2 ଶାମୁୟେଲ 16:11 - ପବିତ୍ର ବାଇବଲ11 ଦାଉଦ ଅବିଶୟକୁ ଓ ନିଜର ଦାସମାନଙ୍କୁ କହିଲେ, “ଦେଖ, ମୋର ନିଜ ପୁତ୍ର ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛି। ବର୍ତ୍ତମାନ ବିନ୍ୟାମୀନ ଗୋଷ୍ଠୀବର୍ଗର ଏହି ଲୋକ ମୋତେ ମାରିବାକୁ ଚେଷ୍ଟା କରିବା ପାଇଁ ଅଧିକ ଅଧିକାର ଅଛି। ତାକୁ ଏକା ଛାଡ଼ିଦିଅ। ତାକୁ ଅଭିଶାପ ଦେବାକୁ ଦିଅ। କାରଣ ସଦାପ୍ରଭୁ ତାକୁ ଅନୁମତି ଦେଇ ଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆହୁରି ଦାଉଦ ଅବିଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାକୁ ଛାଡ଼, ସେ ଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି। Gade chapit laଓଡିଆ ବାଇବେଲ11 ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି। Gade chapit la |
ଏହା ପରେ ସଦାପ୍ରଭୁ ଅଶୂର ରାଜାର ଛାଉଣିକୁ ଜଣେ ସ୍ୱର୍ଗଦୂତଙ୍କୁ ପଠାଇଲେ। ସେହି ସ୍ୱର୍ଗଦୂତ ଅଶୂରର ସୈନ୍ୟଦଳର ସମସ୍ତ ସୈନ୍ୟ, ନେତାଗଣ ଓ ସେନାଧିକାରୀମାନଙ୍କୁ ହତ୍ୟା କଲେ। ତେଣୁ ଅଶୂରର ରାଜା ନିଜ ଗୃହକୁ ଓ ଦେଶକୁ ଫେରିଗଲା ଓ ତାହାର ଲୋକମାନେ ତା’ ନିମନ୍ତେ ଲଜ୍ଜା ଅନୁଭବ କଲେ। ସେ ତାହାର ଦେବତାର ମନ୍ଦିରକୁ ଗଲା ଓ ତା'ର ନିଜର ପୁତ୍ରମାନେ କେତେଜଣ ସେହି ସ୍ଥାନରେ ତାହାକୁ ଏକ ଖଡ଼୍ଗରେ ବଧ କଲେ।
ମୋର ପ୍ରଭୁ, ମହାରାଜ, ମୁଁ ତୁମ୍ଭର ସେବକ ମୋ’ କଥା ଶୁଣ, ଯଦି ସଦାପ୍ରଭୁ ମୋ’ ଉପରେ କ୍ରୋଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତାହାହେଲେ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତୁ। କାରଣ ସେମାନେ ମୋତେ ସେହି ଦେଶରୁ ବାହାର କରି ଦେଇଛନ୍ତି। ଯେଉଁଟାକି ମୋତେ ଦେଲେ ଏବଂ କହିଲେ, ‘ଯାଅ ଅନ୍ୟ ଦେବଗଣଙ୍କର ପୂଜା କର।’