Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:37 - ପବିତ୍ର ବାଇବଲ

37 ତାଙ୍କର ପୁତ୍ର ଅମ୍ନୋନଙ୍କ ପାଇଁ ଦାଉଦ ବହୁତ ଦିନ ଶୋକ କଲେ। ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୁରର ପୁତ୍ର ତଲ୍ମୟ ନିକଟକୁ ଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ମାତ୍ର ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୁରର ପୁତ୍ର ତଲ୍ମୟ ନିକଟକୁ ଗଲା। ପୁଣି ଦାଉଦ ପ୍ରତିଦିନ ଆପଣା ପୁତ୍ର ପାଇଁ ଶୋକ କଲେ।

Gade chapit la Kopi

ଓଡିଆ ବାଇବେଲ

37 ମାତ୍ର ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୂଦର ପୁତ୍ର ତଲ୍ମୟ ନିକଟକୁ ଗଲା। ପୁଣି ଦାଉଦ ପ୍ରତିଦିନ ଆପଣା ପୁତ୍ର ପାଇଁ ଶୋକ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ମାତ୍ର ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୂଦର ପୁତ୍ର ତଲ୍ମୟ ନିକଟକୁ ଗଲା। ପୁଣି ଦାଉଦ ପ୍ରତିଦିନ ଆପଣା ପୁତ୍ର ପାଇଁ ଶୋକ କଲେ।

Gade chapit la Kopi




2 ଶାମୁୟେଲ 13:37
8 Referans Kwoze  

କର୍ମିଲୀୟ ନାବ‌ଲ୍‌ର ସ୍ତ୍ରୀ ଅବୀଗ‌ଲ୍‌ଙ୍କଠାରୁ ଜନ୍ମ ହେଲେ ଦ୍ୱିତୀୟ ପୁତ୍ର କିଲାବ୍ ଏବଂ ତୃତୀୟ ପୁତ୍ର ହେଲେ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାରର ପୁତ୍ର।


ତୃତୀୟ ପୁତ୍ର ଥିଲେ ଅବଶାଲୋମ୍। ତାଙ୍କର ମାତା ମାଖା ତ‌ଲ୍‌ମୟଙ୍କର ଝିଅ ଥିଲେ। ଏହି ତ‌ଲ୍‌ମୟ ଗଶୂରର ରାଜା ଥିଲେ। ଚତୁର୍ଥ ପୁତ୍ର ଥିଲେ ଅଦୋନୀୟ। ତାଙ୍କର ମାତା ଥିଲେ ହଗୀତ୍।


ଅବଶାଲୋମ ଯୋୟାବକୁ କହିଲା, “ମୁଁ ତୁମ୍ଭ ପାଖକୁ ବାର୍ତ୍ତାବହ ପଠାଇଲି, ମୁଁ ତୁମ୍ଭକୁ ଡାକିଲି। ଏହା ପଗ୍ଭରିବାକୁ ମୁଁ ତୁମ୍ଭକୁ ରାଜାଙ୍କ ନିକଟକୁ ପଠାଇବା ପାଇଁ ଗ୍ଭହିଁଲି। କାହିଁକି ତୁମ୍ଭେ ମୋତେ ଗଶୂରରୁ ଡକାଇଲ? ତେଣୁ, ମୋର ଗଶୂରରେ ରହିବା ଭଲ। ଠିକ୍ ଅଛି, ତେବେ ବର୍ତ୍ତମାନ ମୋତେ ରାଜାଙ୍କୁ ସାକ୍ଷାତ କରିବାକୁ ଦିଅ। ଯଦି ମୁଁ ପାପ କରି ଥାଏ ତେବେ ସେ ମୋତେ ହତ୍ୟା କରିବା ଉଚିତ୍।”


ଯୋୟାବ ଉଠି ଗଶୂରକୁ ଯାଇ ଅବଶାଲୋମକୁ ଯିରୁଶାଲମକୁ ଆଣିଲା।


ଏଥି ମଧ୍ୟରେ ଅବଶାଲୋମ ପଳାୟନ କରିଥିଲା। ଏହି ସମୟରେ ଜଣେ ପ୍ରହରୀ ନଗରର ପ୍ରାଚୀର ଉପରେ ଛିଡ଼ା ହୋଇଥିଲା। ସେ ଦେଖିଲା, ବହୁତ ଗୁଡ଼ିଏ ଲୋକ ପର୍ବତର ଅନ୍ୟ ପାର୍ଶ୍ୱରୁ ଆସୁଛନ୍ତି।


ଏହା କହି ସାରିବା ପରେ ରାଜକୁମାରଗଣ ଆସି ସେଠାରେ ପହଞ୍ଚି ଗଲେ ଏବଂ ସେମାନେ କ୍ରନ୍ଦନ କରୁଥିଲେ। ଦାଉଦ ଏବଂ ତାଙ୍କର ଦାସୀମାନେ ମଧ୍ୟ କାନ୍ଦିବାକୁ ଲାଗିଲେ ଓ ଚିତ୍କାର କରି କାନ୍ଦିଲେ।


ସ୍ତ୍ରୀଲୋକଟି କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏପରି ଯୋଜନା କରିଛନ୍ତି? ରାଜା ଯାହା କହିଲେ, ତାହା ତାଙ୍କର ଦୋଷକୁ ପ୍ରତିବିମ୍ବିତ କଲା। କାରଣ ରାଜା ଆପଣା ନିର୍ବାସିତ ପୁତ୍ରକୁ ଫେରାଇ ଆଣୁ ନାହାନ୍ତି।


ଅବଶାଲୋମ କହିଲେ, ମୁଁ ଅରାମର ଗଶୂରରେ ଥିବା ସମୟରେ ଏକ ଶପଥ କରିଥିଲି ଯେ, ‘ଯଦି ରାଜା ମୋତେ ଯିରୁଶାଲମକୁ ଫେରି ଆସିବାକୁ କହନ୍ତି ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’”


Swiv nou:

Piblisite


Piblisite