Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:10 - ପବିତ୍ର ବାଇବଲ

10 ତେଣୁ ବର୍ତ୍ତମାନ ଅବଶାଲୋମକୁ ଆମ୍ଭେ ଯାହାକୁ ରାଜା କରିଥିଲୁ ସେ ବର୍ତ୍ତମାନ ମୃତ। ସେ ଯୁଦ୍ଧରେ ମୃତ୍ୟୁବରଣ କଲେ। ତେଣୁ ଆମ୍ଭେମାନେ ଦାଉଦଙ୍କୁ ଆଉଥରେ ଆମ୍ଭମାନଙ୍କର ରାଜା କରିବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ଆମ୍ଭେମାନେ ଯେଉଁ ଅବଶାଲୋମକୁ ଆପଣାମାନଙ୍କ ଉପରେ ଅଭିଷିକ୍ତ କରିଥିଲୁ, ସେ ଯୁଦ୍ଧରେ ମରିଅଛି। ଏହେତୁ ତୁମ୍ଭେମାନେ ଏବେ ରାଜାଙ୍କୁ ଫେରାଇ ଆଣିବା ବିଷୟରେ କାହିଁକି ତୁନି ହୋଇ ରହିଅଛ?

Gade chapit la Kopi

ଓଡିଆ ବାଇବେଲ

10 ପୁଣି ଆମ୍ଭେମାନେ ଯେଉଁ ଅବଶାଲୋମକୁ ଆପଣାମାନଙ୍କ ଉପରେ ଅଭିଷିକ୍ତ କରିଥିଲୁ, ସେ ଯୁଦ୍ଧରେ ମରିଅଛି। ଏହେତୁ ତୁମ୍ଭେମାନେ ଏବେ ରାଜାଙ୍କୁ ଫେରାଇ ଆଣିବା ବିଷୟରେ କାହିଁକି ତୁନି ହୋଇ ରହିଅଛ ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି ଆମ୍ଭେମାନେ ଯେଉଁ ଅବଶାଲୋମଙ୍କୁ ଆପଣାମାନଙ୍କ ଉପରେ ଅଭିଷିକ୍ତ କରିଥିଲୁ, ସେ ଯୁଦ୍ଧରେ ମରିଅଛି। ଏହେତୁ ତୁମ୍ଭେମାନେ ଏବେ ରାଜାଙ୍କୁ ଫେରାଇ ଆଣିବା ବିଷୟରେ କାହିଁକି ତୁନି ହୋଇ ରହିଅଛ?”

Gade chapit la Kopi




2 ଶାମୁୟେଲ 19:10
9 Referans Kwoze  

ଇସ୍ରାଏଲୀୟମାନେ ତାଙ୍କର ରାଜା ବାଛିଲେ କିନ୍ତୁ ସେମାନେ ଆମ୍ଭ ଉପଦେଶ ମାନି ନ ଥିଲେ। ଇସ୍ରାଏଲୀୟମାନେ ସେମାନଙ୍କର ନେତା ବାଛିଲେ କିନ୍ତୁ ସେମାନେ ଆମ୍ଭେ ଜାଣିଥିବା ଲୋକକୁ ବାଛି ନ ଥିଲେ। ସେମାନେ ସୁନା, ରୂପା ବ୍ୟବହାର କରି ସେମାନଙ୍କ ପାଇଁ ପ୍ରତିମା ଗଢ଼ିଲେ। ତେଣୁ ସେମାନେ ଧ୍ୱଂସ ହେବେ।


ଯୋୟାବ କହିଲେ, “ମୁଁ ଏଠାରେ ତୁମ୍ଭ ସହିତ ସମୟ ନଷ୍ଟ କରି ପାରିବି ନାହିଁ।” ଅବଶାଲୋମ ତଥାପି ଜୀବିତ ଅବସ୍ଥାରେ ଅଲୋ‌ନ୍‌ଗଛରେ ଝୁଲୁଥିଲା। ଯୋୟାବ ଏକ ତ୍ରିଶୁଳ ନେଇ ଅବଶାଲୋମର ଛାତିରେ ଆଘାତ କଲେ।


ତହିଁରେ ସେମାନେ କହିଲେ, “ଉଠ, ସେମାନଙ୍କର ପ୍ରତିକୂଳରେ ଯିବା। କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ। ଦେଖ ସେ ଦେଶ ଅତି ଉତ୍ତମ। ଆଉ ତୁମ୍ଭେମାନେ କାହିଁକି ଚୁପ ରହିଛ। ସେହି ଦେଶକୁ ଯିବାକୁ ଓ ସେ ଦେଶକୁ ଅଧିକାରକୁ ଆଣିବା ପାଇଁ ଅଳସ କର ନାହିଁ।


ବର୍ତ୍ତମାନ ଇସ୍ରାଏଲର ପରିବାରବର୍ଗର ସମସ୍ତ ଲୋକ ଯୁକ୍ତି କରିବାକୁ ଲାଗିଲେ ଏବଂ ସେମାନେ କହିଲେ, “ରାଜା ଦାଉଦ ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କଲେ, ଏବଂ ଅନ୍ୟ ଶତ୍ରୁମାନଙ୍କଠାରୁ ମଧ୍ୟ ଆମ୍ଭକୁ ସେ ରକ୍ଷା କଲେ। ଦାଉଦ ଅବଶାଲୋମ ଯୋଗୁଁ ରାଜ୍ୟ ଛାଡ଼ି ପଳାଇଛନ୍ତି।


ରାଜା ଦାଉଦ ସାଦୋକ୍ ଓ ଅବିୟାଥରଙ୍କୁ ଯାଜକମାନଙ୍କ ନିକଟକୁ ଗୋଟିଏ ବାର୍ତ୍ତା ପଠାଇଲେ। ଦାଉଦ କହିଲେ, “ତୁମ୍ଭେମାନେ ଯାଅ ଓ ଯିହୁଦାର ପ୍ରାଚୀନବର୍ଗମାନଙ୍କୁ କୁହ, ‘ରାଜାଙ୍କୁ ତାଙ୍କ ଗୃହକୁ ଆଣିବା ପାଇଁ ସସମ୍ତ ଇସ୍ରାଏଲ କହନ୍ତି। ତାହାହେଲେ ରାଜାଙ୍କୁ ତାଙ୍କ ଗୃହକୁ ଫେରାଇ ଆଣିବା ପାଇଁ ତୁମ୍ଭେମାନେ କାହିଁକି ଅନ୍ତିମ ଗୋଷ୍ଠୀ ହେଉଛ?


ରାଜା ଯର୍ଦ୍ଦନ ପାର ହୋଇ ଗି‌ଲ୍‌ଗ‌ଲ୍‌କୁ ଗଲେ ଓ କି‌ମ୍‌ହମ୍ ତାଙ୍କ ସଙ୍ଗେ ପାର ହୋଇଗଲେ। ପୁଣି ଯିହୁଦାର ସମସ୍ତ ଲୋକ ମଧ୍ୟ ଇସ୍ରାଏଲର ଅର୍ଦ୍ଧେକ ଲୋକ ରାଜାଙ୍କୁ ଘେନି ଆସିଲେ।


ଏଥିରେ ଦାଉଦ ତାଙ୍କ ସହିତ ଥିବା ସମସ୍ତ ଦାସ ଯେଉଁମାନେ ଯିରୁଶାଲମରେ ଥିଲେ ତାଙ୍କୁ କହିଲେ ଯେ, “ଆମ୍ଭେମାନେ ଏଠାରୁ ପଳାଇବା, ନଚେତ୍ ଅବଶାଲୋମ ଆମ୍ଭକୁ କାହାରିକୁ ଛାଡ଼ିବ ନାହିଁ। ଆଉ ସେ ଆମ୍ଭମାନଙ୍କୁ ଧ୍ୱଂସ କରିବ ଓ ଯିରୁଶାଲମର ସମସ୍ତ ଲୋକଙ୍କୁ ହତ୍ୟା କରିବ।”


ତାଙ୍କର ଘର ଜଗିବା ପାଇଁ ଦଶ ଜଣ ଉପପତ୍ନୀଙ୍କୁ ଛାଡ଼ି ଅନ୍ୟ ସମସ୍ତେ ସେ ସ୍ଥାନରୁ ପଳାୟନ କଲେ।


Swiv nou:

Piblisite


Piblisite