Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:13 - ପବିତ୍ର ବାଇବଲ

13 ସ୍ତ୍ରୀଲୋକଟି କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏପରି ଯୋଜନା କରିଛନ୍ତି? ରାଜା ଯାହା କହିଲେ, ତାହା ତାଙ୍କର ଦୋଷକୁ ପ୍ରତିବିମ୍ବିତ କଲା। କାରଣ ରାଜା ଆପଣା ନିର୍ବାସିତ ପୁତ୍ରକୁ ଫେରାଇ ଆଣୁ ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହୁଁ ସେ ସ୍ତ୍ରୀ କହିଲା, ତେବେ ଆପଣ କାହିଁକି ପରମେଶ୍ଵରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଙ୍କଳ୍ପ କରିଅଛନ୍ତି? ମହାରାଜ ଯାହା କହିଲେ, ତଦ୍ଦ୍ଵାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକକୁ ଫେରାଇ ଆଣୁ ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

13 ତହୁଁ ସେହି ସ୍ତ୍ରୀ କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଂକଳ୍ପ କରିଅଛନ୍ତି ?” ମହାରାଜ ଯାହା କହିଲେ, ତଦ୍ଦ୍ୱାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକଙ୍କୁ ଫେରାଇ ଆଣୁ ନାହାନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହୁଁ ସେହି ସ୍ତ୍ରୀ କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଂକଳ୍ପ କରିଅଛନ୍ତି? ମହାରାଜ ଯାହା କହିଲେ, ତଦ୍ଦ୍ୱାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକଙ୍କୁ ଫେରାଇ ଆଣୁ ନାହାନ୍ତି।

Gade chapit la Kopi




2 ଶାମୁୟେଲ 14:13
7 Referans Kwoze  

ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ହେଉଛ ସେହି ଧନୀ ଲୋକ, ଯାହାକି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହିଛନ୍ତି, ‘ମୁଁ ତୁମ୍ଭକୁ ଇସ୍ରାଏଲର ରାଜା କରିବାକୁ ପସନ୍ଦ କଲି। ମୁଁ ତୁମ୍ଭକୁ ଶାଉଲଠାରୁ ରକ୍ଷା କଲି।


ଇସ୍ରାଏଲ ପରିବାରବର୍ଗର ସମସ୍ତ ଅଧିପତିମାନେ ସେଠାରେ ଏକତ୍ରିତ ହେଲେ। ପରମେଶ୍ୱରଙ୍କ ଲୋକଗଣ ସେହି ସମାଜରେ ରହିଲେ। ‌‌ଖ‌ଡ଼୍‌ଗଧାରୀ, ପଦାତିକ ଉପସ୍ଥିତ ଥିଲେ। ଏମାନେ ଥିଲେ 400,000।


“ତେଣୁ ଏବେ ତୁମ୍ଭେ ମୋ’ ଦାସ ଦାଉଦକୁ ଏପରି କୁହ, ‘ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭକୁ ଆଣିଲି। ଯେତେବେଳେ ତୁମ୍ଭେ ଗ୍ଭରଣଭୂମିରେ ମେଷପଲଗୁଡ଼ିକ ପଛରେ ଅନୁସରଣ କରୁଥିଲ। ମୁଁ ତୁମ୍ଭକୁ ମୋର ଇସ୍ରାଏଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନେଇ ଆସିଲି।


ସେ କହିଲା, “ମୋର ରାଜା ସଦାପ୍ରଭୁ ଦୟାକରି ମୋତେ କିଛି କହିବା ପାଇଁ ଦିଅନ୍ତୁ।” ତା'ପରେ ରାଜା ଉତ୍ତର ଦେଲେ, “ତୁମ୍ଭେ କୁହ।”


Swiv nou:

Piblisite


Piblisite