Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:3 - ପବିତ୍ର ବାଇବଲ

3 ଅମ୍ନୋନର ଯୋନାଦବ୍ ନାମକ ଜଣେ ଚତୁର ବନ୍ଧୁ ଥିଲା, ଯିଏ କି ଶିମିୟର ପୁତ୍ର। ଶିମିୟ ଦାଉଦଙ୍କର ଭାଇ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍ ଅତି ଚତୁର।

Gade chapit la Kopi

ଓଡିଆ ବାଇବେଲ

3 ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍‍ ଅତି ଚତୁର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍‍ ଅତି ଚତୁର।

Gade chapit la Kopi




2 ଶାମୁୟେଲ 13:3
21 Referans Kwoze  

ତା'ପରେ ଯିଶୀ ଶମ୍ମକୁ ଶାମୁୟେଲଙ୍କ ପାଖକୁ ଡକାଇଲେ। କିନ୍ତୁ ଶାମୁୟେଲ କହିଲେ, “ନା, ଏହାକୁ ମଧ୍ୟ ସଦାପ୍ରଭୁ ମନୋନୀତ କରି ନାହାନ୍ତି।”


କାହିଁକି କାରଣ ପରମେଶ୍ୱରଙ୍କ ଦୃଷ୍ଟିରେ ଜାଗତିକ ଜ୍ଞାନ ପ୍ରକୃତରେ ମୂର୍ଖତା ଅଟେ। ଶାସ୍ତ୍ର କୁହେ; “ଯେତେବେଳେ ଜ୍ଞାନୀମାନେ ନିଜ ଚତୁରତାରେ ବ୍ୟବହାର କରନ୍ତି, ପରମେଶ୍ୱର ସେତେବେଳେ ସେମାନଙ୍କୁ ଧରନ୍ତି।”


ଏହି ପ୍ରକାର “ଜ୍ଞାନ” ପରମେଶ୍ୱରଙ୍କଠାରୁ ଆସେ ନାହିଁ। ମାତ୍ର ଏହି “ଜ୍ଞାନ” ସଂସାରରୁ ଆସେ। ଏହା ଆତ୍ମିକ ନୁହେଁ। ଏହା ଶୟତାନଠାରୁ ଆସିଛି।


ପରମେଶ୍ୱର କହିଲେ, “ମୋର ଲୋକମାନେ ନିର୍ବୋଧ ଏବଂ ସେମାନେ ମୋତେ ଜାଣନ୍ତି ନାହିଁ। ସେମାନେ ନିର୍ବୋଧ ସନ୍ତାନ ତୁଲ୍ୟ, ସେମାନଙ୍କର ଅର୍ନ୍ତଦୃଷ୍ଟି ନାହିଁ। ସେମାନେ କୁକର୍ମ କରିବାରେ ଧୂରନ୍ଧର। ମାତ୍ର ସୁକର୍ମ କିପରି କରିବାକୁ ହୁଏ ସେମାନେ ଜାଣନ୍ତି ନାହିଁ।”


ଅନେକ ଲୋକ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି। ପୁଣି ପ୍ରତ୍ୟେକ ଲୋକ ସେହି ଲୋକର ବନ୍ଧୁ ହୁଅନ୍ତି ଯିଏ ଉପହାର ଦିଏ।


ପୁଣି ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ନିଜର ଭାର୍ଯ୍ୟା ସେରଶକୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲା। ତହିଁରେ ତାହାର ଜ୍ଞାନୀ ଲୋକମାନେ ଓ ତାହାର ସ୍ତ୍ରୀ ସେରଶ ତାହାକୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାକୁ ଜୟକରି ପାରିବ ନାହିଁ। ମାତ୍ର ତାହାର ସାକ୍ଷାତରେ ନିଶ୍ଚିତ ପତିତ ହେବ।”


ତେଣୁ ତାହାର ସ୍ତ୍ରୀ ସେରଶ୍ ଓ ତା'ର ସମସ୍ତ ମିତ୍ରଗଣ ତାକୁ କହିଲେ, “ପଗ୍ଭଶ୍ ହାତ ଉଚ୍ଚ ଏକ ଫାଶିକାଠ ପ୍ରସ୍ତୁତ କରାଯାଉ। ପୁଣି ମର୍ଦ୍ଦଖୟକୁ ତହିଁରେ ଫାଶି ଦେବା ପାଇଁ କାଲି ସକାଳେ ରାଜାଙ୍କୁ କୁହ। ତହିଁ ପରେ ତୁଷ୍ଟ ହୋଇ ରାଜା ସହିତ ଭୋଜିକୁ ଯାଅ।” ଏହା ହାମ‌ନ୍‌କୁ ଏକ ଭଲ ବୁଦ୍ଧି ପରି ଜଣାଗଲା, ତେଣୁ ସେ ଫାଶି କାଠ ପ୍ରସ୍ତୁତ କଲା।


ତଥାପି ହାମନ୍ ନିଜର କ୍ରୋଧକୁ ନିୟନ୍ତ୍ରଣ କଲା ଏବଂ ଗୃହକୁ ଗଲା। ତା'ପରେ ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶକୁ ଡକାଇ ଆଣିଲା।


ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀଲୋକ ଆଣିବାକୁ କହିଲା। ଯୋୟାବ ସେହି ବୁଦ୍ଧିମତୀ ସ୍ତ୍ରୀଲୋକଟିକୁ କହିଲେ, “ଦୟାକରି ବହୁତ ଦୁଃଖିତ ଥିବାର ଛଳନା କର। ଶୋକ ବସ୍ତ୍ର ପରିଧାନ କର। ତୁମ୍ଭର କେଶରେ ଓ ମୁଖରେ ତେଲିଆ ପ୍ରସାଧାନ ଲଗାଅ ନାହିଁ। ମାତ୍ର ମୃତ ଲୋକ ପାଇଁ ବହୁକାଳରୁ ଶୋକକାରିଣୀ ସ୍ତ୍ରୀ ପରି ବ୍ୟବହାର କର।


ସେତେବେଳେ ଦାଉଦଙ୍କର ଭାଇ ଶିମିୟର ପୁତ୍ର ଯୋନାଦବ୍ ପହଞ୍ଚିଲା ଓ କହିଲା, “ନା! ସମସ୍ତଙ୍କୁ ହତ୍ୟା କରାଯାଇ ନାହିଁ। ମାତ୍ର ଅମ୍ନୋନକୁ ହତ୍ୟା କରାଗଲା। ଅମ୍ନୋନ ତାମରକୁ ଧର୍ଷଣ କରିବା ଦିନଠାରୁ ଅବଶାଲୋମ ଏହି ଷଡ଼ଯନ୍ତ୍ର କରି ଆସୁଅଛି।


ଶା‌ମ୍‌ଶୋନ୍ ତାଙ୍କ ସହିତ ତାଙ୍କର ସ୍ତ୍ରୀକୁ ନେଲେ ନାହିଁ। ବିବାହରେ ତାଙ୍କର ସାଙ୍ଗମାନଙ୍କ ମଧ୍ୟରୁ ଜଣେ ଉତ୍ତମ ବନ୍ଧୁର ସେ ସ୍ତ୍ରୀ ହେଲେ।


ଏହା ପରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ପାଇଁ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ଦେଇ ପଠାଇଲା। ମାତ୍ର ସେ ତା'ର ଦେଖା ପାଇଲା ନାହିଁ।


ସେହି ସମୟରେ ଯିହୁଦା ତା'ର ଭାଇମାନଙ୍କୁ ଛାଡ଼ି ହୀରା ନାମକ ଏକ ଅଦୁଲ୍ଲମୀୟ ସହିତ ରିହବାକୁ ଗଲା।


ସଦାପ୍ରଭୁ ପରମେଶ୍ୱରଙ୍କର ସୃଷ୍ଟି କରିଥିବା ପ୍ରାଣୀମାନଙ୍କ ମଧ୍ୟରେ ସର୍ପ ସମସ୍ତଙ୍କଠାରୁ ଚତୁର ଥିଲା। ସର୍ପଟି ସ୍ତ୍ରୀଲୋକଟିକୁ କହିଲା, “ଏହା କ’ଣ ସତ୍ୟ ଯେ ପରମେଶ୍ୱର ଉଦ୍ୟାନର କୌଣସି ବୃକ୍ଷର ଫଳ ନ ଖାଇବା ପାଇଁ ତୁମ୍ଭଙ୍କୁ କହିଲେ?”


ଶାମୁୟେଲ ଯିଶୀଙ୍କୁ କହିଲେ, “ତୁମ୍ଭର ସବୁ ସନ୍ତାନ କ’ଣ ଏଠାରେ ଅଛନ୍ତି?” ସେ କହିଲେ, “କେବଳ କନିଷ୍ଠଟି ଏଠାରେ ନାହିଁ। ସେ ମେଷପଲ ଚରାଉ ଅଛି।” ଶାମୁୟେଲ କହିଲେ, “ଲୋକ ପଠାଇ ତାଙ୍କୁ ଡକାଅ। ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେ ଭୋଜନରେ ବସିବୁ ନାହିଁ।”


ଅମ୍ନୋନ ନିଜର ସାବତ ଭଉଣୀ ତାମରକୁ ଭଲପାଇ ବସିଲା ଓ ତା’ ପ୍ରେମରେ ତାକୁ ଜ୍ୱର ଆସିଗଲା। ତାମର ଅନୁଢ଼ା ଥିଲା। ଅମ୍ନୋନ ତାକୁ ବହୁତ ଗ୍ଭହୁଁଥିଲା, କିନ୍ତୁ ତା’ ସହିତ ଏକାକୀ ରହିବା ପାଇଁ ଅବକାଶ ପାଇଲା ନାହିଁ।


ସେ ଅମ୍ନୋନକୁ ପଗ୍ଭରିଲା, “ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଛ। ତୁମ୍ଭେ ମୋତେ କ’ଣ ତାହା କହିବ ନାହିଁ?” ତା'ପରେ ଅମ୍ନୋନ କହିଲା, “ମୁଁ ଅବଶାଲୋମର ଭଉଣୀ ତାମରକୁ ଭଲ ପାଏ।”


ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ ଦାଉଦଙ୍କର ଭ୍ରାତା ଶିମିୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।


ଯିଶୀ ଇଲିୟାବଙ୍କର ପିତା ଥିଲେ। ଇଲିୟାବ ଯିଶୀଙ୍କର ପ୍ରଥମଜାତ ପୁତ୍ର ଥିଲେ। ଯିଶୀଙ୍କର ଦ୍ୱିତୀୟ ପୁତ୍ର ଥିଲେ ଅବିନାଦବ, ତାଙ୍କର ତୃତୀୟ ପୁତ୍ର ଥିଲେ ଶମ୍ମ।


ଯୋନାଥନ ଜଣେ ଜ୍ଞାନୀ ପରାମର୍ଶଦାତା ଓ ଲେଖକ ଥିଲେ। ଯୋନାଥନ ଦାଉଦଙ୍କର କାକା ଥିଲେ। ଅ‌କ୍‌ମୋନିଙ୍କ ପୁତ୍ର ଯିହୀୟେଲ୍ ରାଜାଙ୍କ ପୁତ୍ରଗଣଙ୍କର ଯତ୍ନ ନେଉଥିଲେ।


Swiv nou:

Piblisite


Piblisite