Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 16:8 - ପବିତ୍ର ବାଇବଲ

8 ସଦାପ୍ରଭୁ ତୁମ୍ଭଙ୍କୁ ଦଣ୍ତ ଦେଉଛନ୍ତି, କାରଣ ତୁମ୍ଭେ ଶାଉଲଙ୍କର ପରିବାରର ଲୋକମାନଙ୍କୁ ହତ୍ୟା କଲ ଏବଂ ଶାଉଲଙ୍କର ରାଜପଦ ଗ୍ଭେରାଇ ନେଲ। କିନ୍ତୁ ବର୍ତ୍ତମାନ ଠିକ୍ ସେହି ମନ୍ଦ କର୍ମ ତୁମ୍ଭ ପାଇଁ ଘଟିବାକୁ ଯାଉଛି। ସଦାପ୍ରଭୁ ସେହି ରାଜ୍ୟକୁ ତୁମ୍ଭ ପୁଅ ଅବଶାଲୋମକୁ ହସ୍ତାନ୍ତର କରିଅଛନ୍ତି। କାରଣ ତୁମ୍ଭେ ଜଣେ ରକ୍ତପିପାସୁ ମଣିଷ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯାହାର ପଦରେ ତୁ ରାଜ୍ୟ କରୁଥିଲୁ, ସେହି ଶାଉଲ ବଂଶର ସମସ୍ତ ରକ୍ତପାତର ପ୍ରତିଫଳ ତୋତେ ସଦାପ୍ରଭୁ ଦେଉଅଛନ୍ତି; ପୁଣି ସଦାପ୍ରଭୁ ତୋର ପୁତ୍ର ଅବଶାଲୋମ ହସ୍ତରେ ରାଜ୍ୟ ସମର୍ପଣ କରିଅଛନ୍ତି; ଆଉ ଦେଖ୍, ତୁ ତୋʼ ନିଜ ଦୁଷ୍ଟତାରେ ଧରା ପଡ଼ିଅଛୁ, କାରଣ ତୁ ରକ୍ତପାତୀ ମନୁଷ୍ୟ।

Gade chapit la Kopi

ଓଡିଆ ବାଇବେଲ

8 ଯାହାର ପଦରେ ତୁ ରାଜ୍ୟ କରୁଥିଲୁ, ସେହି ଶାଉଲ ବଂଶର ସମସ୍ତ ରକ୍ତପାତର ପ୍ରତିଫଳ ତୋତେ ସଦାପ୍ରଭୁ ଦେଉଅଛନ୍ତି; ପୁଣି ସଦାପ୍ରଭୁ ତୋର ପୁତ୍ର ଅବଶାଲୋମ ହସ୍ତରେ ରାଜ୍ୟ ସମର୍ପଣ କରିଅଛନ୍ତି; ଆଉ ଦେଖ୍‍, ତୁ ତୋ’ ନିଜ ଦୁଷ୍ଟତାରେ ଧରା ପଡ଼ିଅଛୁ, କାରଣ ତୁ ରକ୍ତପାତୀ ମନୁଷ୍ୟ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯାହାର ପଦରେ ତୁ ରାଜ୍ୟ କରୁଥିଲୁ, ସେହି ଶାଉଲ ବଂଶର ସମସ୍ତ ରକ୍ତପାତର ପ୍ରତିଫଳ ତୋତେ ସଦାପ୍ରଭୁ ଦେଉଅଛନ୍ତି; ପୁଣି ସଦାପ୍ରଭୁ ତୋର ପୁତ୍ର ଅବଶାଲୋମ ହସ୍ତରେ ରାଜ୍ୟ ସମର୍ପଣ କରିଅଛନ୍ତି; ଆଉ ଦେଖ୍, ତୁ ତୋʼ ନିଜ ଦୁଷ୍ଟତାରେ ଧରା ପଡ଼ିଅଛୁ, କାରଣ ତୁ ରକ୍ତପାତୀ ମନୁଷ୍ୟ।”

Gade chapit la Kopi




2 ଶାମୁୟେଲ 16:8
18 Referans Kwoze  

ସେଥିପାଇଁ ପରମେଶ୍ୱର ଅବୀମେଲକ୍ ଓ ଶିଖିମର ନେତୃବର୍ଗମାନଙ୍କ ମଧ୍ୟରେ ସମସ୍ୟା ସୃଷ୍ଟି କଲେ। ସେଥିପାଇଁ ଶିଖିମର ନେତୃବର୍ଗମାନେ ଅବୀମେଲକ୍ ବିରୁଦ୍ଧରେ ଯୋଜନା ଆରମ୍ଭ କଲେ।


ଲୋକମାନେ ଯେହେତୁ ତୁମ୍ଭର ପବିତ୍ର ଲୋକ ଓ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କର ରକ୍ତପାତ କରିଥିଲେ, ଏବେ ତୁମ୍ଭେ ସେମାନଙ୍କୁ ରକ୍ତପାତ କରିବାକୁ ଦେଇଛ। ସେମାନେ ଏହା ହିଁ ପାଇବାକୁ ଯୋଗ୍ୟ।”


ହେ ଲୋକମାନେ, ଆଉ କେତେ ଦିନ ଏପରି ଖରାପ କଥା ମୋ’ ବିରୁଦ୍ଧରେ ପ୍ରଗ୍ଭର କରିବ? ତୁମ୍ଭେମାନେ କେତେଦିନ ନାନା ପ୍ରକାର ନୂଆ ନୂଆ ମିଥ୍ୟା କଥା ମୋ’ ବିଷୟରେ କହିବ? କାହିଁକି ତୁମ୍ଭେମାନେ ସେହି ମନ୍ଦ କଥା କହିବାକୁ ଭଲ ପାଉଛ? ସେଲା


ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି। ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।” ସେଲା


ସେମାନଙ୍କୁ ରାଜା ଗିବିୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ। ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣ ଯାକ ଏକା ବେଳେ ମାରା ପଡ଼ିଲେ। ସେମାନେ ପ୍ରଥମ ଶସ୍ୟଛେଦନ ସମୟରେ ଅର୍ଥାତ୍ ଯବ ଛେଦନର ଆରମ୍ଭ ସମୟରେ ହତ ହେଲେ।


କିନ୍ତୁ ସରୁୟାର ପୁତ୍ର ଅବୀଶୟ ଉତ୍ତର କରି କହିଲା, “ଶିମିୟିକୁ ଆମେ ନିଶ୍ଚିତ ମାରିଦେବୁ କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତକୁ ଶାପ ଦେଇ ଅଛି।”


ଦାଉଦଙ୍କ ରାଜତ୍ୱ ସମୟରେ କ୍ରମାଗତ ତିନି ବର୍ଷ ଧରି ଦୁର୍ଭିକ୍ଷ ହେଲା। ଏହି ସମୟରେ ରାଜା ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଶାଉଲ ଓ ତା'ର ହତ୍ୟାକାରୀ ବଂଶ ଯୋଗୁଁ ଏପରି ହେଉଛି। ଯେହେତୁ ସେ ଗିବିୟୋନୀୟମାନଙ୍କୁ ହତ୍ୟା କରିଥିଲା।”


ମୋର ଶତ୍ରୁମାନେ ମୋତେ ଭୟଭୀତ କଲେ। ସେହି ଦୁଷ୍ଟ ଲୋକମାନେ ମୋ’ ଉପରେ ପାଟି କଲେ। ମୋର ଶତ୍ରୁମାନେ ମୋ’ ଉପରେ ବିରକ୍ତି ହୋଇ ଆକ୍ରମଣ କଲେ। ସେମାନେ ମୋ’ ଉପରେ ବିଭିନ୍ନ ବିପଦ ଆଣିଲେ।


ଶିମିୟି ରାଜାଙ୍କୁ କହିଲା, “ହେ ସଦାପ୍ରଭୁ ମୋର ପ୍ରଭୁ, ମୁଁ କରିଥିବା ପାପ ବିଷୟରେ ଚିନ୍ତା କର ନାହିଁ। ଆପଣ ଯିରୁଶାଲମରୁ ଗଲାପରେ ମୁଁ ଯେଉଁ କୁକର୍ମ କରିଛି ତାହାକୁ ସ୍ମରଣ କରନ୍ତୁ ନାହିଁ।


“ସ୍ମରଣ କର, ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମିୟି ତୁମ୍ଭ ସହିତ ଅଛି। ମୁଁ ମହନୟିମକୁ ପଳାୟନ କଲା ଦିନ ସେ ମୋତେ ଏକ ଜଘନ୍ୟ ଅଭିଶାପ ଦେଲା। ସେ ଯର୍ଦ୍ଦନ ନିକଟରେ ମୋତେ ଦେଖିବାକୁ ଆସିଥିଲା, “କିନ୍ତୁ ମୁଁ ତାକୁ ହତ୍ୟା ନ କରିବା ପାଇଁ ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କରିଥିଲି।


ଯେବେ ମୋର ବନ୍ଧୁମାନଙ୍କ ପ୍ରତି ମୁଁ ଭୁଲ୍ କରିଥାଏ, ମାତ୍ର ବିନା କାରଣରେ ଯେ ମୋର ବିପକ୍ଷ ମୁଁ ତାଙ୍କୁ ରକ୍ଷା କରିବି।


ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ଡାଳ ଚଟିଆ ଉଡ଼ୁଥିବା ବେଳେ ସେହିପରି ଅକାରଣରେ ଦତ୍ତ ଶାପ ନିକଟକୁ ଆସେ ନାହିଁ।


Swiv nou:

Piblisite


Piblisite