2 ଶାମୁୟେଲ 12:9 - ପବିତ୍ର ବାଇବଲ9 ତେଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କର ଆଦେଶକୁ ଅବଜ୍ଞା କଲ? ସେ ଯାହା ଭୁଲ୍ ବୋଲି କହନ୍ତି ତୁମ୍ଭେ ତାହା କାହିଁକି କଲ? ତୁମ୍ଭେ ହିତ୍ତୀୟ ଊରିୟକୁ ମାରି ତା’ ସ୍ତ୍ରୀକୁ ତୁମ୍ଭେ ସ୍ତ୍ରୀ କରିଅଛ। ତୁମ୍ଭେ ଅମ୍ମୋନୀୟମାନଙ୍କ ଖଣ୍ତାଦ୍ୱାରା ଊରିୟକୁ ମାରି ଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ? ତୁମ୍ଭ ଖଡ଼୍ଗ ଦ୍ଵାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ୍-ସନ୍ତାନଗଣର ଖଡ଼୍ଗ ଦ୍ଵାରା ଊରୀୟକୁ ବଧ କରିଅଛ। Gade chapit laଓଡିଆ ବାଇବେଲ9 ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ-ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ। Gade chapit la |
ସେହି ଲୋକମାନଙ୍କ ପାଇଁ ମନ୍ଦଫଳ ଗଚ୍ଛିତ ରହିବ। ସେମାନଙ୍କର ପରବର୍ତ୍ତୀ ବଂଶଧର ସମ୍ପୂର୍ଣ୍ଣ ଭାବରେ ପୋଛି ହୋଇଯିବେ, ଯେପରି ନଡ଼ା ଓ ଶୁଷ୍କପତ୍ର ଅଗ୍ନିରେ ପୋଡ଼ି ଭସ୍ମ ହୋଇଯାଏ। ଯେପରି ବୃକ୍ଷର ମୂଳ ସଢ଼ିଯାଇ ଧୂଳି ହୋଇଯାଏ ଓ ପୁଷ୍ପ ଅଗ୍ନିରେ ଭସ୍ମୀଭୂତ ହୋଇ ତା'ର ପାଉଁଶ ପବନରେ ଉଡ଼ିଯାଏ ସେହିପରି ସେମାନଙ୍କର ବଂଶଧର ଧ୍ୱଂସ ପାଇଯିବେ। କାରଣ ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କର ଶିକ୍ଷାସମୂହକୁ ଅବଜ୍ଞା କରିଛନ୍ତି ଓ ଇସ୍ରାଏଲର ପବିତ୍ର ପରମେଶ୍ୱରଙ୍କ ବାକ୍ୟକୁ ଅଗ୍ରାହ୍ୟ କରିଛନ୍ତି।
ମନଃଶି ମଧ୍ୟ ନିଜ ପୁତ୍ରକୁ ବେନ୍-ହୋନ୍ନୋମ ଉପତ୍ୟକାରେ ବଳିରୂପେ ଜ୍ୱଳାଇଲେ। ମନଃଶି କୁହୁକ ବିଦ୍ୟା, ଭବିଷ୍ୟତ କହିବା ଓ ଅଲୌକିକ କାର୍ଯ୍ୟ କଲେ ଏବଂ ସେ ମଧ୍ୟ ଯାଦୁବିଦ୍ୟା କଲେ। ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ କଥାବାର୍ତ୍ତା କଲେ, ସଦାପ୍ରଭୁ ଯେଉଁ କର୍ମକୁ କୁକର୍ମ ବୋଲି କହିଥିଲେ, ମନଃଶି ସେହିପରି ଅନେକ କର୍ମ କଲେ, ଆଉ ଏହା ସଦାପ୍ରଭୁଙ୍କୁ ବହୁତ କ୍ରୋଧାନ୍ୱିତ କଲା।