Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:12 - ପବିତ୍ର ବାଇବଲ

12 ଯେତେବେଳେ ଅବଶାଲୋମ ବଳିଦାନ ଉତ୍ସର୍ଗ କଲେ, ସେ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲେ। ତହିଁରେ ଚକ୍ରାନ୍ତ ଦୃଢ଼ ହେଲା, କାରଣ ଅବଶାଲୋମର ସପକ୍ଷର ଲୋକମାନେ ବହୁତ ବୃଦ୍ଧି ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତହିଁରେ ଚକ୍ରା; ଦୃଢ଼ ହେଲା; କାରଣ ଅବଶାଲୋମର ପକ୍ଷୀୟ ଲୋକ ଆହୁରି ଅନେକ ବୃଦ୍ଧି ପାଇଲେ ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ।

Gade chapit la Kopi




2 ଶାମୁୟେଲ 15:12
26 Referans Kwoze  

ମୋର ଅନ୍ତରଙ୍ଗ ବନ୍ଧୁ ମୋ’ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ୱାସ କଲି। କିନ୍ତୁ ଦେଖ, ସେ ଆଜି ମୋ’ ବିରୁଦ୍ଧରେ ଯାଉଛନ୍ତି।


ଜଣେ ଲୋକ ଦାଉଦଙ୍କୁ କହିଲେ, “ଅବଶାଲୋମଙ୍କର ଚକ୍ରାନ୍ତକାରୀମାନଙ୍କ ସହିତ ଅହୀଥୋଫଲ ଅଛି।” ତା'ପରେ ଦାଉଦ ପ୍ରାର୍ଥନା କଲେ, “ହେ ମୋର ସଦାପ୍ରଭୁ, ଦୟାକରି ଅହୀଥୋଫଲର ଉପଦେଶକୁ ଅଦରକାରୀ କର।”


ଗୋଶନ୍, ହୋଲୋନ୍, ଗୀଲୋ, ଏହିସବୁ ଗ୍ରାମ ସମେତ ଏଗାରଟି ନଗର ଥିଲା।


ଏହା ପରେ ଅହୀଥୋଫଲ ଯେତେବେଳେ ଦେଖିଲେ ଏହା ତାଙ୍କ ମନ୍ତ୍ରଣା ଅନୁସାରେ ଗଲା ନାହିଁ, ସେ ତାଙ୍କ ଗଧ ଉପରେ ଚଢ଼ି ତାଙ୍କର ନିଜ ନଗରକୁ ଫେରିଲେ ଏବଂ ସେ ତାଙ୍କ ବଂଶ ପାଇଁ ଏକ ଦଲିଲ୍ ଲେଖିଲେ ଏବଂ ନିଜେ ଫାଶି ହୋଇ ଗଲେ। ଏହିପରି ଭାବରେ ସେ ମଲା ଓ ନିଜର ପିତାର କବରରେ କବର ପାଇଲା।


ଅବଶାଲୋମ ଓ ସମସ୍ତ ଇସ୍ରାଏଲୀୟ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ ଥିଲା।” ସେମାନେ ଏହା କହିଲେ କାରଣ ଅଦରକାରୀ ଏହି ପ୍ରକାରେ ଅବଶାଲୋମକୁ ଦଣ୍ତ ଦେବା ପାଇଁ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସଦାପ୍ରଭୁ ସ୍ଥିର କରିଥିଲେ।


ସେ ଲୋକମାନେ କୁହନ୍ତି ଯେ ସେମାନେ ପରମେଶ୍ୱରଙ୍କୁ ଜାଣିଛନ୍ତି। କିନ୍ତୁ ଯେଉଁସବୁ ମନ୍ଦ କାମ ସେମାନେ କରୁଛନ୍ତି, ସେଥିରୁ ଜଣାଯାଏ ଯେ ସେମାନେ ପରମେଶ୍ୱରଙ୍କୁ ଗ୍ରହଣ କରନ୍ତି ନାହିଁ। ସେମାନେ ଭୟଙ୍କର ଲୋକ, ଆଜ୍ଞା ବିରୋଧୀ ଓ କୌଣସି ଭଲ କାମ ପାଇଁ ଅଯୋଗ୍ୟ।


“ମୁଁ ତୁମ୍ଭ ସମସ୍ତଙ୍କ ବିଷୟରେ କହୁ ନାହିଁ। ମୁଁ ଯେଉଁମାନଙ୍କୁ ବାଛିଛି, ସେମାନଙ୍କୁ ଜାଣେ। କିନ୍ତୁ ଶାସ୍ତ୍ରରେ ଯାହା ଲେଖାଅଛି, ତାହା ନିଶ୍ଚୟ ଘଟିବ: ‘ଯେଉଁ ଲୋକ ମୋ’ ସହିତ ଖାଏ, ସେ ମୋ’ ବିରୁଦ୍ଧରେ ଠିଆ ହେବ।’


ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ତାହା କଲେ ବହୁତ ଘୃଣିତ ହୁଏ।


ଅହୀଥୋଫଲ ରାଜାଙ୍କର ପରାମର୍ଶଦାତା ଥିଲେ। ହୁଶୟ ରାଜାଙ୍କ ବନ୍ଧୁ ଥିଲେ। ହୁଶୟ ଅର୍କୀୟ ଲୋକମାନଙ୍କ ମଧ୍ୟରୁ ଆସିଥିଲେ।


ସେମାନେ ଗୋଟିଏ ଉପବାସର ଦିନ ଘୋଷଣା କଲେ। ସମସ୍ତ ଲୋକଙ୍କୁ ଏକତ୍ରିତ ଡକାଇଲେ ଓ ଲୋକମାନଙ୍କ ସମ୍ମୁଖରେ ନାବୋତକୁ ଏକ ବିଶେଷ ଉଚ୍ଚ ସ୍ଥାନରେ ବସାଇଲେ।


ସେହି ପତ୍ରରେ ସେ ଏହା ଲେଖିଥିଲେ: “ଗୋଟିଏ ଉପବାସର ଦିନ ଘୋଷଣା କର ଓ ସମସ୍ତ ଲୋକଙ୍କୁ ଏକ ସଭାରେ ଏକତ୍ରିତ କର। ଆଉ ସେହି ସଭାରେ ଆମ୍ଭେମାନେ ନାବୋତ ବିଷୟରେ ବିଗ୍ଭର କରିବୁ।


ତେଣୁ ବାଲାକ୍ ସେହି ଅନୁସାରେ କଲେ ଓ ପ୍ରତ୍ୟେକ ଯଜ୍ଞବେଦିରେ ଗୋଟିଏ ଗୋବତ୍ସ ଓ ଗୋଟିଏ ଗୋଟିଏ ଅଣ୍ତିରା ମେଷ ଉତ୍ସର୍ଗ କଲେ।


ବାଲାକ୍ ବିଲିୟମକୁ ପି‌ସ୍‌ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନେଇଗଲେ ଏବଂ ସେହି ସ୍ଥାନରେ ସାତୋଟି ଯଜ୍ଞବେଦି ନିର୍ମାଣ କଲେ ଏବଂ ପ୍ରତ୍ୟେକ ଯଜ୍ଞବେଦିରେ ଗୋଟିଏ ଷଣ୍ଢ ଓ ଗୋଟିଏ ଅଣ୍ତିରା ମେଷ ଉତ୍ସର୍ଗ କଲେ।


ତା'ପରେ ବିଲିୟମ ବାଲାକକୁ କହିଲେ, “ଏଠାରେ ମୋ’ ପାଇଁ ସାତ ଗୋଟି ଯଜ୍ଞବେଦି ନିର୍ମାଣ କର। ମୋ’ ପାଇଁ ସାତୋଟି ଷଣ୍ଢ ଓ ସାତୋଟି ମେଷ ପ୍ରସ୍ତୁତ କର।”


ଅବଶାଲୋମ, ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଯିରୁଶାଲମକୁ ଫେରି ଆସିଲେ।


ମାଖାତୀୟର ପୌତ୍ର ଅହ‌ସ୍‌ବୟର ପୁତ୍ର ଇଲୀଫେଲଟ୍, ଗୀଲୋନୀୟ ଅହୀଥୋଫଲର ପୁତ୍ର ଇଲୀୟାମ,


ତେଣୁ ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର। ମୋତେ ସୁସ୍ଥ ହେବାକୁ ଦିଅ, ତହିଁରେ ମୁଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବି।


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।


ପୁଣି ସଦାପ୍ରଭୁ କହନ୍ତି, “ଶିବା ଦେଶରୁ ଧୂପ ଓ ଦୂର ଦେଶରୁ ସୁଗନ୍ଧି ବେତ ଆଣିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳି ସବୁ ଗ୍ରହଣୀୟ ନୁହେଁ କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।”


Swiv nou:

Piblisite


Piblisite