Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:34 - ପବିତ୍ର ବାଇବଲ

34 କିନ୍ତୁ ତୁମ୍ଭେ ଯଦି ଯିରୁଶାଲମକୁ ଫେରିଯାଅ, ତୁମ୍ଭେ ଅହୀଥୋଫଲର ଉପଦେଶକୁ ହତାଶ କରିପାର। ତେବେ ଅବଶାଲୋମକୁ କୁହ, ‘ହେ ମହାରାଜ, ମୁଁ ଆପଣଙ୍କର ଦାସ ଅଟେ, ମୁଁ ଆପଣଙ୍କର ପିତାଙ୍କର ସେବା କଲି, ବର୍ତ୍ତମାନ ମୁଁ ଆପଣଙ୍କର ସେବା କରିବି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ମାତ୍ର ଯେବେ ତୁମ୍ଭେ ନଗରକୁ ଫେରି ଯାଇ ଅବଶାଲୋମକୁ କହିବ, ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି; ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ।

Gade chapit la Kopi

ଓଡିଆ ବାଇବେଲ

34 ମାତ୍ର ଯେବେ ତୁମ୍ଭେ ନଗରକୁ ଫେରି ଯାଇ ଅବଶାଲୋମକୁ କହିବ, ‘ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି,’ ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ମାତ୍ର ଯେବେ ତୁମ୍ଭେ ନଗରକୁ ଫେରିଯାଇ ଅବଶାଲୋମଙ୍କୁ କହିବ, ‘ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି,’ ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ।

Gade chapit la Kopi




2 ଶାମୁୟେଲ 15:34
5 Referans Kwoze  

“ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ।


ତୁମ୍ଭେମାନେ ଏବେ ମୋ’ ସହିତ ଯୋଗ ଦେଇଛ, କାହିଁକି ମୁଁ ତୁମ୍ଭମାନଙ୍କୁ ଏ ସ୍ଥାନରୁ ସେସ୍ଥାନରୁ ଏଣେ ତେଣେ ବୁଲାଇବି? ଆମ୍ଭେମାନେ ଯୁଆଡ଼େ ପାରିବୁ ସେଆଡ଼େ ଯିବୁ। ତୁମ୍ଭେ ତ କାଲି ଆସିଲ, ଆଜି କ’ଣ ଆମ୍ଭେ ତୁମ୍ଭକୁ ନେଇ ଏଣେ ତେଣେ ସାଙ୍ଗରେ ବୁଲାଇବା? ଫେରିଯାଅ ଓ ତୁମ୍ଭ ଭାଇମାନଙ୍କୁ ମଧ୍ୟ ତୁମ୍ଭ ସହିତ ନିଅ। ଦୟା ଓ ସତ୍ୟତା ତୁମ୍ଭର ସହବର୍ତ୍ତୀ ହେଉ।”


ତୁମ୍ଭେ ଅୟ ପ୍ରତି ସେହିପରି କର ଯେପରି ତୁମ୍ଭେ ଯିରୀହୋ ଓ ତା'ର ରାଜା ପ୍ରତି କରିଥିଲ। ମାତ୍ର ଏଥର ତୁମ୍ଭେ ଆପଣା ପାଇଁ ସେମାନଙ୍କର ଧନ, ସମ୍ପଦ ଓ ପଶୁମାନଙ୍କୁ, ତୁମ୍ଭମାନଙ୍କ ଭିତରେ ବାଣ୍ଟି ନେବ। ବର୍ତ୍ତମାନ କିଛି ସୈନ୍ୟଗଣଙ୍କୁ ନଗର ପଛପଟେ ଲୁଗ୍ଭଇ ରଖ।”


Swiv nou:

Piblisite


Piblisite