Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:1 - ପବିତ୍ର ବାଇବଲ

1 ଦାଉଦଙ୍କର ଏକ ପୁତ୍ର ଥିଲା, ଯାହାର ନାମ ଥିଲା ଅବଶାଲୋମ। ଅବଶାଲୋମର ଏକ ଭଉଣୀ ଥିଲା, ଯାହାର ନାମ ଥିଲା ତାମର। ତାମର ଭାରୀ ସୁନ୍ଦରୀ ଥିଲା। ଦାଉଦଙ୍କର ଅନ୍ୟ ଏକ ପୁତ୍ର ଥିଲା ଅମ୍ନୋନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥିଉତ୍ତାରେ ଏହି ଘଟନା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଗିନୀ ଥିଲା; ତାହା ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଏହି ଘଟଣା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଉଣୀ ଥିଲା; ନିଜର ସାବତ ଭଉଣୀ ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଏହି ଘଟଣା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଉଣୀ ଥିଲା; ନିଜର ସାବତ ଭଉଣୀ ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା।

Gade chapit la Kopi




2 ଶାମୁୟେଲ 13:1
15 Referans Kwoze  

ଏମାନେ ସମସ୍ତେ ଦାଉଦଙ୍କ ପୁତ୍ରଗଣ ଥିଲେ। ଏହାଛଡ଼ା ତାଙ୍କର ଉପପତ୍ନୀମାନଙ୍କର ମଧ୍ୟ ପୁତ୍ରଗଣ ଥିଲେ। ତାମର ସେମାନଙ୍କର ଭଉଣୀ ଥିଲେ।


ତୃତୀୟ ପୁତ୍ର ଥିଲେ ଅବଶାଲୋମ୍। ତାଙ୍କର ମାତା ମାଖା ତ‌ଲ୍‌ମୟଙ୍କର ଝିଅ ଥିଲେ। ଏହି ତ‌ଲ୍‌ମୟ ଗଶୂରର ରାଜା ଥିଲେ। ଚତୁର୍ଥ ପୁତ୍ର ଥିଲେ ଅଦୋନୀୟ। ତାଙ୍କର ମାତା ଥିଲେ ହଗୀତ୍।


ଅବଶାଲୋମର ତିନି ପୁତ୍ର ଓ ଗୋଟିଏ ଝିଅ ଥିଲା। ସେ ଝିଅର ନାମ ତାମର ଥିଲା। ତାମର ମଧ୍ୟ ଭାରୀ ସୁନ୍ଦରୀ ଥିଲେ।


ତା'ପରେ ଅମ୍ନୋନ ତାକୁ ଅତି ଘୃଣା କଲା, ସେ ତାକୁ ଯେପରି ପ୍ରେମ କରିଥିଲା, ତା’ ଅପେକ୍ଷା ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, “ଉଠ ଏଠାରୁ ଗ୍ଭଲିଯାଅ।”


ଲାବଣ୍ୟ ପ୍ରବଞ୍ଚନା ଜନକ ଓ ସୌନ୍ଦର୍ଯ୍ୟ ଅସାର, ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।


ତୁମ୍ଭ ହୃଦୟରେ ସେହି ସୁନ୍ଦର ସ୍ତ୍ରୀର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ। ତା'ର ଚକ୍ଷୁ ତୁମ୍ଭକୁ ପ୍ରତାରିତ ନ କରୁ।


ଶଲୋମନ ବହୁ ରମଣୀଙ୍କୁ ପ୍ରେମ କଲେ, ସେମାନେ ଇସ୍ରାଏଲ ଦେଶର ନ ଥିଲେ। ସେ ରାଜା ଫାରୋର କନ୍ୟା ବ୍ୟତୀତ ହିତ୍ତୀୟ, ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ ଓ ସୀଦୋନୀୟ ସ୍ତ୍ରୀମାନଙ୍କୁ ଭଲ ପାଇଲେ।


ଥରେ ସନ୍ଧ୍ୟା ସମୟରେ ଦାଉଦ ବିଛଣାରୁ ଉଠି ଛାତ ଉପରେ ବୁଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସେହି ସ୍ତ୍ରୀ ଜଣକ ଅତି ସୁନ୍ଦରୀ ଥିଲା।


ଏହା ପରେ ଶିଖିମ ଦୀଣାର ପ୍ରେମରେ ପଡ଼ିଗଲା ଓ ତାକୁ ବିବାହ ହେବାକୁ ଗ୍ଭହିଁଲା।


ତେଣୁ ଯାକୁବ ତାଙ୍କ ସହ ସେଠାରେ ସାତ ବର୍ଷ ରହି କାମ କଲେ। କିନ୍ତୁ ଏହା ତାଙ୍କୁ ଖୁବ୍ କମ ସମୟ ପରି ଜଣାଗଲା କାରଣ ସେ ରାହେଲକୁ ବହୁତ ଭଲ ପାଉଥିଲେ।


ଯାକୁବ ରାହେଲକୁ ପ୍ରେମ କଲେ। ଯାକୁବ ଲାବନକୁ କହିଲେ, “ମୁଁ ତୁମ୍ଭ ପାଇଁ ସାତ ବର୍ଷ କାମ କରିବି ଯଦି ତୁମ୍ଭେ ମୋତେ ତୁମ୍ଭର ସାନ ଝିଅ ରାହେଲ ସହିତ ବିବାହ ଦିଅ।”


ପରମେଶ୍ୱରଙ୍କର ପୁତ୍ରଗଣ ଦେଖିଲେ, ସେହି କନ୍ୟାମାନେ ଦେଖିବାକୁ ବହୁତ ସୁନ୍ଦରୀ। ତେଣୁ ପରମେଶ୍ୱରଙ୍କର ପୁତ୍ରଗଣ ସେମାନଙ୍କ ପସନ୍ଦ ଅନୁସାରେ ସେମାନଙ୍କୁ ବିବାହ କଲେ। ସେହି ସ୍ତ୍ରୀମାନେ ପିଲାମାନଙ୍କୁ ଜନ୍ମ ଦେଲେ। ସେହି ସମୟରେ ଓ ପରେ ମଧ୍ୟ ପୃଥିବୀରେ ଦୈତ୍ୟମାନେ ଥିଲେ। ସେମାନେ ପୂର୍ବ ସମୟର ପ୍ରସିଦ୍ଧ ଯୋଦ୍ଧା ଥିଲେ। ଏହା ପରେ ସଦାପ୍ରଭୁ କହିଲେ, “ଲୋକମାନେ ମନୁଷ୍ୟ ମାତ୍ର, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, କାରଣ ସେମାନେ କେବଳ ଶାରୀରିକ ଅଟନ୍ତି। ଏଥିପାଇଁ ସେମାନଙ୍କର ପରମାୟୁ 120 ବର୍ଷ ହେବ।”


ଅମ୍ନୋନ ନିଜର ସାବତ ଭଉଣୀ ତାମରକୁ ଭଲପାଇ ବସିଲା ଓ ତା’ ପ୍ରେମରେ ତାକୁ ଜ୍ୱର ଆସିଗଲା। ତାମର ଅନୁଢ଼ା ଥିଲା। ଅମ୍ନୋନ ତାକୁ ବହୁତ ଗ୍ଭହୁଁଥିଲା, କିନ୍ତୁ ତା’ ସହିତ ଏକାକୀ ରହିବା ପାଇଁ ଅବକାଶ ପାଇଲା ନାହିଁ।


Swiv nou:

Piblisite


Piblisite