Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 16:10 - ପବିତ୍ର ବାଇବଲ

10 କିନ୍ତୁ ରାଜା କହିଲେ, “ସରୁୟାର ପୁତ୍ରମାନେ, କାହିଁକି ତୁମ୍ଭେମାନେ ମୋ’ ବିଷୟରେ ଅନ୍ୟଥା ଚର୍ଚ୍ଚା କରୁଛ? ଶିମିୟି ମୋତେ ଅଭିଶାପ ଦେଉଛି, କିନ୍ତୁ ସଦାପ୍ରଭୁ ତାକୁ କହିଛନ୍ତି, ମୋତେ ଅଭିଶାପ ଦେବା ପାଇଁ। ଏବଂ କିଏ ସଦାପ୍ରଭୁଙ୍କୁ ପ୍ରଶ୍ନ କରି ପାରିବ, ଜିନିଷଗୁଡ଼ିକ ବିଷୟରେ ସେ କରନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ରାଜା କହିଲେ, ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସଙ୍ଗେ ମୋହର କି କଥା? ସେ ତ ଶାପ ଦେଉଅଛି, ପୁଣି ଦାଉଦକୁ ଶାପ ଦିଅ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି; ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ?

Gade chapit la Kopi

ଓଡିଆ ବାଇବେଲ

10 ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋ’ର କ’ଣ କରିବାର ଅଛି ? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦକୁ ‘ଅଭିଶାପ ଦିଅ’ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି ? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ ?’”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋʼ ର କʼଣ କରିବାର ଅଛି? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦଙ୍କୁ ‘ଅଭିଶାପ ଦିଅ’ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ?’”

Gade chapit la Kopi




2 ଶାମୁୟେଲ 16:10
21 Referans Kwoze  

ଦାଉଦ କହିଲେ, “ହେ ସରୁୟାର ପୁତ୍ର, ତୁମ୍ଭମାନଙ୍କ ସହିତ ମୁଁ କ’ଣ କରିବି? ଆଜି ତୁମ୍ଭେମାନେ ମୋର ବିରୁଦ୍ଧରେ ଅଛ। ଇସ୍ରାଏଲରେ କୌଣସି ଲୋକକୁ ମୃତ୍ୟୁ ଦଣ୍ତ ଦିଆଯିବ ନାହିଁ। ଆଜି ମୁଁ ଜାଣେ ଯେ ମୁଁ ଇସ୍ରାଏଲ ଉପରେ ରାଜା ଅଟେ।”


ତୁମ୍ଭେ କେବଳ ଜଣେ ମଣିଷ। ପରମେଶ୍ୱରଙ୍କୁ ଓଲଟି ପ୍ରଶ୍ନ ପଗ୍ଭରିବାର ଅଧିକାର ତୁମ୍ଭର ନାହିଁ। ମାଟି କଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ “ତୁମ୍ଭେ ମୋତେ ଏପରି ଭାବେ କାହିଁକି ଗଢ଼ିଲ?”


ଯୀଶୁ ପିତରଙ୍କୁ କହିଲେ, “ତୁମ୍ଭେ ଖଣ୍ଡା ଖାପରେ ରଖିଦିଅ। ପରମପିତା ମୋତେ ଏହି ପିଆଲା ପିଇବାକୁ ଦେଇଛନ୍ତି, ମୁଁ ଏହା ଗ୍ରହଣ କରିବା ଉଚିତ୍।”


ଲୋକେ ଖ୍ରୀଷ୍ଟଙ୍କୁ ମନ୍ଦ କଥା କହିଲେ, କିନ୍ତୁ ଯୀଶୁ ସେମାନଙ୍କୁ ମନ୍ଦ କଥା କହି ନାହାନ୍ତି। ଯୀଶୁ ଯାତନା ସହିଲେ, କିନ୍ତୁ ସେ ଲୋକଙ୍କୁ ଧମକ ଦେଇ କିଛି କହି ନ ଥିଲେ। ଯୀଶୁ ତାହାଙ୍କ ଯତ୍ନ ନେବା ପାଇଁ ପରମେଶ୍ୱରଙ୍କଠାରେ ନିର୍ଭରଶୀଳ ହେଲେ।


ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ଶୟତାନ! ମୋ’ ପାଖରୁ ଗ୍ଭଲିଯାଅ। ତୁମ୍ଭେ ମୋ’ ପାଇଁ ଗୋଟିଏ ବିଘ୍ନ। ତୁମ୍ଭେ ପରମେଶ୍ୱରଙ୍କ ନିୟମକୁ ଖାତିରି କରୁ ନାହଁ। ଲୋକମାନେ ଯାହାକୁ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଭାବୁଛ।”


ପୁଣି ପୃଥିବୀ ନିବାସୀ ସମସ୍ତେ ତୁଚ୍ଛ ବସ୍ତୁ ସଦୃଶ। ଆଉ ସ୍ୱର୍ଗୀୟ ଶକ୍ତି ବଳରେ ପରମେଶ୍ୱର ନିଜ ଇଚ୍ଛାନୁସାରେ ପୃଥିବୀ ନିବାସୀମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି। କେହି ତାଙ୍କର ଶକ୍ତିଶାଳୀ ହସ୍ତ ବନ୍ଦ କରି ନ ପାରେ ଓ କେହି ତାଙ୍କୁ କିଛି ପ୍ରଶ୍ନ କରି ନ ପାରେ।


ମୁଁ ରାଜା ରୂପେ ଅଭିଷିକ୍ତ ହେଲେ ହେଁ ତଥାପି ମୁଁ ଆଜି ଦୁର୍ବଳ। ଏହି ସରୁୟାର ପୁତ୍ରମାନେ ମୋତେ ଅତି ଦୁଃଖର କାରଣ ଦେଲେ। ସଦାପ୍ରଭୁ ଏହି କୁକାର୍ଯ୍ୟ କରିଥିବା ଲୋକମାନଙ୍କୁ ତାଙ୍କର କୁକର୍ମ ଅନୁସାରେ ଦଣ୍ତ ଦିଅନ୍ତୁ।”


ଏହା ସତ୍ୟ ଯେ, ତୁମ୍ଭେମାନେ ମୋ’ ବିରୁଦ୍ଧରେ ମନ୍ଦ ଯୋଜନା କରିଥିଲ। କିନ୍ତୁ ବାସ୍ତବରେ ପରମେଶ୍ୱରଙ୍କର ଯୋଜନା ଥିଲା ଉତ୍ତମ। ପରମେଶ୍ୱରଙ୍କର ଯୋଜନା ଥିଲା ଯେ, ସେ ମୋ’ ଦ୍ୱାରା ବହୁତ ଜୀବନ ରକ୍ଷା କରିବେ। ଏବଂ ଯେଉଁଥିପାଇଁ ଏସବୁ ହେଲା।


ରାଜାଙ୍କର ଆଦେଶ ଦେବା ପାଇଁ କ୍ଷମତା ଅଛି। କ’ଣ କରିବାକୁ ହେବ, ତାଙ୍କୁ କେହି କହିପାରିବେ ନାହିଁ।


ଯଦି ପରମେଶ୍ୱର କାହାଠାରୁ କିଛି ଛଡ଼ାଇ ନିଅନ୍ତି କିଏ ତାଙ୍କୁ ମନାକରି ପାରିବ। କିଏ ତାଙ୍କୁ କହି ପାରିବ, ‘ତୁମ୍ଭେ କ’ଣ କରୁଛ?’


‘ସଦାପ୍ରଭୁଙ୍କ ବିନା ମୁଁ ଏ ଦେଶ ଧଂସ କରିବାକୁ ଆସି ନାହିଁ। ସଦାପ୍ରଭୁ ମୋତେ କହିଲେ, “ଏହି ଦେଶ ବିରୁଦ୍ଧରେ ଯାଅ ଓ ତାକୁ ଧ୍ୱଂସ କର!”’”


ଦାଉଦ ପୁଣି କହିଲେ, “ସରୁୟାର ପୁତ୍ର ଯୋୟାବ ମୋ’ ବିରୁଦ୍ଧରେ ଯାହା କରିଅଛି, ତୁମ୍ଭେ ଭଲଭାବରେ ଜାଣ। ସେ ଇସ୍ରାଏଲର ଦୁଇ ସେନାପତିଙ୍କୁ ହତ୍ୟା କରିଛି, ନରର ପୁତ୍ର ଅ‌‌ବ୍‌‌ନର‌ ଓ ଯେଥରର ପୁତ୍ର ଅମାସାଙ୍କୁ ଶାନ୍ତି ସମୟରେ ଈର୍ଷାନ୍ୱିତ ହୋଇ ହତ୍ୟା କଲା। ସେହି ରକ୍ତରେ ତା'ର କଟିବନ୍ଧନୀ ଓ ପାଦୁକାକୁ ସିକ୍ତ କଲା। ମୋର ଦଣ୍ତ ଦେବାର ଉଚିତ୍ ଥିଲା।


ସେମାନଙ୍କ ନିମନ୍ତେ କେହି ସେହି ବାଟେ ଯାଇପାରୁ ନ ଥିଲେ। ସେମାନେ ପାଟିକରି କହିଲେ, “ହେ ପରମେଶ୍ୱରଙ୍କ ପୁତ୍ର! ତୁମ୍ଭେ ଆମ୍ଭଠାରୁ କ’ଣ ଗ୍ଭହୁଁଛ? ଉପଯୁକ୍ତ ସମୟ ପୂର୍ବରୁ ତୁମ୍ଭେ କ’ଣ ଆମ୍ଭକୁ ଦଣ୍ଡ ଦେବା ପାଇଁ ଆସିଛ?”


ସେହି ସ୍ତ୍ରୀଲୋକଟି ଏଲିୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ମୋ’ ବିରୁଦ୍ଧରେ ତୁମ୍ଭର କ’ଣ ଅଛି? ତୁମ୍ଭେ କ’ଣ ମୋର ପାପ ସ୍ମରଣ କରେଇବାକୁ ଓ ମୋର ପୁତ୍ରର ମୃତ୍ୟୁର କାରଣ ହେବା ପାଇଁ ଆସିଅଛ?”


ମୁଁ ମୋର ପାଟି ଖୋଲି ନାହିଁ। ମୁଁ କିଛି କହି ନାହିଁ। ହେ ସଦାପ୍ରଭୁ, ତୁମ୍ଭେ ଯାହା କରିବା କଥା ତାହା କରିଛ।


ମୋର ପ୍ରଭୁ, ମହାରାଜ, ମୁଁ ତୁମ୍ଭର ସେବକ ମୋ’ କଥା ଶୁଣ, ଯଦି ସଦାପ୍ରଭୁ ମୋ’ ଉପରେ କ୍ରୋଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତାହାହେଲେ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତୁ। କାରଣ ସେମାନେ ମୋତେ ସେହି ଦେଶରୁ ବାହାର କରି ଦେଇଛନ୍ତି। ଯେଉଁଟାକି ମୋତେ ଦେଲେ ଏବଂ କହିଲେ, ‘ଯାଅ ଅନ୍ୟ ଦେବଗଣଙ୍କର ପୂଜା କର।’


ତା'ପରେ ରାଜା ଶିମିୟିକୁ କହିଲେ, “ତୁମ୍ଭେ ମରିବ ନାହିଁ।” ରାଜା ଏହା ଶିମିୟି ନିକଟରେ ଶପଥ କଲେ।


ପ୍ରଭୁଙ୍କର ଆଜ୍ଞା ନ ହେଲେ, ଜଣେ ଯାହା କହିବାର ଘଟେ ନାହିଁ।


Swiv nou:

Piblisite


Piblisite