Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:6 - ପବିତ୍ର ବାଇବଲ

6 ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ବିଶ୍ୱସ୍ତତା ପ୍ରକାଶ କରନ୍ତୁ। କାରଣ ତୁମ୍ଭେମାନେ ଏହି କର୍ମ କରିଥିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟା ପ୍ରଦର୍ଶନ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ସତ୍ୟତା ପ୍ରକାଶ କରନ୍ତୁ; ପୁଣି ତୁମ୍ଭେମାନେ ଏହି କର୍ମ କରିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟାର ପ୍ରତିଦାନ କରିବି।

Gade chapit la Kopi

ଓଡିଆ ବାଇବେଲ

6 ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ସତ୍ୟତା ପ୍ରକାଶ କରନ୍ତୁ; ପୁଣି ତୁମ୍ଭେମାନେ ଏହି କର୍ମ କରିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟାର ପ୍ରତିଦାନ କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ସତ୍ୟତା ପ୍ରକାଶ କରନ୍ତୁ; ପୁଣି ତୁମ୍ଭେମାନେ ଏହି କର୍ମ କରିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟାର ପ୍ରତିଦାନ କରିବି।

Gade chapit la Kopi




2 ଶାମୁୟେଲ 2:6
15 Referans Kwoze  

ଯେଉଁମାନେ ଅନ୍ୟର ଅନିଷ୍ଟ ଚିନ୍ତା କରନ୍ତି, ସେମାନେ ପଥଭ୍ରଷ୍ଟ ହୁଅନ୍ତି। କିନ୍ତୁ ଯେଉଁମାନେ ଅନ୍ୟର ଭଲ ଚିନ୍ତା କରନ୍ତି ସେଠାରେ ସତ୍ୟ ଓ ଦୟା ଥାଏ।


ସଦାପ୍ରଭୁ ମୋଶାଙ୍କ ସମ୍ମୁଖକୁ ଆସି ଏହା ଘୋଷଣା କଲେ। “ଯିହୋବାଃ, ଯିହୋବାଃ ଦୟାଶୀଳ ପରମେଶ୍ୱର, ସେ କ୍ରୋଧରେ ଧିର। ସେ ଦୟାଳୁ ଓ ସତ୍ୟତାରେ ପରିପୂର୍ଣ୍ଣ।


କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର।


ଅନ୍ୟମାନଙ୍କୁ ଦୟା ଦେଖାଉଥିବା ଲୋକମାନେ ଧନ୍ୟ; କାରଣ ପରମେଶ୍ୱର ସେହିମାନଙ୍କୁ ଦୟା କରିବେ।


“ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ।


ସେ ସ୍ୱର୍ଗରୁ ମୋତେ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି। ଯେଉଁମାନେ ମୋତେ ଆକ୍ରମଣ କରନ୍ତି, ସେ ସେମାନଙ୍କୁ ଲଜ୍ଜିତ କରନ୍ତି। ପରମେଶ୍ୱର ତାଙ୍କର ସ୍ୱର୍ଗୀୟ ପ୍ରେମ ଓ ବିଶ୍ୱସ୍ତ ମଙ୍ଗଳ ପ୍ରଦାନ କରନ୍ତି। ସେଲା


ତୁମ୍ଭେମାନେ ଏବେ ମୋ’ ସହିତ ଯୋଗ ଦେଇଛ, କାହିଁକି ମୁଁ ତୁମ୍ଭମାନଙ୍କୁ ଏ ସ୍ଥାନରୁ ସେସ୍ଥାନରୁ ଏଣେ ତେଣେ ବୁଲାଇବି? ଆମ୍ଭେମାନେ ଯୁଆଡ଼େ ପାରିବୁ ସେଆଡ଼େ ଯିବୁ। ତୁମ୍ଭେ ତ କାଲି ଆସିଲ, ଆଜି କ’ଣ ଆମ୍ଭେ ତୁମ୍ଭକୁ ନେଇ ଏଣେ ତେଣେ ସାଙ୍ଗରେ ବୁଲାଇବା? ଫେରିଯାଅ ଓ ତୁମ୍ଭ ଭାଇମାନଙ୍କୁ ମଧ୍ୟ ତୁମ୍ଭ ସହିତ ନିଅ। ଦୟା ଓ ସତ୍ୟତା ତୁମ୍ଭର ସହବର୍ତ୍ତୀ ହେଉ।”


ଦାଉଦ କହିଲେ, “ମୁଁ ହାନୂନ୍ ପ୍ରତି ବିଶେଷ କରୁଣା ପ୍ରକାଶ କରିବାକୁ ଯାଉଅଛି କାରଣ ତା'ର ପିତା ନାହଶ ମୋ’ ପ୍ରତି ବହୁତ ବିଶ୍ୱସ୍ତ ଓ ଦୟାବାନ ଥିଲା।” ତେଣୁ ତାକୁ ପିତୃ ଶୋକରୁ ସାନ୍ତ୍ୱନା ଦେବା ପାଇଁ ଦାଉଦ ନିଜର ପଦାଧିକାରୀ କର୍ମଗ୍ଭରୀମାନଙ୍କୁ ତାଙ୍କ ନିକଟକୁ ପଠାଇଲେ। ସେମାନେ ଅମ୍ମୋନର ଭୂମିରେ ପହଞ୍ଚିଲେ।


ଦାଉଦ ମଫୀବୋଶ‌‌ତ୍‌‌କୁ କହିଲେ, “ଭୟ କର ନାହିଁ, ମୁଁ ତୁମ୍ଭ ପ୍ରତି ଦୟା କରୁଛି। ତୁମ୍ଭର ବାପା ଯୋନାଥନଙ୍କ ପାଇଁ ମୁଁ ତୁମ୍ଭକୁ ଦୟା ଦେଖାଉଛି। ମୁଁ ତୁମ୍ଭକୁ ତୁମ୍ଭ ଜେଜେ ବାପା ଶାଉଲଙ୍କର ସମସ୍ତ ସମ୍ପତ୍ତି ତୁମ୍ଭକୁ ଫେରାଇ ଦେବି। ତୁମ୍ଭେ ମଧ୍ୟ ମୋ’ ପାଖରେ ସବୁଦିନ ଭୋଜନ କରିବ।”


ରାଜା କହିଲେ, “ଆଉ ଶାଉଲ ପରିବାରର କେହି ଅଛନ୍ତି କି? ପରମେଶ୍ୱରଙ୍କର ଦୟା ସେମାନଙ୍କୁ ଦେବାକୁ ଗ୍ଭହୁଁଛି।” ସୀବଃ ରାଜା ଦାଉଦକୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ମଧ୍ୟ ବଞ୍ଚିଛି। ସେ ଛୋଟା ଅଟେ।”


ତୁମ୍ଭେମାନେ ସାହସୀ ଓ ଶକ୍ତିଶାଳୀ ହୁଅ। ତୁମ୍ଭର ରାଜା ଶାଉଲ ମୃତ, କିନ୍ତୁ ତୁମ୍ଭର ଯିହୁଦାର ପରିବାରବର୍ଗ ମୋତେ ରାଜା ଭାବରେ ଅଭିଷିକ୍ତ କରିଛନ୍ତି।”


ସେମାନେ ଏଥିରେ ସମ୍ମତ ହେଲେ ଓ କହିଲେ, “ତୁମ୍ଭେ ଯେବେ ଆମ୍ଭେମାନେ ଯାହା କରୁଛୁ ପ୍ରକାଶ ନ କରିବ, ତେବେ ଆମ୍ଭମାନଙ୍କର ପ୍ରାଣ ବଦଳରେ ତୁମ୍ଭମାନଙ୍କର ପ୍ରାଣ ରକ୍ଷା କରିବୁ। ଆଉ ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏ ଦେଶ ଦେବେ, ଆମ୍ଭେ ତୁମ୍ଭ ପ୍ରତି ଦୟା ଓ ବିଶ୍ୱସ୍ତତା ପ୍ରଦର୍ଶନ କରିବୁ।”


ଏହା ପରେ ନୟମୀ ତା'ର ପୁତ୍ରବଧୂମାନଙ୍କୁ କହିଲା, “ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ତୁମ୍ଭମାନଙ୍କର ମା’ ପାଖକୁ ଫେରିଯାଅ। ତୁମ୍ଭେମାନେ ତୁମ୍ଭମାନଙ୍କର ସ୍ୱାମୀମାନଙ୍କ ପ୍ରତି, ଯେଉଁମାନେ କି ବର୍ତ୍ତମାନ ମୃତ ଓ ମୋ’ ପ୍ରତି ଦୟା ଦେଖାଇଛ। ତେଣୁ ମୁଁ ପ୍ରାର୍ଥନା କରେ ଯେ, ସଦାପ୍ରଭୁ ତୁମ୍ଭଙ୍କୁ ଉତ୍ତମତା ଓ ଦୟା ଦେଖାଇବେ।


Swiv nou:

Piblisite


Piblisite