Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:1 - ପବିତ୍ର ବାଇବଲ

1 ଯେତେବେଳେ ବସନ୍ତ ଆସିଲା, ସେତେବେଳେ ରାଜାଗଣ ଯୁଦ୍ଧକୁ ଯାଆନ୍ତି। ରାଜା ଦାଉଦ ଯୋୟାବ ଓ ତାଙ୍କର ଲୋକମାନଙ୍କୁ ଏବଂ ସମସ୍ତ ଇସ୍ରାଏଲୀୟ ସୈନ୍ୟମାନଙ୍କୁ ଅମ୍ମୋନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ପଠାଇଲେ ଏବଂ ସେମାନେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ ଓ ରବ୍ବା ନଗର ଅଧିକାର କଲେ। କିନ୍ତୁ ଦାଉଦ ଯିରୁଶାଲମରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ ଦାଉଦ ଯୋୟାବକୁ ଓ ତାହା ସହିତ ଆପଣା ଦାସମାନଙ୍କୁ ଓ ସମୁଦାୟ ଇସ୍ରାଏଲକୁ ପଠାଇଲେ; ତହିଁରେ ସେମାନେ ଅମ୍ମୋନ-ସନ୍ତାନମାନଙ୍କୁ ସଂହାର କରି ରବ୍ବା ନଗର ଅବରୋଧ କଲେ। ମାତ୍ର ଦାଉଦ ଯିରୂଶାଲମରେ ରହିଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ ଦାଉଦ ଯୋୟାବକୁ ଓ ତାହା ସହିତ ଆପଣା ଦାସମାନଙ୍କୁ ଓ ସମୁଦାୟ ଇସ୍ରାଏଲକୁ ପଠାଇଲେ; ତହିଁରେ ସେମାନେ ଅମ୍ମୋନ-ସନ୍ତାନମାନଙ୍କୁ ସଂହାର କରି ରବ୍ବା ନଗର ଅବରୋଧ କଲେ। ମାତ୍ର ଦାଉଦ ଯିରୂଶାଲମରେ ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ ଦାଉଦ ଯୋୟାବକୁ ଓ ତାହା ସହିତ ଆପଣା ଦାସମାନଙ୍କୁ ଓ ସମୁଦାୟ ଇସ୍ରାଏଲକୁ ପଠାଇଲେ; ତହିଁରେ ସେମାନେ ଅମ୍ମୋନ-ସନ୍ତାନମାନଙ୍କୁ ସଂହାର କରି ରବ୍ବା ନଗର ଅବରୋଧ କଲେ। ମାତ୍ର ଦାଉଦ ଯିରୂଶାଲମରେ ରହିଲେ।

Gade chapit la Kopi




2 ଶାମୁୟେଲ 11:1
15 Referans Kwoze  

ବସନ୍ତକାଳରେ, ଯୋୟାବ ଇସ୍ରାଏଲର ସୈନ୍ୟବାହିନୀକୁ ଯୁଦ୍ଧ ନିମନ୍ତେ କଢ଼ାଇ ନେଲେ। ବର୍ଷର ସେହି ସମୟରେ ରାଜାମାନେ ଯୁଦ୍ଧ କରିବା ନିମନ୍ତେ ବାହାରି ଆସୁଥିଲେ, କିନ୍ତୁ ଦାଉଦ ଯିରୁଶାଲମରେ ରହିଲେ। ଇସ୍ରାଏଲର ସୈନ୍ୟବାହିନୀ ଅମ୍ମୋନ ଦେଶକୁ ଗଲେ ଓ ତାକୁ ବିନାଶ କଲେ। ସେମାନେ ରବ୍ବା ନଗରୀକୁ ଗଲେ ଓ ତା'ର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କଲେ। ନଗର ମଧ୍ୟରୁ ବାହାରକୁ କିଅବା ନଗର ମଧ୍ୟକୁ କାହାରିକୁ ଯିବାକୁ ଅନୁମତି ଦେଲେ ନାହିଁ। ଯୋୟାବ ଓ ଇସ୍ରାଏଲ ସୈନ୍ୟଗଣ ରବ୍ବା ନଗରୀକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କଲେ।


ଅନନ୍ତର ପରବର୍ଷ ବସନ୍ତରେ ବି‌ନ୍‌ହଦଦ୍ ଅରାମୀୟମାନଙ୍କୁ ଏକତ୍ରିତ କରି ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ଅଫେକକୁ ଗଲେ।


ତା'ପରେ ଭବିଷ୍ୟ‌ଦ୍‌ବକ୍ତା ଆହାବଙ୍କ ନିକଟକୁ ଯାଇ କହିଲେ, “ଅରାମର ରାଜା ବି‌ନ୍‌ହଦଦ୍ ପୁନର୍ବାର ଯୁଦ୍ଧ କରିବାକୁ ଆସନ୍ତା ବସନ୍ତରେ ଆସିବ। ତୁମ୍ଭେ ଘରକୁ ଯାଇ ନିଜର ସୈନ୍ୟବାହିନୀକୁ ସବଳ କର ଓ ଚିହ୍ନ। ସାବଧାନ ଭାବରେ ତାଙ୍କୁ ପ୍ରତିରକ୍ଷା ଦେବାକୁ ସୁଚିନ୍ତିତ ଯୋଜନା କର।”


ପ୍ରେମ କରିବାର ସମୟ ଅଛି ଓ ଘୃଣା କରିବାର ମଧ୍ୟ ସମୟ ଅଛି। ଯୁଦ୍ଧର ସମୟ ଅଛି ଓ ଶାନ୍ତିର ମଧ୍ୟ ସମୟ ଅଛି।


ବସନ୍ତ ଋତୁରେ, ରାଜା ନବୂଖ‌ଦ୍‌ନିତ୍ସର ଯିହୋୟାଖୀ‌ନଙ୍କୁ ଆଣିବା ନିମନ୍ତେ କେତେକ ଭୃତ୍ୟଙ୍କୁ ପଠାଇଲେ। ସେମାନେ ଯିହୋୟାଖୀନ୍ ଓ ସଦାପ୍ରଭୁଙ୍କ ମନ୍ଦିରରୁ ବହୁମୂଲ୍ୟ ଧନ ସମ୍ପତ୍ତିରୁ କିଛି ବାବିଲକୁ ନେଇଗଲେ। ନବୂଖ‌ଦ୍‌ନିତ୍ସରର ସିଦିକିୟଙ୍କୁ ଯିହୁଦା ଓ ଯିରୁଶାଲମର ନୂତନ ରାଜା ରୂପେ ମନୋନୀତ କଲେ। ସିଦିକିୟ ଯିହୋୟାଖୀ‌ନଙ୍କର ଜଣେ ଆତ୍ମୀୟ ଥିଲେ।


ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନରାଜା ଓଗ୍ ଅବଶିଷ୍ଟ ରହିଲା। ଓ‌‌ଗ୍‌‌ର ଖଟଟି ଲୁହାରେ ତିଆରି ହୋଇଥିଲା। ଏହାର ଲମ୍ବ ଥିଲା ନଅ ହାତ ଓ ପ୍ରସ୍ଥ ଥିଲା ଗ୍ଭରି ହାତ। ସେହି ଖଟଟି ଏବେ ମଧ୍ୟ ରବ୍ବାରେ ଅଛି ଯେଉଁଠାରେ ଅମ୍ମୋନ ସନ୍ତାନଗଣ ବାସ କରୁଛନ୍ତି।


‌‌ଖ‌ଡ଼୍‌ଗ ଆସିବା ନିମନ୍ତେ ପଥ ଚିହ୍ନିତ କର, ଗୋଟିଏ ପଥ ଅମ୍ମୋନୀୟର ରବ୍ବାକୁ ଯାଏ ଓ ଅନ୍ୟଟି ଯିହୁଦାର ସୁରକ୍ଷିତ ସହର ଯିରୁଶାଲମକୁ ଯାଏ।


ସେତେବେଳେ ସଦାପ୍ରଭୁ ବାହାରି ସେ ଦେଶମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ, ସେ ଏପରି କରିବେ ଯେପରି ସେ ସଂଗ୍ରାମ ସମୟରେ କରନ୍ତି।


ପଲେଷ୍ଟୀୟମାନଙ୍କର ଅଧିପତିମାନେ ଇସ୍ରାଏଲୀୟମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାରି ଆସିଲେ କିନ୍ତୁ ପ୍ରତ୍ୟେକ ଥର ଦାଉଦ ସେମାନଙ୍କୁ ପରାସ୍ତ କଲେ। ଦାଉଦ ଶାଉଲଙ୍କର ଅତି ଦକ୍ଷ ଅଧିକାରୀ ହେଲେ। ଦାଉଦ ଅଧିକ ମାନ୍ୟ ପାଇଲେ।


ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନୀୟମାନେ ଅବୀଶୟଙ୍କ ସମ୍ମୁଖରୁ ନିଜର ନଗରକୁ ପଳାୟନ କଲେ। ତା'ପରେ ଯୋୟାବ ଅମ୍ମୋନୀୟଙ୍କୁ ଆକ୍ରମଣ କରି ସାରିବା ପରେ ଯିରୁଶାଲମକୁ ଫେରି ଆସିଲା।


ଆଉ ସଦାପ୍ରଭୁ କହନ୍ତି, “ସମୟ ଆସିବ ଯେତେବେଳେ ଅମ୍ମୋନର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଧ୍ୱନି ଶୁଣାଯିବ। ରବ୍ବା ଧ୍ୱଂସ ପାଇବ ଓ ତାହା ଏକ ଜନଶୂନ୍ୟ ଢିପି ହେବ। ତା'ର ଚତୁର୍ଦ୍ଦିଗସ୍ଥ ନଗରଗୁଡ଼ିକ ଅଗ୍ନିରେ ଦ‌ଗ୍‌ଧିଭୂତ ହେବ। ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ଇସ୍ରାଏଲ ସେମାନଙ୍କ ଉପରେ ଅଧିକାର କରିବ।” ଏହା ସଦାପ୍ରଭୁ କହନ୍ତି।


“ହେ ହି‌‌‌ଶ୍‌‌‌ବୋନ୍ ନିବାସୀଗଣ, ତୁମ୍ଭେମାନେ ଚିତ୍କାର କର। କାରଣ ଅୟ ଧ୍ୱଂସ ପାଇଲା। ହେ ରବ୍ବାର କନ୍ୟାଗଣ, ଚିତ୍କାର କର। ଚଟବସ୍ତ୍ର ପରିଧାନ କରି ବିଳାପ କର ଓ ପ୍ରାଚୀର ମଧ୍ୟରେ ଏଣେ ତେଣେ ଦୌଡ଼, କାରଣ ମି‌‌ଲ୍‌‌କ‌‌‌ମ୍‌‌‌ର ଯାଜକଗଣ ଓ ଅଧିପତିଗଣ ଏକତ୍ର ହୋଇ ନିର୍ବାସନକୁ ଯିବେ।


କିନ୍ତୁ ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ପକାଇବା ଏବଂ ଏହା ସେଠାକାର ସମସ୍ତ ପ୍ରାସାଦ ଓ ସେହି ଅଗ୍ନି ଦେଶକୁ ଧ୍ୱଂସ କରିଦେବ ଏବଂ ସେଠାରେ ଯୁଦ୍ଧ ବିଭୀଷିକା ଘୂର୍ଣ୍ଣିବାୟୁ ଆସିବ।


କିଏ ମୋତେ ସେହି ଦୃଢ଼ ନଗର ଭିତରକୁ ଆଣିବ? କିଏ ମୋତେ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆଗେଇ ନେବ? ପରମେଶ୍ୱର, ତୁମ୍ଭେ ନୁହଁ କି? କିନ୍ତୁ ତୁମ୍ଭେ ଆମ୍ଭକୁ ପ୍ରତ୍ୟାଖ୍ୟାନ କରିଛ। ପରମେଶ୍ୱର, ତୁମ୍ଭେ ଆଉ ଦିନ ତମାମ ଆମ୍ଭର ଶତ୍ରୁମାନଙ୍କ ସହିତ ଯାଅ ନାହିଁ।


Swiv nou:

Piblisite


Piblisite