Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 17:2 - ପବିତ୍ର ବାଇବଲ

2 ସେ କ୍ଳାନ୍ତ ଓ ଦୁର୍ବଳ ଥିବା ବେଳେ ମୁଁ ତାହାକୁ ଆକ୍ରମଣ କରି ଭୟ ଦେଖାଇବି, ତହିଁରେ ସମସ୍ତ ଲୋକମାନେ ପଳାୟନ କରିବେ। ମୁଁ କେବଳ ରାଜାଙ୍କୁ ହତ୍ୟା କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ସେ କ୍ଳା; ଓ ଶିଥିଳହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଏ; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି।

Gade chapit la Kopi

ଓଡିଆ ବାଇବେଲ

2 ପୁଣି ସେ କ୍ଳାନ୍ତ ଓ ଶିଥିଳ ହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଇବି; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ସେ କ୍ଳାନ୍ତ ଓ ଶିଥିଳ ହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଇବି; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି।

Gade chapit la Kopi




2 ଶାମୁୟେଲ 17:2
10 Referans Kwoze  

ମାତ୍ର ଅରାମର ରାଜା ତାଙ୍କର ବତିଶ୍ ରଥାଧ୍ୟକ୍ଷଙ୍କୁ ଆଦେଶ ଦେଲେ, “ତୁମ୍ଭେମାନେ ଇସ୍ରାଏଲର ରାଜା ବ୍ୟତୀତ ଅନ୍ୟ କାହା ସଙ୍ଗେ ଯୁଦ୍ଧ କର ନାହିଁ। ତୁମ୍ଭେ ନିଶ୍ଚୟ ତାଙ୍କୁ ହତ୍ୟା କରିବ।”


ରାଜା ଦାଉଦ ଓ ତାଙ୍କର ଲୋକମାନେ ଆସି ଯର୍ଦ୍ଦନ ନଦୀ କୂଳରେ ପହଞ୍ଚିଲେ। ରାଜା ଏବଂ ତାଙ୍କର ଲୋକମାନେ କ୍ଳାନ୍ତ ହୋଇଯାଇ ଥିଲେ। ତେଣୁ ସେମାନେ ସେଠାରେ ବିଶ୍ରାମ ନେଲେ ଓ କ୍ଳାନ୍ତ ମେଣ୍ଟାଇଲେ।


ସମଗ୍ର ଜାତି ଧ୍ୱଂସ ପାଇବା ଅପେକ୍ଷା ଜଣେ ଲୋକ ଜନସାଧାରଣଙ୍କ ପାଇଁ ମରିବା ଉତ୍ତମ। କିନ୍ତୁ ତୁମ୍ଭେ ତାହା ଅନୁଭବ କରୁ ନାହଁ।”


ଯୀଶୁ ସେମାନଙ୍କୁ କହିଲେ, “ଆଜି ରାତିରେ ତୁମ୍ଭେମାନେ ମୋ’ ଉପରୁ ବିଶ୍ୱାସ ହରେଇ ବସିବ। ଶାସ୍ତ୍ରମାନଙ୍କରେ ଏ କଥା ଲେଖାଅଛି: ‘ମୁଁ ମେଷପାଳକଙ୍କୁ ମାରି ଦେବି ଏବଂ ମେଣ୍ଢାମାନେ ଏଣେତେଣେ ପଳେଇବେ।’


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ହେ ‌‌ଖ‌ଡ଼୍‌ଗ, ଯାଅ! ଏବଂ ମେଷପାଳକ ଆମ୍ଭର ଘନିଷ୍ଟ ବନ୍ଧୁଙ୍କୁ ଆଘାତ କର। ମେଷପାଳକଙ୍କୁ ଆଘାତ କର, ଯେପରି ମେଷପଲ ପଳାୟନ କରିବେ। ଆମ୍ଭେ ଆପଣା ହସ୍ତ ସେହି କ୍ଷୁଦ୍ରମାନଙ୍କ ବିରୁଦ୍ଧରେ ଉଠାଇବା।


“କୃଷକମାନେ ପୁଅକୁ ଦେଖି ନିଜ ନିଜ ଭିତରେ କୁହା କୁହି ହେଲେ, ‘ଏ ହେଉଛି ଜମିମାଲିକଙ୍କ ପୁଅ। ସେ ଏ ଜମିର ଉତ୍ତରାଧିକାରୀ। ଆମ୍ଭେ ଯଦି ତାକୁ ମାରିଦେବା, ଏହି ସମ୍ପତ୍ତି ଆମ୍ଭର ହୋଇଯିବ।’


ତୁମ୍ଭେ ଶାନ୍ତ ଓ କ୍ଳାନ୍ତ ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚା‌ଦ୍‌ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କରିଥିଲା ଓ ସେ ପରମେଶ୍ୱରଙ୍କୁ ଭୟ କଲା ନାହିଁ। ଏହା ସ୍ମରଣ କର।


ଅହୀଥୋଫଲ ଅବଶାଲୋମକୁ କହିଲା, “ମୁଁ 12,000 ଲୋକ ବାଛିବି ଓ ଆଜି ରାତିରେ ଦାଉଦଙ୍କର ପଛେ ଯାଅ।


ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ଦୃଷ୍ଟିରେ ସେମାନଙ୍କ ପାପ ମାର୍ଜ୍ଜିତ ନ ହେଉ। କାରଣ ନିର୍ମାଣକାରୀମାନଙ୍କୁ ସେମାନେ ଅପମାନିତ କରିଅଛନ୍ତି।”


Swiv nou:

Piblisite


Piblisite