Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:9 - ପବିତ୍ର ବାଇବଲ

9 ତକୋୟର ସେହି ସ୍ତ୍ରୀଲୋକଟି ରାଜାଙ୍କୁ କହିଲା, “ହେ ମୋର ସଦାପ୍ରଭୁ, ଏ ଅପରାଧଟି ମୋ’ ଉପରେ ଓ ମୋ’ ପରିବାର ଉପରେ ଥାଉ। ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷ ରହିତ ହେଉ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କହିଲା, ହେ ମୋହର ପ୍ରଭୋ, ମହାରାଜ, ଏ ଅପରାଧଟି ମୋʼ ଉପରେ ଓ ମୋʼ ପିତୃଗୃହ ଉପରେ ଥାଉ; ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷରହିତ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

9 ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୁ, ମହାରାଜ, ଏ ଅପରାଧଟି ମୋ’ ଉପରେ ଓ ମୋ’ ପିତୃଗୃହ ଉପରେ ଥାଉ; ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷରହିତ ହେଉନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୋ, ମହାରାଜ, ଏ ଅପରାଧଟି ମୋʼ ଉପରେ ଓ ମୋʼ ପିତୃଗୃହ ଉପରେ ଥାଉ; ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷରହିତ ହେଉନ୍ତୁ।”

Gade chapit la Kopi




2 ଶାମୁୟେଲ 14:9
10 Referans Kwoze  

ଅବୀଗଲ ଦାଉଦଙ୍କ ଚରଣରେ ପଡ଼ି କହିଲା, “ହେ ମୋର ପ୍ରଭୁ, ମୋର କଥା ଟିକେ ଶୁଣନ୍ତୁ। ଯାହାସବୁ ଘଟିଗଲା, ସେଥିରେ ମୋତେ ଦୋଷ ଦିଅନ୍ତୁ।


ତେଣୁ ସେମାନଙ୍କର ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ଚିରକାଳ ତା'ର ବଂଶ ମସ୍ତକରେ ରହିବ। ମାତ୍ର ପରମେଶ୍ୱର ଶାନ୍ତି ଆଣିବେ ଦାଉଦଙ୍କ ପ୍ରତି, ତାଙ୍କ ବଂଶଧରମାନଙ୍କ ପ୍ରତି, ତାଙ୍କ ପରିବାର ପ୍ରତି ଓ ତାଙ୍କ ରାଜ୍ୟ ପ୍ରତି।”


ସବୁ ଲୋକ ଉତ୍ତର ଦେଲେ, “ଆମ୍ଭେ ତାହାଙ୍କ ମୃତ୍ୟୁ ପାଇଁ ଦାୟୀ ରହିବୁ। ତାହାଙ୍କ ମୃତ୍ୟୁ ପାଇଁ ଯେକୌଣସି ଦଣ୍ଡ ପାଇବାକୁ ଯୋଗ୍ୟ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥିରେ ରାଜି ଅଛୁ।”


“ତୁମ୍ଭେମାନେ ତୁମ୍ଭମାନଙ୍କର ଦେଶକୁ କଳୁଷିତ କର ନାହିଁ। ନରହତ୍ୟାକାରୀର ମୃତ୍ୟୁ ବ୍ୟତୀତ କୌଣସି ପ୍ରକାର ପ୍ରାପ୍ୟ ଦେଶର ପାପକୁ ଧୋଇ ପାରିବ ନାହିଁ।


ତେଣୁ ରିବିକା ତାଙ୍କୁ କହିଲେ, “ଯଦି କିଛି ସମସ୍ୟା ଆସେ ତେବେ ମୁଁ ସହିନେବି। ମୁଁ ଯାହା କହୁଛି ତୁମ୍ଭେ ସେହିପରି କର। ଯାଅ ମୋ’ ପାଇଁ ଛେଳି ଧରି ଆସ।”


ମୁଁ ତୁମ୍ଭକୁ ପ୍ରତିଶୃତି ଦେଉଛି ଯେ ସେ ନିରାପଦ ରହିବ। ମୁଁ ତା’ ପାଇଁ ଦାୟୀ ରହିବି। ଯଦି ମୁଁ ତାକୁ ତୁମ୍ଭ ନିକଟକୁ ଫେରାଇ ନ ଆଣେ, ତେବେ ତୁମ୍ଭେ ମୋତେ ଜୀବନ ସାରା ଦୋଷ ଦେବ।


ତା'ପରେ ରାଜା ଦାଉଦ ସେ ସ୍ତ୍ରୀକୁ କହିଲେ, “ଗୃହକୁ ଫେରିଯାଅ। ମୁଁ ଏ ବିଷୟରେ ତୁମର ଯତ୍ନ ନେବି।”


ତା'ପରେ ରାଜା କହିଲେ, “କେହି ଯଦି ତୁମ୍ଭକୁ କିଛି କହେ, ତାକୁ ମୋ’ ସମ୍ମୁଖକୁ ଆଣ ଏବଂ ସେ ତୁମ୍ଭର ଆଉ ବିବ୍ରତ କରିବ ନାହିଁ।”


Swiv nou:

Piblisite


Piblisite