Biblia Todo Logo
Bib sou entènèt

- Piblisite -




୨ ପିତର 2:16 - ପବିତ୍ର ବାଇବଲ

16 କିନ୍ତୁ ଗୋଟିଏ ଗଧ ତାହାକୁ କହିଲା ଯେ ସେ ଭୁଲ୍ କରୁଛି। ଗଧ ସାଧାରଣ ଭାବରେ କଥା କହିପାରେ ନାହିଁ, କିନ୍ତୁ ସେହି ଗଧଟି ମଣିଷର ଭାଷାରେ କଥା କହିଲା ଓ ବିଲିୟାମର ବିକୃତ ଚିନ୍ତାଧାରାରୁ ତାହାକୁ ବିରତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ଵରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା।

Gade chapit la Kopi

ଓଡିଆ ବାଇବେଲ

16 କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଏହି ପାପ ଲାଗି ତିରସୃତ ହୋଇଥିଲା। ମନୁଷ୍ୟ ସ୍ୱରରେ ତା’ର ଗର୍ଦ୍ଦଭ କଥା କହି ଭାବବାଦୀକୁ ଉନ୍ମତ୍ତ କାର୍ଯ୍ୟରୁ କ୍ଷାନ୍ତ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା।

Gade chapit la Kopi




୨ ପିତର 2:16
8 Referans Kwoze  

ମୁଁ ସେମାନଙ୍କୁ ଖ୍ରୀଷ୍ଟଙ୍କ ବିରୁଦ୍ଧରେ କହିବା ପାଇଁ ବାଧ୍ୟ କରିଥିଲି। ମୁଁ ସେମାନଙ୍କ ବିରୁଦ୍ଧରେ ଏତେ ଭୀଷଣ ଭାବରେ ରାଗି ଯାଇଥିଲି ଯେ ସେମାନଙ୍କୁ ଅତ୍ୟାଗ୍ଭର କରିବା ପାଇଁ ବିଦେଶୀ ନଗର ଗୁଡ଼ିକୁ ମଧ୍ୟ ଯାଇଥିଲି।


ତୁମ୍ଭେମାନେ ଯଦି ସାଂସାରିକ ସମ୍ପତ୍ତି ପାଇଁ ବିଶ୍ୱାସ ଯୋଗ୍ୟ ବୋଲି ପ୍ରମାଣିତ ହୋଇ ପାରିବ ନାହିଁ, ତେବେ ତୁମ୍ଭମାନଙ୍କୁ ସତ୍ୟ ସମ୍ପତ୍ତି ପାଇଁ କିଏ ବିଶ୍ୱାସ କରିବ?


ଭବିଷ୍ୟ‌ଦ୍‌ବକ୍ତା କହନ୍ତି, “ଇସ୍ରାଏଲ, ଏହି ନୀତିଗୁଡ଼ିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିଯାଇଛି। ତୁମ୍ଭେ ଯେଉଁ ମନ୍ଦକାର୍ଯ୍ୟ କରିଥିଲ ତା'ର ଫଳ ପାଇବା ସମୟ ଆସି ଯାଇଛି।” କିନ୍ତୁ ଇସ୍ରାଏଲର ଲୋକେ କହନ୍ତି, “ଭବିଷ୍ୟ‌ଦ୍‌ବକ୍ତା ଜଣେ ନିର୍ବୋଧ। ପରମେଶ୍ୱରଙ୍କ ଆତ୍ମା ସହିତ ଏହି ବ୍ୟକ୍ତି ପାଗଳ।” ଭବିଷ୍ୟ‌ଦ୍‌ବକ୍ତା କହନ୍ତି, “ତୁମ୍ଭେମାନେ ତୁମ୍ଭମାନଙ୍କ ଜଘନ୍ୟ ପାପ ଲାଗି ଦଣ୍ତିତ ହେବ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହେବ।”


ଯାହାସବୁ ସୂର୍ଯ୍ୟ ତଳେ ଘଟେ, ସମସ୍ତ ଖରାପ ଯାହା ଅଛି ସେସବୁ ଜିନିଷ ସେହିପରି ଶେଷ ହୁଏ। ଏବଂ ଲୋକମାନେ ଯେତେବେଳେ ଜୀବିତ ଥା’ନ୍ତି, ସେମାନଙ୍କର ହୃଦୟ ଦୁଷ୍ଟତା ଓ ମୂର୍ଖାମୀରେ ପୁରିଥାଏ। ଏହା ପରେ ସେମାନେ ମୃତ ଲୋକମାନଙ୍କ ପାଖକୁ ଯାଆନ୍ତି।


ମୋ’ ହୃଦୟରେ ମୁଁ ଜାଣିବାକୁ, ପରୀକ୍ଷା କରିବାକୁ ଏବଂ ଜ୍ଞାନର ପଶ୍ଚା‌‌‌ତ୍‌‌‌ଧାବନ କରିବାକୁ ଏବଂ ଏହାର ଉତ୍ତର ପାଇବାକୁ ମୁଁ ଗ୍ଭହିଁଲି। ମୁଁ ମଧ୍ୟ ଦୁଷ୍ଟତା ଓ ବୋକାମୀକୁ ଓ ମୂର୍ଖର ପାଗଳାମିକୁ ଜାଣିବା ପାଇଁ ଗ୍ଭହିଁଲି।


ହେ ସଦାପ୍ରଭୁ, ଯେଉଁମାନେ ଅପରାଧ କରନ୍ତି, ସେମାନଙ୍କୁ ତୁମ୍ଭେ ଦଣ୍ଡ ଦିଅ। ଉଚିତ୍ ଶିକ୍ଷା ଦେବା ପାଇଁ ଓ ସ‌‌‌ତ୍‌‌‌ମାର୍ଗରେ ଯିବା ପାଇଁ କୀଟ ଯେପରି ଲୁଗାକୁ ନଷ୍ଟ କରିଦିଏ, ସେହିଭଳି ତୁମ୍ଭେ ସେହି ବ୍ୟକ୍ତିଙ୍କର ମୂଲ୍ୟବାନ୍ ବସ୍ତୁକୁ ଧ୍ୱଂସ କର। ହଁ, ଆମ୍ଭର ଜୀବନ ସବୁ, ଛୋଟିଆ ବାଦଲ ଖଣ୍ଡ ପରି ଯାହା ଖୁବ୍ ଶୀଘ୍ର ମଳାଇ ହୋଇଯାଏ। ସେଲା


Swiv nou:

Piblisite


Piblisite