Biblia Todo Logo
Bib sou entènèt

- Piblisite -




୨ ପିତର 2:3 - ପବିତ୍ର ବାଇବଲ

3 ସେହି ଭଣ୍ଡ ଶିକ୍ଷକମାନେ କେବଳ ତୁମ୍ଭର ଧନ ଗ୍ଭହାନ୍ତି। ସେମାନେ ଖାଲି ମିଛ କଥା କହି ତୁମ୍ଭର ମନ ନେବେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ୟାୟ ବିଗ୍ଭର ବହୁ ପୂର୍ବରୁ ପ୍ରସ୍ତୁତ ହୋଇ ରହିଛି। ପରମେଶ୍ୱର ସେମାନଙ୍କୁ ନଷ୍ଟ କରିଦେବେ। ସେମାନେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ଵାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ତ ଅନେକ କାଳରୁ ଘଟିଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ଵ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଏହି ଶଠ ଶିକ୍ଷକଗଣ ଧନଲୋଭରେ ମନଗଢ଼ା ଗଳ୍ପ କହି ଲାଭ ଉଠାଇବେ। କିନ୍ତୁ ଅନେକ ଦିନରୁ ଏମାନେ ବିଚାରିତ ହୋଇ ଆସିଛନ୍ତି ଓ ଏମାନଙ୍କ ବିନାଶର ଦିନ ଘନେଇ ଆସୁଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।

Gade chapit la Kopi




୨ ପିତର 2:3
43 Referans Kwoze  

ଅନେକ ଯେପରି କରନ୍ତି, ସେହିପରି ଆମ୍ଭେ ନିଜ ଲାଭ ପାଇଁ ପରମେଶ୍ୱରଙ୍କ ବାକ୍ୟ ବିକ୍ରୀ କରୁ ନାହୁଁ, କିନ୍ତୁ ଆମ୍ଭେମାନେ ପରମେଶ୍ୱରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କଠାରେ ଥାଇ ସତ୍ୟ କହୁ। ପରମେଶ୍ୱରଙ୍କ ପ୍ରେରିତ ଲୋକ ଭଳି କଥା କହୁ।


ମୁଁ ପ୍ରତିଶୋଧ ନେବି। ମୁଁ ସେମାନଙ୍କର ପ୍ରାପ୍ୟ ଦେବି। ସେମାନଙ୍କର ପାଦ ଖସିଯିବା ପର୍ଯ୍ୟନ୍ତ ଅପେକ୍ଷା କରିବି। ସେମାନଙ୍କର ଅସୁବିଧାର ସମୟ ନିକଟ ହୋଇ ଆସୁଛି।’


ତୁମ୍ଭେମାନେ ଜାଣିଛ ଯେ, କେବେ ହେଲେ ଆମ୍ଭେ ଖୋସାମଦିଆ କଥା କହି ତୁମ୍ଭକୁ ପ୍ରଭାବିତ କରିବା ପାଇଁ ଚେଷ୍ଟା କରି ନାହୁଁ। ଆମ୍ଭେ ତୁମ୍ଭମାନଙ୍କର ଟଙ୍କା ପାଇବା ପାଇଁ ଗ୍ଭହିଁ ନାହୁଁ। ତୁମ୍ଭମାନଙ୍କଠାରୁ ଆମ୍ଭେ ନିଜର କୌଣସି ସ୍ୱାର୍ଥପର ଭାବ ଗୁପ୍ତ ରଖି ନାହୁଁ। ପରମେଶ୍ୱର ଜାଣନ୍ତି ଯେ, ଏହା ସତ୍ୟ।


ଏହି ଲୋକମାନଙ୍କଠାରୁ ଦୂରରେ ରୁହ। ଏଭଳି ଲୋକେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସେବା ନ କରି କେବଳ ନିଜ ସୁଖରେ ମାତି ଥା’ନ୍ତି। ସେମାନେ ଆକର୍ଷଣୀୟ ଓ ସୁନ୍ଦର କଥା କହି ଲୋକମାନଙ୍କୁ ବୋକା କରନ୍ତି ଓ ଯେଉଁମାନେ ମନ୍ଦ ବିଷୟରେ ଜାଣି ନାହାନ୍ତି, ସେମାନଙ୍କୁ ଭୁଲାନ୍ତି।


ପ୍ରଭୁ ପ୍ରତ୍ୟେକ ଲୋକଙ୍କର ବିଗ୍ଭର କରିବେ। ସେ ପରମେଶ୍ୱରଙ୍କ ବିରୋଧୀ ପ୍ରତ୍ୟେକ ଲୋକଙ୍କୁ ବିଗ୍ଭର କରିବାକୁ ଓ ଦଣ୍ଡ ଦେବାକୁ ଆସୁଛନ୍ତି। ସେ ପରମେଶ୍ୱରଙ୍କର ବିରୁଦ୍ଧରେ ଦୁଷ୍କର୍ମ କରିଥିବା ପ୍ରତ୍ୟେକ ଲୋକଙ୍କୁ ଦଣ୍ଡ ଦେବେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେହି ପାପୀମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ। ପରମେଶ୍ୱରଙ୍କ ବିରୁଦ୍ଧରେ ମନ୍ଦକଥା କହିବା ହେତୁ ସେ ସେମାନଙ୍କୁ ଦଣ୍ଡ ଦେବେ।”


ଜଣେ ପ୍ରାଚୀନ ସେମାନଙ୍କର ଭୁଲ୍ ବିଷୟରେ ତାହାଙ୍କୁ ଅବଗତ କରାଇବାକୁ ସକ୍ଷମ ଥିବେ ଓ ସେମାନଙ୍କୁ ଏପରି ଅବାନ୍ତର କଥା କହିବାରୁ ବନ୍ଦ କରାଇପାରୁଥିବେ। ସେହି ଲୋକମାନେ କୁଶିକ୍ଷାର ଉପଦେଶ ଦେଇ ସମ୍ପୂର୍ଣ୍ଣ ପରିବାରଗୁଡ଼ିକୁ ନଷ୍ଟ କରୁଛନ୍ତି। ସେମାନେ କେବଳ ଲୋକମାନଙ୍କୁ ଠକିବା ପାଇଁ ଏଭଳି ଶିକ୍ଷା ଦିଅନ୍ତି କାରଣ ସେମାନେ ଧନ ଅର୍ଜନ କରିବାକୁ ଇଚ୍ଛା କରନ୍ତି।


ତାହା ମନ୍ଦ ମନ ଥିବା ଲୋକମାନଙ୍କ ମାଧ୍ୟମରେ ସୀମାହୀନ ଯୁକ୍ତିତର୍କ ଆରମ୍ଭ କରେ। କୁତର୍କକୁ ମଧ୍ୟ ତାହା ଆମନ୍ତ୍ରିତ କରେ। ସେହି ଲୋକମାନେ ସତ୍ୟକୁ ହରାଇ ବସିଛନ୍ତି। ସେମାନେ ଭାବନ୍ତି ଯେ ପରମେଶ୍ୱରଙ୍କ ସେବା କରିବା ହେଉଛି ଧନୀ ହେବାର ଏକ ଉପାୟ।


ପରମେଶ୍ୱର ଏହି ସମସ୍ତ କାର୍ଯ୍ୟ କଲେ। ଅତଏବ ଯେଉଁମାନେ ତାହାଙ୍କୁ ସେବା କରୁଛନ୍ତି, ପ୍ରଭୁ ସର୍ବଦା ସେମାନଙ୍କୁ ରକ୍ଷା କରିବେ। ସମସ୍ୟାରେ ପଡ଼ିଥିଲାବେଳେ ସେ ସେମାନଙ୍କୁ ରକ୍ଷା କରିବେ। ଏହା ସହିତ, ପ୍ରଭୁ ମନ୍ଦ ଲୋକମାନଙ୍କୁ ବିଗ୍ଭର ଦିନରେ ଦଣ୍ଡ ଦେବେ।


ଅତୀତକାଳରେ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ମିଥ୍ୟା ଭବିଷ୍ୟ‌‌ଦ୍‌‌‌‌ବକ୍ତା ଥିଲେ। ଏବେ ମଧ୍ୟ ସେହିଭଳି ଅଛନ୍ତି। ତୁମ୍ଭ ଦଳରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସେମାନେ ଏପରି ଭୁଲ୍ ଶିକ୍ଷା ଦେବେ ଯେ, ଲୋକେ ନିଜକୁ ହଜାଇ ଦେବେ। ସେମାନେ ଏଭଳି ଭାବରେ ଶିକ୍ଷା ଦେବେ ଯେ ସେମାନେ ଯେ ଭୁଲ୍ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହେବ। ସେମାନେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ୟ ମନା କରିବେ। ସେପ୍ରକାରେ ସେମାନେ ନିଜକୁ ଶୀଘ୍ର ନଷ୍ଟ କରିଦେବେ।


ଆମ୍ଭେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟରେ ତୁମ୍ଭମାନଙ୍କୁ କହିଛୁ। ତାହାଙ୍କର ଆସିବା ବିଷୟ ତୁମ୍ଭମାନଙ୍କୁ କହିଛୁ। ସେଗୁଡ଼ିକ ଲୋକମାନଙ୍କ ବିଜ୍ଞାନ ପାଇଁ ମନଗଢ଼ା ଗଳ୍ପ ନୁହେଁ। ଆମ୍ଭେ ନିଜେ ନିଜ ଆଖିରେ ଯୀଶୁଙ୍କର ମହାନତା ଦେଖିଛୁ।


ମୁଁ ତୁମ୍ଭକୁ ଅନୁରୋଧ କରେ ଯେ, ପରମେଶ୍ୱରଙ୍କ ଯେଉଁ ମେଷଗଣର ଦାୟିତ୍ୱରେ ତୁମ୍ଭେ ରହିଛ, ସେହି ମେଷ ସମୂହର ତୁମ୍ଭେ ଯତ୍ନ ନେବା ଉଚିତ୍। ସେମାନେ ପରମେଶ୍ୱରଙ୍କ ମେଷପଲ। ତୁମ୍ଭେ ବାଧ୍ୟବାଧକତାରେ ନୁହେଁ, ମାତ୍ର ସ୍ୱଇଚ୍ଛାରେ ପ୍ରତିପାଳନ କର। ପରମେଶ୍ୱର ତାହା ହିଁ ଗ୍ଭହାନ୍ତି। ତୁମ୍ଭେ ସେବା କରିବାରେ ଆନନ୍ଦ ପାଉଛ ବୋଲି ସେହିପରି କର, ଧନ ଲୋଭରେ ତାହା କର ନାହିଁ।


ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ୱରଙ୍କ କାମର ଯତ୍ନ ନେବା, ଅତଏବ ସେ ନିର୍ଦ୍ଦୋଷ ହେବା କଥା। ସେ ଗର୍ବୀ, ସ୍ୱାର୍ଥୀ ଓ ଶୀଘ୍ର କ୍ରୋଧୀ ହୋଇ ନ ଥିବେ। ସେ ଅତ୍ୟଧିକ ମଦ୍ୟ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହୋଇ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହେବା ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ।


ଏହା ସେମାନଙ୍କ ପାଇଁ ଖରାପ ଅଟେ। ଏହି ଲୋକମାନେ କୟିନର ପଥ ଅନୁସରଣ କରିଛନ୍ତି। ସେମାନେ ଅର୍ଥ ଲୋଭ ସକାଶେ ବିଲିୟାମ ପରି ଅନ୍ୟାୟ ପଥ ଅନୁସରଣ କରିଛନ୍ତି। ଏହି ଲୋକମାନେ କୋରହ ପରି ପରମେଶ୍ୱରଙ୍କ ବିରୁଦ୍ଧରେ ଆଚରଣ କରିଛନ୍ତି। କୋରହ ପରି ସେମାନେ ମଧ୍ୟ ଧ୍ୱଂସ ହେବେ।


ସଦୋମ, ଗମୋରା ଓ ତା’ ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସେମାନେ ଠିକ୍ ସେହି ସ୍ୱର୍ଗଦୂତମାନଙ୍କ ପରି। ସେହି ନଗରଗୁଡ଼ିକ ବ୍ୟଭିଗ୍ଭର ପାପ ଓ ଅସ୍ୱାଭାବିକ କାମୁକତାରେ ପରିପୂର୍ଣ୍ଣ ଥିଲା। ସେମାନେ ଅନନ୍ତ ଅଗ୍ନି ଦଣ୍ଡରେ ଦଣ୍ଡିତ ହେଲେ। ସେମାନଙ୍କର ଦଣ୍ଡ ଆମ୍ଭମାନଙ୍କ ଆଗରେ ଗୋଟିଏ ଉଦାହରଣ ସ୍ୱରୂପ ରହିଛି।


କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।


ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ ସେମାନଙ୍କ ଲାଗି: “ସେହି ପଥର ଲୋକଙ୍କ ଝୁଣ୍ଟିବା କାରଣ ହୁଏ ସେହି ପଥର ଲୋକଙ୍କ ପତନର କାରଣ ହୁଏ।” ପରମେଶ୍ୱରଙ୍କ କଥା ଅବମାନନା କରିବା ହେତୁ ଲୋକେ ଝୁଣ୍ଟନ୍ତି। ସେହି ଲୋକମାନଙ୍କ ନିମନ୍ତେ ପରମେଶ୍ୱର ଏପରି ଯୋଜନା କରିଥିଲେ।


ସେହିପରି ମଣ୍ଡଳୀରେ ନିଯୁକ୍ତି ପାଇଥିବା ସ୍ୱତନ୍ତ୍ର ସେବକଗଣ ଏଭଳି ଲୋକ ହୋଇଥିବା କଥା, ଯେଉଁମାନଙ୍କୁ ଲୋକେ ସମ୍ମାନ କରୁଥିବେ। ସେମାନେ ଯାହା କହନ୍ତି, ତାହା ବିଶ୍ୱାସ ଯୋଗ୍ୟ ହେବା ଉଚିତ୍। ଅଧିକ ଦ୍ରାକ୍ଷାରସ ପିଇବାରେ ନିଜ ସମୟ କାଟିବା ଉଚିତ୍ ନୁହେଁ। ସବୁବେଳେ ଅନ୍ୟମାନଙ୍କୁ ଠକି ଧନୀ ହେବାକୁ ଚେଷ୍ଟା କରୁଥିବା ଲୋକମାନଙ୍କ ପରି ସେମାନେ ହୋଇ ନ ଥିବେ।


ସେ ଅତ୍ୟଧିକ ମଦ୍ୟପାନ କରିବା ଉଚିତ୍ ନୁହେଁ। ସେ କଳହ ମନୋବୃତ୍ତିର ଲୋକ ନ ହୋଇଥିବା କଥା। ସେ ନମ୍ର ଓ ଶାନ୍ତ ହେବା ଦରକାର।


ଲୋକେ କହିବେ: “ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ।” ସେହି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବେଦନା ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସେମାନେ ରକ୍ଷା ପାଇ ପାରିବେ ନାହିଁ।


ତା'ପରେ ଯୀଶୁ କପୋତ ବେପାରୀମାନଙ୍କୁ କହିଲେ, “ଏସବୁ ଜିନିଷ ଗୁଡ଼ିକ ଏଠାରୁ ନେଇଯାଅ। ମୋହର ପିତାଙ୍କ ଗୃହକୁ ଗୋଟିଏ ବାଣିଜ୍ୟ ଗୃହରେ ପରିଣତ କର ନାହିଁ।”


ଏସବୁ କଥା ଯୀଶୁ କହୁଥିବା ସମୟରେ ଦଳେ ଲୋକ ସେଠାକୁ ଆସିଲେ। ବାରଜଣ ପ୍ରେରିତଙ୍କ ମଧ୍ୟରୁ ଜଣେ ପ୍ରେରିତ ସେହି ଲୋକମାନଙ୍କ ଦଳର ନେତୃତ୍ୱ ନେଇଥିଲା। ସେ ଥିଲା ଯିହୂଦା। ଯୀଶୁଙ୍କୁ ଚୁମ୍ବନ ଦେବା ପାଇଁ ଯିହୂଦା ଯୀଶୁଙ୍କ ପାଖକୁ ଆସିଲା।


ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ ଉପଯୁକ୍ତ ସମୟ ଅପେକ୍ଷାରେ ରହିଲେ। ସେମାନେ ଯୀଶୁଙ୍କ ପାଖକୁ କେତେକ ଗୁପ୍ତଚର ପଠାଇଲେ। ସେମାନେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସେମାନେ ଯୀଶୁଙ୍କ କହୁଥିବା କଥାରେ କିଛି ଭୁଲ୍ ବିଷୟ ଖୋଜି ବାହାର କରିବାକୁ ଗ୍ଭହୁଁଥିଲେ। କାରଣ ଯଦି ସେମାନେ ଯୀଶୁଙ୍କର କିଛି ଭୁଲ୍ ଦେଖି ପାରିବେ, ତେବେ ସେମାନେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତରେ ଯୀଶୁଙ୍କୁ ଦେଇଦେବେ।


ମୁଁ ତୁମ୍ଭକୁ କହୁଛି। ଅତି ଶୀଘ୍ର ପରମେଶ୍ୱର ତାହାଙ୍କ ଲୋକଙ୍କୁ ସାହାଯ୍ୟ କରିବେ। କିନ୍ତୁ ମନୁଷ୍ୟପୁତ୍ର ପୁଣି ଥରେ ଫେରି ଆସିବା ପରେ ସେ ଏ ପୃଥିବୀରେ ତାହାଙ୍କର ବିଶ୍ୱାସୀମାନଙ୍କୁ ପାଇ ପାରିବେ କି?”


“ଆମ୍ଭେ ଇଚ୍ଛାକରୁ, ତୁମ୍ଭର କେହି ଯାଜକ ଦ୍ୱାର ବନ୍ଦ କରିଦିଅନ୍ତୁ। ତା'ହେଲେ ତୁମ୍ଭେ ମୋର ବେଦିରେ ଅନୁପଯୋଗୀ ଅଗ୍ନି ଜଳାଇ ପାରିବ ନାହିଁ। ଆମ୍ଭେ କିନ୍ତୁ ତୁମ୍ଭଠାରେ ସନ୍ତୁଷ୍ଟ ନୁହଁ। ଆମ୍ଭେ ତୁମ୍ଭର ନୈବେଦ୍ୟ ଗ୍ରହଣ କରିବୁ ନାହିଁ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।


ପରମେଶ୍ୱର ତୈମନରୁ ଆସୁଛନ୍ତି। ସେହି ପବିତ୍ର ପୁରୁଷ ପାରଣ ପର୍ବତରୁ ଓହ୍ଲାଇ ଆସୁଛନ୍ତି। ସେଲା ସଦାପ୍ରଭୁଙ୍କ ମହିମା ସ୍ୱର୍ଗକୁ ଆବୃତ କରେ। ତାଙ୍କର ପ୍ରଶଂସା ପୃଥିବୀକୁ ପୂର୍ଣ୍ଣ କରେ।


ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟ‌ଦ୍‌ବକ୍ତାଗଣ ଭବିଷ୍ୟ‌ଦ୍‌ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”


ମୁଠାଏ ବାଲି ପାଇଁ ଓ କେତେଖଣ୍ଡ ରୋଟୀ ପାଇଁ ତୁମ୍ଭେମାନେ ମୋ’ ଲୋକମାନଙ୍କ ମଧ୍ୟରେ ମୋତେ ଅପମାନିତ କଲ। ତୁମ୍ଭର ମିଥ୍ୟା ପାଇଁ ମୋର ଲୋକମାନେ ଯେଉଁମାନେ ମିଥ୍ୟା ଶୁଣିଲେ, ତୁମ୍ଭେମାନେ ଲୋକମାନଙ୍କୁ ହତ୍ୟା କରିଛ, ଯେଉଁମାନଙ୍କର ମରିବା ଉଚିତ୍ ନ ଥିଲା ଏବଂ ତୁମ୍ଭେ ସେହି ଲୋକମାନଙ୍କୁ ଛାଡ଼ି ଦେଇଛ, ଯେଉଁମାନଙ୍କର ମରିବା ଉଚିତ୍ ଥିଲା।


ତେଣୁ ଆମ୍ଭେ ସେମାନଙ୍କର ସ୍ତ୍ରୀମାନଙ୍କୁ ଅନ୍ୟମାନଙ୍କୁ ଦେବା ଓ ସେମାନଙ୍କର କ୍ଷେତ୍ରକୁ ଅନ୍ୟମାନଙ୍କ ଅଧିକାରକୁ ଦେବା। କାରଣ ଇସ୍ରାଏଲ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତେ ଲୋଭାସକ୍ତ ଆଉ ଭବିଷ୍ୟ‌ଦ୍‌ବକ୍ତାଠାରୁ ଆରମ୍ଭ କରି ଯାଜକ ପର୍ଯ୍ୟନ୍ତ ସମସ୍ତେ ମିଥ୍ୟାଚରଣ କରନ୍ତି।


“ଇସ୍ରାଏଲର ଛୋଟରୁ ବଡ଼ ପର୍ଯ୍ୟନ୍ତ ସମସ୍ତ ଲୋକ ଲୋଭାସକ୍ତ। ଆଉ ଭବିଷ୍ୟ‌ଦ୍‌ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକ ମିଥ୍ୟାଗ୍ଭରୀ।


କ୍ଷୁଦ୍ରତମ ପରିବାର ସହସ୍ର ବିଶିଷ୍ଟ ବୃହତ୍ତମ ପରିବାରରେ ପରିଣତ ହେବ ଓ କ୍ଷୁଦ୍ରତମ ଦୁର୍ବଳ ବ୍ୟକ୍ତି ବଳବାନ୍ ଗୋଷ୍ଠୀରେ ପରିଣତ ହେବ। ଆମ୍ଭେ ସଦାପ୍ରଭୁ ଯଥା କାଳରେ ଏହା ଶୀଘ୍ର ଘଟାଇବା।”


ସେମାନେ ପେଟୁ କୁକୁର ସଦୃଶ କେବେ ତୃପ୍ତ ହୁଅନ୍ତି ନାହିଁ। ଆଉ ମଧ୍ୟ ସେମାନେ ବିଗ୍ଭରଶୂନ୍ୟ ମେଷପାଳକ। ସେମାନେ ଗ୍ଭରିଆଡ଼ୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।


ସେହି ଲୋକମାନେ କୁହନ୍ତି, “ଆମ୍ଭେମାନେ ଇଚ୍ଛା କରୁଛୁ ଯେ ପରମେଶ୍ୱର ତାଙ୍କର ଯୋଜନାମୂଳକ କାର୍ଯ୍ୟ ତ୍ୱରାନ୍ୱିତ କରନ୍ତୁ। ତା'ପରେ ଆମ୍ଭେମାନେ କ’ଣ ଘଟିବ ଜାଣିବୁ। ଆମ୍ଭେମାନେ ଆଶା କରୁ ପରମେଶ୍ୱରଙ୍କ ଇଚ୍ଛା ତୁରନ୍ତ ଘଟୁ। ତାହାହେଲେ ତାଙ୍କର ଇଚ୍ଛା କ’ଣ ଆମ୍ଭେମାନେ ଜାଣି ପାରିବୁ।”


ସଦାପ୍ରଭୁଙ୍କ ଘୃଣାକାରୀମାନେ ଭୟରେ ଥରିବେ। ସେମାନଙ୍କର ଦଣ୍ଡ ଚିରଦିନ ଧରି ରହିବ ଓ ସର୍ବଦା ଦଣ୍ଡ ପାଇବେ।


ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ। ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି। ସେମାନେ ତୁମ୍ଭକୁ ଭୟ କରନ୍ତି।


ସେହି ଲୋକମାନେ ମୋ’ କଥା ଶୁଣିବେ ଓ ଖୁବ୍ ଶୀଘ୍ର ମୋତେ ମାନିବେ। ସେହି ବିଦେଶୀମାନେ ମୋତେ ଦେଖି ଭୟଭୀତ ହେବେ।


“ତୁମ୍ଭେ ବିଦେଶୀର କି ପିତୃମାତୃହୀନ ବିଗ୍ଭରରେ ଅନ୍ୟାୟ କରିବ ନାହିଁ। କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ।


ତୁମ୍ଭ ଅନାଥଙ୍କର ଜିନିଷ ଜିତିବା ପାଇଁ ମଧ୍ୟ ଗୁଲିବାଣ୍ଟ କରିବ, ତୁମ୍ଭେ ନିଜର ବନ୍ଧୁକୁ ମଧ୍ୟ ବିକ୍ରି କରିଦେବ।


ଏହି ଲୋକମାନେ ସର୍ବଦା ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତି ଓ ସେମାନଙ୍କର ଦୋଷ ବାହାର କରନ୍ତି। ସେମାନେ ସବୁବେଳେ ନିଜ ଇଚ୍ଛା ଅନୁସାରେ ମନ୍ଦ କର୍ମମାନ କରି ଥା’ନ୍ତି। ସେମାନେ ନିଜ ବିଷୟରେ ଅହଙ୍କାର କରି କଥା କୁହନ୍ତି। ସେମାନେ ନିଜ ସ୍ୱାର୍ଥ ହାସଲ କରିବା ପାଇଁ କେବଳ ଅନ୍ୟ ଲୋକମାନଙ୍କ ସପକ୍ଷରେ ଭଲକଥା କୁହନ୍ତି।


Swiv nou:

Piblisite


Piblisite