Biblia Todo Logo
Bib sou entènèt

- Piblisite -




୨ ପିତର 3:9 - ପବିତ୍ର ବାଇବଲ

9 ଯଦିଓ କିଛି ଲୋକେ ଏହାକୁ ଡେରି ବୋଲି ଭାବୁଛନ୍ତି, ତଥାପି ପରମେଶ୍ୱର ନିଜ ପ୍ରତିଜ୍ଞା ପୂରଣ କରିବାରେ ଡେରି କରିବେ ନାହିଁ। ବରଂ ପରମେଶ୍ୱର ତୁମ୍ଭ ପ୍ରତି ଧୈର୍ଯ୍ୟବାନ ହେଉଛନ୍ତି। ପରମେଶ୍ୱର କୌଣସି ଲୋକ ନଷ୍ଟ ହେଉ ବୋଲି ଗ୍ଭହାନ୍ତି ନାହିଁ। ପରମେଶ୍ୱର ଗ୍ଭହାନ୍ତି ଯେ ପ୍ରତ୍ୟେକ ଲୋକ ନିଜର ହୃଦୟ ପରିବର୍ତ୍ତନ କରୁ ଓ ପାପ କରିବାକୁ କ୍ଷାନ୍ତ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ବିଳମ୍ଵ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ଵ କରନ୍ତି ନାହିଁ କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି, ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

9 ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ପ୍ରଭୁ ତାଙ୍କ ପ୍ରତିଜ୍ଞା ପୂରଣ କରିବପାକୁ ବିଳମ୍ବ କରନ୍ତି ନାର୍ହିଁ, ଯଦିଓ କେତେକ ଏହାକୁ ବିଳମ୍ବ ବୋଲି ମନେ କରନ୍ତି। ବରଂ ପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅତୀବ ସହନଶୀଳ। ସେ ଚାହାନ୍ତି ନାହିଁ କେହି ଜଣେ ହେଲେ ବିନଷ୍ଟ ହେଉ। ସମସ୍ତେ ନିଜ ନିଜ ପାପରୁ ଫେରନ୍ତି, ଏହି ତାଙ୍କର ଇଚ୍ଛା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।

Gade chapit la Kopi




୨ ପିତର 3:9
24 Referans Kwoze  

ପରମେଶ୍ୱର ଗ୍ଭହାନ୍ତି ଯେ ସମସ୍ତେ ଉଦ୍ଧାର ପାଆନ୍ତୁ ଓ ସତ୍ୟକୁ ଜାଣନ୍ତୁ।


ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।


ଏହି ଦର୍ଶନ ନିର୍ଦ୍ଦିଷ୍ଟ ସାକ୍ଷୀ ଅଟେ। ଏହା ଶେଷ ବାର୍ତ୍ତା ସମ୍ବନ୍ଧରେ ସାକ୍ଷୀ ଦିଏ ଏବଂ ଏହା ମିଥ୍ୟା ହୁଏ ନାହିଁ। ଯେପରି ଜଣାଯିବ ଏହି ସମୟ କେବେ ଆସିବ ନାହିଁ। କିନ୍ତୁ ଧୈର୍ଯ୍ୟ ଧରି ଅପେକ୍ଷା କର, ସେ ସମୟ ନିଶ୍ଚୟ ଆସିବ। ଏହା ଅଧିକ ବିଳମ୍ବ ହେବ ନାହିଁ।


ହେ ମୋର ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କରୁଣାମୟ ପରମେଶ୍ୱର। ତୁମ୍ଭେ ଧୈର୍ଯ୍ୟଶୀଳ, ପ୍ରେମ ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।


ସେଥି ସକାଶେ ସଦାପ୍ରଭୁ ତୁମ୍ଭମାନଙ୍କୁ ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ। ସେ ମଧ୍ୟ ତୁମ୍ଭମାନଙ୍କୁ ଦୟା କରିବାକୁ ଉନ୍ନତ ହେବେ। କାରଣ ସଦାପ୍ରଭୁ ନ୍ୟାୟ ବିଗ୍ଭରକାରୀ ପରମେଶ୍ୱର ଅଟନ୍ତି। ଯେଉଁମାନେ ତାଙ୍କୁ ଅପେକ୍ଷା କରନ୍ତି ସେ ସମସ୍ତେ ଧନ୍ୟ।


ମୁଁ ତାହାକୁ ହୃଦୟ ପରିବର୍ତ୍ତନ କରିବାକୁ ଓ ପାପ ପଥରୁ ଦୂରେଇ ଯିବା ପାଇଁ ସମୟ ଦେଲେ ହେଁ ସେ ନିଜକୁ ପରିବର୍ତ୍ତନ କରିବାକୁ ଇଚ୍ଛା କରୁ ନାହିଁ।


ପ୍ରଭୁ ଧୈର୍ଯ୍ୟବାନ ବୋଲି ଆମ୍ଭେ ରକ୍ଷା ପାଇଛୁ, ଏହା ମନେରଖ। ପରମେଶ୍ୱରଙ୍କ ପ୍ରଦତ୍ତ ଜ୍ଞାନ ବଳରେ ଆମ୍ଭର ପ୍ରିୟ ଭାଇ ପାଉଲ ତୁମ୍ଭକୁ ଲେଖିଲା ବେଳେ ସେ ସେହି କଥା କହିଥିଲେ।


କିନ୍ତୁ ମୋତେ ଅନୁଗ୍ରହ ମିଳିଲା। ମୋତେ ଅନୁଗ୍ରହ ଦିଆଗଲା, ଯାହାଦ୍ୱାରା ଖ୍ରୀଷ୍ଟ ଯୀଶୁ ପ୍ରମାଣିତ କଲେ ଯେ ସେ ମୋ’ ପ୍ରତି ଅସୀମ ଧୈର୍ଯ୍ୟ ଦେଖାଇଛନ୍ତି। ମୋ’ ଭଳି ବଡ଼ ପାପୀ ପ୍ରତି ସେ ଧୈର୍ଯ୍ୟଶୀଳତା ଦେଖାଇଲେ। ଯେଉଁମାନେ ତାହାଙ୍କୁ ବିଶ୍ୱାସ କରିବେ, ଅନନ୍ତ ଜୀବନ ଲାଭ କରିବେ। ସେମାନଙ୍କ ପାଇଁ ମୁଁ ଯେପରି ଆଦର୍ଶ ସ୍ୱରୂପ ହୁଏ, ସେଥିପାଇଁ ଖ୍ରୀଷ୍ଟ ଯୀଶୁ ଗ୍ଭହିଁଲେ।


ଆଜି ଅଳ୍ପ ସମୟରେ, “ଯାହାଙ୍କ ଆସିବା କଥା ସେ ଆସିବେ, ତାହାଙ୍କର ଡେରି ହେବ ନାହିଁ।


ସଦାପ୍ରଭୁ ମୋଶାଙ୍କ ସମ୍ମୁଖକୁ ଆସି ଏହା ଘୋଷଣା କଲେ। “ଯିହୋବାଃ, ଯିହୋବାଃ ଦୟାଶୀଳ ପରମେଶ୍ୱର, ସେ କ୍ରୋଧରେ ଧିର। ସେ ଦୟାଳୁ ଓ ସତ୍ୟତାରେ ପରିପୂର୍ଣ୍ଣ।


ଠିକ୍ ସେହିଭଳି ପରମେଶ୍ୱର ମଧ୍ୟ ନିଜର କ୍ରୋଧ ଓ ଶକ୍ତି ପ୍ରଦର୍ଶନ କରିବା ପାଇଁ ଗ୍ଭହିଁଥିଲେ। ସେ ଖୁବ୍ ଧୈର୍ଯ୍ୟର ସହିତ ତାହାଙ୍କ କ୍ରୋଧ ଓ ବିନାଶ ପାତ୍ରମାନଙ୍କୁ ସହି ନେଇଥିଲେ।


ଆମ୍ଭେ ପରିତ୍ରାଣ ଓ ଧର୍ମ ଆଣିବୁ, ତାହା ବେଶି ଦୂର ନୁହେଁ। ଆମ୍ଭ ପରିତ୍ରାଣର ବିଳମ୍ବ ଘଟିବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲ ପାଇଁ ଆମ୍ଭେ ସିୟୋନ ପ୍ରତି ପରିତ୍ରାଣ ଆଣିବା।”


ତୁମ୍ଭେ ଯଦି ଏପରି କରିବ, ପୁଣି ସଦାପ୍ରଭୁ ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହି ପାରିବ। ଆଉ ଏହିସବୁ ଲୋକମାନେ କୁଶଳରେ ସ୍ୱସ୍ଥାନକୁ ଯିବେ।”


ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ୱରଙ୍କ ଅବାଧ୍ୟ ହୋଇଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ଯ୍ୟନ୍ତ ପରମେଶ୍ୱର ଧୈର୍ଯ୍ୟ ସହିତ ଅପେକ୍ଷା କରୁଥିଲେ। ସେହି ଜାହାଜରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇ ପାରିଲେ।


ବର୍ତ୍ତମାନ ସେମାନଙ୍କର ପାପକୁ କ୍ଷମା କରିଦିଅ, ଯଦି ତୁମ୍ଭେ ସେମାନଙ୍କୁ କ୍ଷମା ନ କର ତେବେ ତୁମ୍ଭେ ଲେଖିଥିବା ଜୀବନ୍ତ ପୁସ୍ତକରୁ ମୋର ନାମକୁ କାଟି ଦିଅ।”


ଏହି ପ୍ରକାରେ ସଦାପ୍ରଭୁ ମୋଶାଙ୍କ ସହିତ ମୁହାଁମୁହିଁ କଥାବାର୍ତ୍ତା ହେଲେ। ସଦାପ୍ରଭୁ ମୋଶାଙ୍କ ସହିତ କଥାବାର୍ତ୍ତା ହେଉଥିଲେ ଯେପରି ସେ ତାଙ୍କର ବନ୍ଧୁ। ସଦାପ୍ରଭୁଙ୍କ ସହିତ ମୋଶା କଥାବାର୍ତ୍ତା କରି ସାରିବା ପରେ ଛାଉଣିକୁ ଫେରି ଆସିଲେ କିନ୍ତୁ ତାଙ୍କର ପରିଗ୍ଭରକ ସର୍ବଦା ତମ୍ବୁରେ ରହୁଥିଲେ। ସେହି ପରିଗ୍ଭରକର ନାମ ଥିଲା ଯିହୋଶୂୟ, ସେ ଥିଲେ ନୂନର ପୁତ୍ର।


ପରମେଶ୍ୱରଙ୍କ ଦୟା କ’ଣ ଚିରକାଳ ପାଇଁ ଲୁପ୍ତ ହୋଇଛି? ତାଙ୍କର ପ୍ରତିଜ୍ଞା କ’ଣ ଚିରକାଳ ପାଇଁ ବିଫଳ ହୋଇଛି?


ବେଳେ ବେଳେ ଲୋକମାନେ ତାଙ୍କର କୁକର୍ମ ପାଇଁ ହଠାତ୍ ଦଣ୍ଡିତ ହୁଅନ୍ତି ନାହିଁ। ସେମାନଙ୍କର ଦଣ୍ଡ ବିଳମ୍ବରେ ପ୍ରାପ୍ତ ହୁଏ। ଏହା ଅନ୍ୟମାନଙ୍କୁ କୁକର୍ମ କରିବାକୁ ଉତ୍ସାହିତ କରାଏ।


“ତେବେ ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ। କିନ୍ତୁ ଦୁଷ୍ଟ ଯେପରି ନିଜ ପାପ ପଥରୁ ନିବୃତ୍ତ ହୋଇ ବଞ୍ଚେ, ସେଥିରେ ଆମ୍ଭେ ସନ୍ତୋଷ ଲାଭ କରୁ। ତେଣୁ ତୁମ୍ଭେମାନେ ନିଜ ନିଜ କୁପଥରୁ ଫେର ଓ ମୋର ନିକଟବର୍ତ୍ତୀ ହୁଅ। ହେ ଇସ୍ରାଏଲ ବଂଶ ତୁମ୍ଭେ କାହିଁକି ମରିବ?’


ସ୍ୱପ୍ନର ବର୍ଷକ ପରେ ରାଜା ନବୂଖ‌ଦ୍‌ନିତ୍ସର ବାବିଲର ନିଜ ପ୍ରାସାଦ ଉପରେ ବୁଲୁଥିବା ବେଳେ, ରାଜା କହିଲା, “ଏହି ବାବିଲକୁ ଦେଖ! ମୁଁ ମୋର ପ୍ରତାପରେ ଏହି ମହାନ ନଗର ନିର୍ମାଣ କରିଛି ଓ ମୋର ବଳର ପ୍ରଭାବରେ ରାଜଧାନୀ ପ୍ରାସାଦ ନିର୍ମାଣ କରିଛି। ମୁଁ କେଡ଼େ ମହାନ।”


ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ୱପୂର୍ଣ୍ଣ। ନିଦ୍ରାରୁ ଜାଗ୍ରତ ହେବାର ସମୟ ଉପସ୍ଥିତ ହୋଇଅଛି। ଆରମ୍ଭ କାଳରେ ବିଶ୍ୱାସ କରିବା ତୁଳନାରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହୋଇଛୁ।


‘ରାତି’ ପ୍ରାୟ କଟି ଗଲାଣି। ‘ଦିନ’ ପ୍ରାୟ ଏହିଠାରେ। ଅତଏବ ଅନ୍ଧକାରରେ କରୁଥିବା ପାପ କାମ ଆମ୍ଭେ ବନ୍ଦ କରିବା ଉଚିତ୍। ଆମ୍ଭେ ପ୍ରକାଶରେ ହେଉଥିବା ଭଲ କାମ କରିବା ପାଇଁ ପ୍ରସ୍ତୁତ ରହିବା ଉଚିତ୍।


ଯୀଶୁ ନିଜ ମହିମା ଓ ଉତ୍ତମତା ହେତୁ, ପ୍ରତିଜ୍ଞା କରିଥିବା ଅତି ମୂଲ୍ୟବାନ୍ ଓ ମହତ ବିଷୟ ଗୁଡ଼ିକ ଆମ୍ଭକୁ ଦେଇଛନ୍ତି। ସେହି ଦାନଗୁଡ଼ିକ ସାହାଯ୍ୟରେ ତୁମ୍ଭେ ପରମେଶ୍ୱରଙ୍କ ଆଚରଣର ଅଂଶ ହୋଇପାରିବ। ଏହା ଦ୍ୱାରା ଜଗତରେ ଥିବା ମନ୍ଦ ବିଷୟ ଗୁଡ଼ିକ ତୁମ୍ଭକୁ ନଷ୍ଟ କରି ପାରିବ ନାହିଁ।


Swiv nou:

Piblisite


Piblisite