Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 16:12 - ପବିତ୍ର ବାଇବଲ

12 ଏହା ହୋଇପାରେ ଯେ, ସଦାପ୍ରଭୁ ମୋ’ ପ୍ରତି ଅନ୍ୟାୟ ହେଉଥିବାର ଦେଖିବେ ଏବଂ ଶିମିୟିର ଅଭିଶାପ ବଦଳରେ ସେ ମୋତେ ଆଶୀର୍ବାଦ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ହୋଇପାରେ, ମୋʼ ପ୍ରତି କୃତ ଏ ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।

Gade chapit la Kopi

ଓଡିଆ ବାଇବେଲ

12 ହୋଇପାରେ, ମୋ’ ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହୋଇପାରେ, ମୋʼ ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”

Gade chapit la Kopi




2 ଶାମୁୟେଲ 16:12
22 Referans Kwoze  

ଆମ୍ଭର ପୃଥିବୀର ପିତାମାନେ ଆମ୍ଭକୁ ଅଳ୍ପ ସମୟ ଧରି ଦଣ୍ଡ ଦେଲେ। ସେମାନେ ଯେପରି ଭଲ ଭାବିଲେ, ସେହିପରି ଦଣ୍ଡ ଦେଲେ। କିନ୍ତୁ ପରମେଶ୍ୱର, ତାହାଙ୍କ ନିଜଭଳି ଆମ୍ଭକୁ ପବିତ୍ର ହେବା ପାଇଁ ସାହାଯ୍ୟ କରିବା ନିମନ୍ତେ ଆମ୍ଭକୁ ଦଣ୍ଡ ଦିଅନ୍ତି।


ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲିୟମର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଶାପକୁ ଲେଉଟାଇ ଆଶୀର୍ବାଦ କଲେ।


ଆମ୍ଭେ ଜାଣୁ ଯେ, ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ସେମାନଙ୍କ ପାଇଁ ପରମେଶ୍ୱର ପ୍ରତେକ ବିଷୟରେ ମଙ୍ଗଳ ଜନ୍ମାନ୍ତି। ପରମେଶ୍ୱର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହା ହିଁ ତାହାଙ୍କର ଯୋଜନା ଥିଲା।


ହେ ସଦାପ୍ରଭୁ, ମୋର ଦୁଃଖ ଓ କ୍ଳେଶ ପ୍ରତି ଦୃଷ୍ଟିପାତ କର। ମୁଁ ଯେଉଁ ପାପ କରିଛି, ସେଥିଲାଗି ମୋତେ କ୍ଷମା କର।


ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ୱର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ୟ ଶାନ୍ତି ଦେବେ। ଯେତେବେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ୱର୍ଗଦୂତମାନଙ୍କ ସହିତ ସ୍ୱର୍ଗରୁ ଆସିବେ, ସେତେବେଳେ ପରମେଶ୍ୱର ଆମ୍ଭର ଦୁଃଖ ଉପଶମ କରିଦେବେ।


ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା'ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା'ର ବାଳ କାଟିବା ପାଇଁ କୌଣସି କ୍ଷୁର ତା'ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।”


ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା ଛୋଟ ଛୋଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନାରେ ଅତି ମହାନ୍।


ସଦାପ୍ରଭୁ କିପରି ତାଙ୍କ ଲୋକମାନଙ୍କୁ ଶାସ୍ତି ଦେବେ। ଯେପରି ଲୋକମାନଙ୍କୁ ଅତୀତରେ ଶତ୍ରୁଗଣ ପ୍ରହାର କରିଛନ୍ତି ସଦାପ୍ରଭୁ ସେହିପରି ପ୍ରହାର କରିବେ। ସେମାନେ ଯେପରି ବହୁ ଲୋକଙ୍କୁ ନିହତ କରିଥିଲେ ସେହିପରି ସଦାପ୍ରଭୁ ନିହତ କରିବେ।


ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ତାଙ୍କ ବାଟରେ ଗଲେ। କିନ୍ତୁ ଶିମିୟି ତାଙ୍କୁ ପର୍ବତର ଅନ୍ୟ ପାଖର ରାସ୍ତାରେ ଅନୁସରଣ କରୁଥିଲା ଓ ଅଭିଶାପ ଦେଉଥିଲା। ଏବଂ ସେ ତାଙ୍କୁ ପଥର ଫିଙ୍ଗୁଥାଏ ଓ ଧୂଳି ପକାଉ ଥାଏ।


ଅଶୂରର ରାଜା ଜୀବନ୍ତ ସଦାପ୍ରଭୁଙ୍କ ବିଷୟରେ ମନ୍ଦ କଥା କହିବାକୁ ତାଙ୍କର ସେନାଧ୍ୟକ୍ଷଙ୍କୁ ପଠାଇଲେ। ହୋଇପାରେ ସଦାପ୍ରଭୁ ଶୁଣି ପାରନ୍ତି, ଯାହା ସେନାଧ୍ୟକ୍ଷ କହିଲା ଓ ଶତ୍ରୁକୁ ଦଣ୍ତ ଦେବେ। ଏଣୁ ଦୟାକରି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେଉଁମାନେ ଏପର୍ଯ୍ୟନ୍ତ ଜୀବିତ ଅଛନ୍ତି।”


ସେହି ମନ୍ଦ ଲୋକମାନେ ମୋତେ ଅଭିଶାପ ଦିଅନ୍ତି। କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ମୋତେ ଆଶୀର୍ବାଦ କରିବ। ଯେତେବେଳେ ସେମାନେ ମୋ’ ବିରୁଦ୍ଧରେ ଆକ୍ରମଣ କରିବେ, ସେମାନେ ଅପମାନିତ ହେବେ। ଏହା ପରେ ମୁଁ ତୁମ୍ଭର ଦାସ, ଖୁସୀ ହେବି।


ସଦାପ୍ରଭୁ, ଦାଉଦଙ୍କର ସପକ୍ଷରେ ତାଙ୍କର ସମସ୍ତ ମହାନ କାର୍ଯ୍ୟକୁ ସ୍ମରଣ କର।


ତହିଁରେ ତୁମ୍ଭେ ତାହହାର ମସ୍ତକରେ ଜ୍ୱଳନ୍ତ ଅଙ୍ଗାର ରାଶି କରି ଥୋଇବ। ପୁଣି ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ।


ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ଡାଳ ଚଟିଆ ଉଡ଼ୁଥିବା ବେଳେ ସେହିପରି ଅକାରଣରେ ଦତ୍ତ ଶାପ ନିକଟକୁ ଆସେ ନାହିଁ।


ତୁମ୍ଭେ ଯାବଜ୍ଜୀବନ ଅନନ୍ତକାଳ ପର୍ଯ୍ୟନ୍ତ ଅମ୍ମୋନୀୟ ଓ ମୋୟାବୀୟ ସନ୍ତାନମାନଙ୍କ ଶାନ୍ତି ଓ ମଙ୍ଗଳ ଲୋଡ଼ିବ ନାହିଁ।


ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ସେହି ନଷ୍ଠୁର ଲୋକମାନଙ୍କ କାର୍ଯ୍ୟ ଦେଖୁଅଛ। ଥରେ ସେହି ମନ୍ଦକାର୍ଯ୍ୟକୁ ଗ୍ଭହଁ, ଓ କିଛି କର। ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚୟ ତୁମ୍ଭ ନିକଟକୁ ସାହାଯ୍ୟ ପାଇଁ ଆସନ୍ତି। ହେ ସଦାପ୍ରଭୁ, ତୁମ୍ଭେ ହେଉଛ ଏକମାତ୍ର, ଯିଏକି ସେହି ପିତୃହୀନମାନଙ୍କୁ ସାହାଯ୍ୟ କରିପାର।


କିଏ ଜାଣେ ସଦାପ୍ରଭୁ ତାଙ୍କର ହୃଦୟ ପରିବର୍ତ୍ତନ କରିବେ, ଏବଂ ତୁମ୍ଭମାନଙ୍କ ପାଇଁ ଆଶୀର୍ବାଦ ରଖିଯିବେ। ତା'ପରେ ତୁମ୍ଭେମାନେ ତୁମ୍ଭ ପ୍ରିୟ ସଦାପ୍ରଭୁ ପରମେଶ୍ୱରଙ୍କୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଦେଇ ପାରିବ।


Swiv nou:

Piblisite


Piblisite