ୍ତି, ଲୋକମାନଙ୍କୁ ଫାଶରେ ପକାଇବା ପାଇଁ ଚେଷ୍ଟା କରୁଛନ୍ତି।


Swiv nou:

Piblisite


Piblisite