Biblia Todo Logo
Bib sou entènèt

- Piblisite -




୨ ପିତର 2:20 - ପବିତ୍ର ବାଇବଲ

20 ସେହି ଲୋକମାନଙ୍କୁ ସଂସାରର ମନ୍ଦ ବିଷୟରୁ ମୁକ୍ତ କରାଯାଇଥିଲା। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ୱାରା ସେମାନେ ମୁକ୍ତି ପାଇଥିଲେ। କିନ୍ତୁ ଯଦି ସେମାନେ ପୁନର୍ବାର ମନ୍ଦ ବିଷୟ ଗୁଡ଼ିକ ପ୍ରତି ଆକର୍ଷିତ ହୋଇ ତାହାର ବନ୍ଧନରେ ବାନ୍ଧି ହୋଇଯିବେ, ତେବେ ସେମାନଙ୍କ ପୂର୍ବ ଅବସ୍ଥାଠାରୁ ବର୍ତ୍ତମାନର ଅବସ୍ଥା ଆହୁରି ଅଧିକ ଖରାପ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ଵାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ,।

Gade chapit la Kopi

ଓଡିଆ ବାଇବେଲ

20 ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଆମ୍ଭମାନଙ୍କର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଜ୍ଞାନ ଲାଭ କରି ଯେଉଁମାନେ ସଂସାରର ବିନାଶକାରୀ ଶକ୍ତିଗୁଡ଼ିକ କବଳରୁ ରକ୍ଷା ପାଇବା ପରେ ପୁନର୍ବାର ସେ ସବୁର ବଶୀଭୂତ ହୁଅନ୍ତି, ସେମାନଙ୍କର ଶେଷ ଦଶା ପ୍ରଥମ ଦଶା ଅନେକ୍ଷା ଅଧିକମ ଶୋଚନୀୟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।

Gade chapit la Kopi




୨ ପିତର 2:20
20 Referans Kwoze  

ସେମାନେ ଯେପରି ଜୀବନ-ଯାପନ କରୁଛନ୍ତି, ତା'ର ପରିଣତି ବିନାଶ ଅଟେ। ସେମାନେ ପରମେଶ୍ୱରଙ୍କୁ ସେବା କରିବା ପରିବର୍ତ୍ତେ ନିଜକୁ ଖୁସୀ କରିବା ପାଇଁ ବଞ୍ଚିଛନ୍ତି। ସେମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି ଓ ସେଗୁଡ଼ିକ ପାଇଁ ଗର୍ବ କରନ୍ତି ଓ ସେମାନେ କେବଳ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି।


ଯଦି ସେମାନେ ବୁଦ୍ଧିଆ ହୁଅନ୍ତେ, ସେମାନେ ବୁଝିପାରନ୍ତେ, ସେମାନେ ଜାଣିପାରନ୍ତେ କ’ଣ ଘଟିବାକୁ ଯାଉଛି ସେମାନଙ୍କ ପାଇଁ।


ଯୀଶୁ ନିଜ ମହିମା ଓ ଉତ୍ତମତା ହେତୁ, ପ୍ରତିଜ୍ଞା କରିଥିବା ଅତି ମୂଲ୍ୟବାନ୍ ଓ ମହତ ବିଷୟ ଗୁଡ଼ିକ ଆମ୍ଭକୁ ଦେଇଛନ୍ତି। ସେହି ଦାନଗୁଡ଼ିକ ସାହାଯ୍ୟରେ ତୁମ୍ଭେ ପରମେଶ୍ୱରଙ୍କ ଆଚରଣର ଅଂଶ ହୋଇପାରିବ। ଏହା ଦ୍ୱାରା ଜଗତରେ ଥିବା ମନ୍ଦ ବିଷୟ ଗୁଡ଼ିକ ତୁମ୍ଭକୁ ନଷ୍ଟ କରି ପାରିବ ନାହିଁ।


ସେହି ଭଣ୍ଡ ଶିକ୍ଷକମାନେ ନିରର୍ଥକ କଥାଗୁଡ଼ିକ ପାଇଁ ଗର୍ବ କରନ୍ତି। ସେମାନେ ଲୋକମାନଙ୍କୁ ପାପ ରାସ୍ତାରେ କଢ଼ାଇ ନିଅନ୍ତି। ମନ୍ଦ ଭାବରେ ରହୁଥିବା ଲୋକଙ୍କଠାରୁ ବାହାରି ଆସି ଭଲ ମାର୍ଗରେ ଯିବାକୁ ଆରମ୍ଭ କରିଥିବା ଲୋକଙ୍କୁ ଏମାନେ ଆକର୍ଷିତ କରନ୍ତି। ପାପପୂର୍ଣ୍ଣ ଆତ୍ମାରେ ମନ୍ଦ ଇଚ୍ଛାଗୁଡ଼ିକୁ ଜାଗତ୍ର କରାଇ ଭଣ୍ଡ ଶିକ୍ଷକମାନେ ଏପରି କରନ୍ତି।


ଅନୁଗ୍ରହ ଓ ଶାନ୍ତି ପ୍ରଚୁର ଭାବେ ତୁମ୍ଭକୁ ମିଳୁ। ତୁମ୍ଭେମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଓ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଜାଣିଥିବାରୁ ତୁମ୍ଭେ ଅନୁଗ୍ରହ ଓ ଶାନ୍ତି ପାଇବ।


ଏହା ପରେ ସେ ଅମାଲେକ ପ୍ରତି ଦୃଷ୍ଟିକରି ଗୀତରେ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା। ମାତ୍ର ତାହା ମଧ୍ୟ ବିନଷ୍ଟ ହେବ।”


“ଯଦି ମୁଁ ଜଣେ ଧାର୍ମିକ ବ୍ୟକ୍ତିକୁ କୁହେ, ‘ତୁମ୍ଭେ ନିଶ୍ଚିତ ଭାବରେ ବଞ୍ଚିବ,’ ଏବଂ ସେ ତା'ର ଅତୀତର ଧାର୍ମିକତାକୁ ଭରସା କରି ପାପ କରେ, ତା'ର କୌଣସି ପୂର୍ବ ଧାର୍ମିକତା ସ୍ମରଣ କରାଯିବ ନାହିଁ ଏବଂ ସେ ତା'ର ପାପ ପାଇଁ ମରିବ।


ଜଣେ ସୈନିକ ତା'ର ନାୟକକୁ ଖୁସୀ କରିବାକୁ ଚେଷ୍ଟା କରେ। ଅତଏବ ଦୈନିକ ଜୀବନର ଘଟଣାରେ ସେ ନିଜର ସମୟ ଅତିବାହିତ କରେ ନାହିଁ।


ପରମେଶ୍ୱର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା: ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନେବା ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ୱର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।


ଯୀଶୁଙ୍କଠାରେ ପରମେଶ୍ୱରଙ୍କ ଶକ୍ତି ଅଛି। ଆମ୍ଭର ଜୀବନଯାପନ ପାଇଁ ଓ ପରମେଶ୍ୱରଙ୍କୁ ସେବା କରିବା ପାଇଁ ଯାହାକିଛି ଦରକାର ସେ ସବୁ ଆପଣା ଶକ୍ତିରେ ଆମ୍ଭକୁ ଦେଇଛନ୍ତି। ଆମ୍ଭେ ତାହାଙ୍କୁ ଜାଣିଛୁ ବୋଲି ଏହାସବୁ ପାଇଛୁ। ଯୀଶୁ ଆପଣା ମହିମା ଓ ଉତ୍ତମତାରେ ଆମ୍ଭମାନଙ୍କୁ ଡାକିଛନ୍ତି।


ଯଦି ଏସମସ୍ତ ବିଷୟ ତୁମ୍ଭ ଭିତରେ ଅଛି ଓ ବୃଦ୍ଧି ପାଇ ଗ୍ଭଲିଛି, ତା'ହେଲେ ତୁମ୍ଭେ କେବେ ହେଲେ ଶିଥିଳ ହେବ ନାହିଁ। ସେଗୁଡ଼ିକ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ପାଇବା ପାଇଁ କେବେ ହେଲେ ତୁମ୍ଭକୁ ମୂଲ୍ୟହୀନ ହେବାକୁ ଦେବ ନାହିଁ।


ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ରାଜ୍ୟରେ ତୁମ୍ଭକୁ ସ୍ୱାଗତ କରାଯିବ। ସେହି ରାଜ୍ୟ ଅନନ୍ତକାଳସ୍ଥାୟୀ ଅଟେ।


କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍।


ଯାଜକ ଦେଖିବ ଯଦି ତାହାର ସେହି ଘା’ ଚର୍ମର ନୀଚ୍ଚସ୍ଥ ହୋଇଥାଏ, ତହିଁରେ ଲୋମ ଶ୍ୱେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘା’।


ଆଉ ତାହା ଧୂଆ ହେଲା ପରେ ଯାଜକ ଦେଖିବ, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି। ତାହା ବସ୍ତ୍ର ହେଉ କିମ୍ବା ଚର୍ମ ହେଉ ତାକୁ ନିଶ୍ଚୟ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରିବ।


“ଯଦି କାନ୍ଥରେ ପ୍ରସ୍ତର ବଦଳ କଲାପରେ ଓ ଗୃହ ଗ୍ଭଞ୍ଛିଲା ପରେ ଓ ନୂତନ ଲେପନ କଲାପରେ ଯେବେ ସେହି ଦାଗ ପୁନର୍ବାର କାନ୍ଥରେ ଫୁଟି ବାହାରେ,


Swiv nou:

Piblisite


Piblisite