Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:1 - ପବିତ୍ର ବାଇବଲ

1 ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନକୁ ପଠାଇଲେ। ନାଥନ ଯାଇ ଦାଉଦଙ୍କୁ କହିଲେ, “ଏକ ନଗରରେ ଦୁଇଜଣ ଲୋକ ଥିଲେ। ସେଥି ମଧ୍ୟରୁ ଜଣେ ଥିଲେ ଧନୀ ଓ ଅନ୍ୟ ଜଣକ ଥିଲେ ଗରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ। ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ। ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ। ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର।

Gade chapit la Kopi




2 ଶାମୁୟେଲ 12:1
24 Referans Kwoze  

ମାତ୍ର ସଦାପ୍ରଭୁଙ୍କ ଦୂତ ତି‌‌‌‌ଶ୍‌ବୀୟ ଏଲିୟଙ୍କୁ କହିଲେ, “ଯାଅ, ଶମରିୟା ରାଜାଙ୍କର ଦୂତମାନଙ୍କୁ ଭେଟ ଓ ସେମାନଙ୍କୁ କୁହ, ‘ଇସ୍ରାଏଲରେ କ’ଣ ଇସ୍ରାଏଲର ପରମେଶ୍ୱର ନାହାନ୍ତି ଯେ, ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍-ସବୂବଙ୍କୁ ପରାମର୍ଶ କରିବାକୁ ଯାଉଛ?


ଅନାବୃଷ୍ଟିର ତୃତୀୟ ବର୍ଷରେ ସଦାପ୍ରଭୁ ଏଲିୟଙ୍କୁ କହିଲେ, “ତୁମ୍ଭେ ଯାଇ ରାଜା ଆହାବଙ୍କୁ ସାକ୍ଷାତ କର। ଆମ୍ଭେ ଭୂମିକୁ ଶୀଘ୍ର ବୃଷ୍ଟି ପଠାଇବୁ।”


ସଦାପ୍ରଭୁ ଯିହୁଦାରେ ଥିବା ଏକ ପରମେଶ୍ୱରଙ୍କ ଲୋକକୁ ବୈଥେଲ୍ ଯିବାକୁ ଆଦେଶ ଦେଲେ। ଯେତେବେଳେ ଯା‌ରବିୟାମ ଯଜ୍ଞବେଦି ନିକଟରେ ଧୂପ ଜଳାଇବା ପାଇଁ ଛିଡ଼ା ହୋଇଥିଲେ ସେତେବେଳେ ପରମେଶ୍ୱରଙ୍କ ଲୋକ ସେଠାରେ ଉପସ୍ଥିତ ହେଲେ।


ଆମ୍ଭେମାନେ ଦିନେ ନା ଦିନେ ସମସ୍ତେ ମରିବା। ଆମ୍ଭେମାନେ ଭୂମିରେ ଢଳା ହୋଇଥିବା ପାଣି ପରି, ଯାହାକି ପୁନର୍ବାର ସଂଗ୍ରହ ହୋଇ ପାରିବ ନାହିଁ। ପରମେଶ୍ୱର ଲୋକମାନଙ୍କୁ କ୍ଷମା କରନ୍ତି। ସେ ସେମାନଙ୍କ ପାଇଁ ଯୋଜନା କଲେ, ଯେଉଁମାନଙ୍କୁ ନିରାପଦ ପାଇଁ ବାଧ୍ୟରେ ଦୌଡ଼ି ପଳାନ୍ତି।


ଦାଉଦ ଦୂତକୁ କହିଲେ, “ଯୋୟାବକୁ ଏହି ବାର୍ତ୍ତା ଦିଅ: ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ କାରଣ ଖଣ୍ତା ଜଣକ ପରେ ଅନ୍ୟ ଜଣକୁ ଆଖିବୁଜା ଭାବରେ ହତ୍ୟା କରି ପାରିବ। ରବ୍ବା ବିରୁଦ୍ଧରେ ଏକ ଜୋ‌ର୍‌ଦାର ଆକ୍ରମଣ କର ଏବଂ ତୁମ୍ଭେ ଜୟଲାଭ କରିବ।’ ଏହିସବୁ ବାକ୍ୟରେ ଯୋୟାବକୁ ଉତ୍ସାହିତ କର।”


ନାଥନ ଏ ସମସ୍ତ ବାକ୍ୟ ଦର୍ଶନ ଅନୁସାରେ ସେ ପରମେଶ୍ୱରଙ୍କର ବାକ୍ୟଗୁଡ଼ିକ ଅନୁସାରେ ଦାଉଦଙ୍କୁ କହିଲେ।


ଧନୀ ଲୋକର ବହୁତ ଗାଈ, ବଳଦ ଓ ମେଣ୍ଢାପଲ ଥିଲା।


ମାତ୍ର ସାଦୋକ ଯାଜକ, ଯିହୋୟାଦାର ପୁତ୍ର ବନାୟ, ନାଥନ ଭବିଷ୍ୟ‌ଦ୍‌ବକ୍ତା, ଶିମିୟି, ରେୟି ଓ ଦାଉଦଙ୍କର ସ୍ୱତନ୍ତ୍ର ପ୍ରହରୀଗଣ ଅଦୋନିୟଙ୍କୁ ସମର୍ଥନ କରି ନ ଥିଲେ। ସେମାନେ ଦାଉଦଙ୍କର ବିଶ୍ୱସ୍ତ ଥିଲେ।


ରାଜା ଦାଉଦଙ୍କର କୃତ ସମସ୍ତ ବିଷୟ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଶାମୁୟେଲ ଭବିଷ୍ୟ‌ଦ୍‌ବକ୍ତା, ନାଥନ ଭବିଷ୍ୟ‌ଦ୍‌ବକ୍ତା ଓ ଗାଦ୍ ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ପୁସ୍ତକଗୁଡ଼ିକରେ ଲେଖାଯାଇଅଛି।


ସେତେବେଳେ ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟ ରାଜା ହିଜକିୟ ନିକଟକୁ ଯାଇ ତାଙ୍କୁ ପଗ୍ଭରିଲେ, “ଏହି ଲୋକମାନେ କ’ଣ କହିଲେ? ସେମାନେ କେଉଁଠାରୁ ଆସିଲେ?” ହିଜକିୟ କହିଲେ, “ସେମାନେ ଦୂରଦେଶ ବାବିଲରୁ ମୋତେ ଦେଖିବାକୁ ଆସିଛନ୍ତି।”


ନାଥନର ପୁତ୍ର ଅସରିୟ ଜିଲ୍ଲାର ପ୍ରଧାନମାନଙ୍କ ମୂଖ୍ୟ ଥିଲା ଓ ନାଥନର ପୁତ୍ର ସାବୁଦ୍ ଯାଜକ ଓ ରାଜା ଶଲୋମନଙ୍କର ଜଣେ ଉପଦେଶକ ଥିଲେ।


“ଶମରିୟାର ବାସିନ୍ଦା ଇସ୍ରାଏଲର ରାଜା ଆହାବ ନିକଟକୁ ଯାଅ, ସେ ବର୍ତ୍ତମାନ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି; ସେ ତା'ର ଦ୍ରାକ୍ଷାକ୍ଷେତ୍ରକୁ ନିଜ ଅଧିକାରକୁ ଆଣିବାକୁ ଯାଇଛି।


Swiv nou:

Piblisite


Piblisite