Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:3 - ପବିତ୍ର ବାଇବଲ

3 ଲୋକମାନେ କହିଲେ, “ଆପଣ ଆମ୍ଭ ସହିତ ନିଶ୍ଚୟ ଯିବେ ନାହିଁ। କାରଣ ଆମ୍ଭେମାନେ ପଳାଇଲେ ଅବଶାଲୋମର ଲୋକମାନେ ଆମ୍ଭମାନଙ୍କ ପାଇଁ ଖାତିରି କରିବେ ନାହିଁ। ଆମ୍ଭମାନଙ୍କରୁ ଅର୍ଦ୍ଧେକ ମୃତ୍ୟୁବରଣ କଲେ ହେଁ, ସେମାନେ ଆମ୍ଭମାନଙ୍କ ପାଇଁ ଚିନ୍ତା କରିବେ ନାହିଁ। ମାତ୍ର ଆପଣ ଆମ୍ଭମାନଙ୍କର 10,000 ସହିତ ସମାନ। ତେଣୁ ଏହା ଉତ୍ତମ ଯେ, ଆପଣ ଏହି ନଗରରେ ସାହାଯ୍ୟ ପାଇଁ ରୁହନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମାତ୍ର ଲୋକମାନେ କହିଲେ, ଆପଣ ଆମ ସଙ୍ଗେ ଯିବେ ନାହିଁ; କାରଣ ଆମ୍ଭେମାନେ ପଳାଇଲେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; କିଅବା ଆମ୍ଭମାନଙ୍କର ଅର୍ଦ୍ଧେକ ମଲେ ହେଁ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; ମାତ୍ର ଆପଣ ଆମ୍ଭମାନଙ୍କ ଦଶ ସହସ୍ରର ସମାନ; ଏହେତୁ ନଗରରୁ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଆପଣ ପ୍ରସ୍ତୁତ ରହିଲେ ଭଲ।

Gade chapit la Kopi

ଓଡିଆ ବାଇବେଲ

3 ମାତ୍ର ଲୋକମାନେ କହିଲେ, “ଆପଣ ଆମ ସଙ୍ଗେ ଯୁଦ୍ଧକୁ ଯିବେ ନାହିଁ; କାରଣ ଆମ୍ଭେମାନେ ପଳାଇଲେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; କିଅବା ଆମ୍ଭମାନଙ୍କର ଅର୍ଦ୍ଧେକ ମଲେ ହେଁ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; ମାତ୍ର ଆପଣ ଆମ୍ଭମାନଙ୍କ ଦଶ ହଜାର ସମାନ; ଏହେତୁ ନଗରରୁ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଆପଣ ପ୍ରସ୍ତୁତ ରହିଲେ ଭଲ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମାତ୍ର ଲୋକମାନେ କହିଲେ, “ଆପଣ ଆମ ସଙ୍ଗେ ଯୁଦ୍ଧକୁ ଯିବେ ନାହିଁ; କାରଣ ଆମ୍ଭେମାନେ ପଳାଇଲେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; କିଅବା ଆମ୍ଭମାନଙ୍କର ଅର୍ଦ୍ଧେକ ମଲେ ହେଁ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; ମାତ୍ର ଆପଣ ଆମ୍ଭମାନଙ୍କ ଦଶ ହଜାର ସମାନ; ଏହେତୁ ନଗରରୁ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଆପଣ ପ୍ରସ୍ତୁତ ରହିଲେ ଭଲ।”

Gade chapit la Kopi




2 ଶାମୁୟେଲ 18:3
8 Referans Kwoze  

ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାହାଙ୍କ ନିକଟରେ ଶପଥ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ, ଇସ୍ରାଏଲ ଏକ ମହାନ ନେତାଙ୍କୁ ହରାଇବ।”


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ହେ ‌‌ଖ‌ଡ଼୍‌ଗ, ଯାଅ! ଏବଂ ମେଷପାଳକ ଆମ୍ଭର ଘନିଷ୍ଟ ବନ୍ଧୁଙ୍କୁ ଆଘାତ କର। ମେଷପାଳକଙ୍କୁ ଆଘାତ କର, ଯେପରି ମେଷପଲ ପଳାୟନ କରିବେ। ଆମ୍ଭେ ଆପଣା ହସ୍ତ ସେହି କ୍ଷୁଦ୍ରମାନଙ୍କ ବିରୁଦ୍ଧରେ ଉଠାଇବା।


ରାଜା ଆମ୍ଭମାନଙ୍କ ପାଇଁ ମୁଖ୍ୟ ଥିଲେ ଓ ସେ ଆମ୍ଭର ନାସାର ନିଃଶ୍ୱାସସ୍ୱରୂପ ଥିଲେ। ଆମ୍ଭେମାନେ କହୁଥିଲୁ, “ତାଙ୍କର ଛାୟାତଳେ ଆମ୍ଭେମାନେ ବଞ୍ଚିବା ଓ ସେ ଗୋଷ୍ଠୀୟମାନଙ୍କଠାରୁ ଆମ୍ଭମାନଙ୍କୁ ରକ୍ଷା କରିବେ।” ମାତ୍ର ସଦାପ୍ରଭୁଙ୍କ ସେହି ଅଭିଷିକ୍ତ ଲୋକ ସେମାନଙ୍କ ଦ୍ୱାରା ଗର୍ତ୍ତରେ ଧରାଗଲେ।


ମାତ୍ର ଅରାମର ରାଜା ତାଙ୍କର ବତିଶ୍ ରଥାଧ୍ୟକ୍ଷଙ୍କୁ ଆଦେଶ ଦେଲେ, “ତୁମ୍ଭେମାନେ ଇସ୍ରାଏଲର ରାଜା ବ୍ୟତୀତ ଅନ୍ୟ କାହା ସଙ୍ଗେ ଯୁଦ୍ଧ କର ନାହିଁ। ତୁମ୍ଭେ ନିଶ୍ଚୟ ତାଙ୍କୁ ହତ୍ୟା କରିବ।”


ସେ କ୍ଳାନ୍ତ ଓ ଦୁର୍ବଳ ଥିବା ବେଳେ ମୁଁ ତାହାକୁ ଆକ୍ରମଣ କରି ଭୟ ଦେଖାଇବି, ତହିଁରେ ସମସ୍ତ ଲୋକମାନେ ପଳାୟନ କରିବେ। ମୁଁ କେବଳ ରାଜାଙ୍କୁ ହତ୍ୟା କରିବି।


ଯୋୟାବ ଅବିଶୟକୁ କହିଲେ, “ଯଦି ଅରାମୀୟମାନେ ମୋ’ ପାଇଁ ଯୁଦ୍ଧରେ ବହୁତ ଶକ୍ତିଶାଳୀ ହୁଅନ୍ତି, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ। କିନ୍ତୁ ଯଦି ଅମ୍ମୋନୀୟ ତୁମ୍ଭ ପାଇଁ ଶକ୍ତିଶାଳୀ ହୁଅନ୍ତି, ତେବେ ମୁଁ ଆସିବି ଏବଂ ତୁମ୍ଭଙ୍କୁ ସାହାଯ୍ୟ କରିବି।


ଆଉ ସେହି ସ୍ତ୍ରୀମାନେ ନୃତ୍ୟ କରୁ କରୁ ଗାଇଲେ, “ଶାଉଲ ହତ୍ୟା କଲେ ସହସ୍ର ସହସ୍ର ଦାଉଦ ହତ୍ୟା କଲେ ଅୟୁତ ଅୟୁତ”


Swiv nou:

Piblisite


Piblisite