୨ ପିତର 2:2 - ପବିତ୍ର ବାଇବଲ2 ସେମାନେ କହୁଥିବା ମନ୍ଦ କାମକୁ ଅନେକ ଲୋକ ଅନୁସରଣ କରିବେ। ସେମାନଙ୍କ ହେତୁରୁ ଅନ୍ୟ ଲୋକେ ମଧ୍ୟ ସତ୍ୟର ମାର୍ଗ ବିଷୟରେ ସମାଲୋଚନା କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ। Gade chapit laଓଡିଆ ବାଇବେଲ2 ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ । Gade chapit laପବିତ୍ର ବାଇବଲ (CL) NT (BSI)2 ତଥାପି ଅନେକ ସେମାନଙ୍କର ଅଧର୍ମ ମାର୍ଗ ଅନୁସରଣ କରିବେ। ଅନ୍ୟମାନେ ସେମାନଙ୍କ କାର୍ଯ୍ୟକଳାପ ଦେଖି ଧର୍ମପଥ ବିରୁଦ୍ଧରେ କଥା କହିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ। Gade chapit la |
ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।
ପ୍ରଭୁ ପ୍ରତ୍ୟେକ ଲୋକଙ୍କର ବିଗ୍ଭର କରିବେ। ସେ ପରମେଶ୍ୱରଙ୍କ ବିରୋଧୀ ପ୍ରତ୍ୟେକ ଲୋକଙ୍କୁ ବିଗ୍ଭର କରିବାକୁ ଓ ଦଣ୍ଡ ଦେବାକୁ ଆସୁଛନ୍ତି। ସେ ପରମେଶ୍ୱରଙ୍କର ବିରୁଦ୍ଧରେ ଦୁଷ୍କର୍ମ କରିଥିବା ପ୍ରତ୍ୟେକ ଲୋକଙ୍କୁ ଦଣ୍ଡ ଦେବେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେହି ପାପୀମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ। ପରମେଶ୍ୱରଙ୍କ ବିରୁଦ୍ଧରେ ମନ୍ଦକଥା କହିବା ହେତୁ ସେ ସେମାନଙ୍କୁ ଦଣ୍ଡ ଦେବେ।”
ଫାରୂଶୀ ଓ ହେରୋଦୀୟମାନେ ଯୀଶୁଙ୍କ ପାଖକୁ ଯାଇ କହିଲେ, “ଗୁରୁ, ଆମ୍ଭେମାନେ ଜାଣିଛୁ ଯେ, ତୁମ୍ଭେ ବହୁତ ଭଲ ଲୋକ। ଅନ୍ୟମାନେ ତୁମ୍ଭ ବିଷୟରେ କ’ଣ ଭାବୁଛନ୍ତି, ସେଥିପାଇଁ ତୁମ୍ଭେ କେବେ ଚିନ୍ତା କର ନାହିଁ। ସବୁ ଲୋକ ତୁମ୍ଭ ପାଇଁ ସମାନ। ତୁମ୍ଭେ ପରମେଶ୍ୱର ଗ୍ଭହୁଁଥିବା ଜୀବନର ମାର୍ଗ ବିଷୟରେ ଠିକ୍ ଉପଦେଶ ଦେଉଛ। ଆମ୍ଭମାନଙ୍କୁ କୁହ, କାଇସରଙ୍କୁ କର ଦେବା ଉଚିତ୍ କି ନୁହେଁ?”
କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟଦ୍ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।