Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:9 - ପବିତ୍ର ବାଇବଲ

9 ଏବଂ ତାଙ୍କୁ ଗିଲିୟଦ, ଅଶୂରି, ଯିଷ୍ରିୟେଲ ଓ ଇଫ୍ରୟିମ, ବିନ୍ୟାମୀନ ଓ ସମସ୍ତ ଇସ୍ରାଏଲର ରାଜା ଭାବରେ ଅଭିଷିକ୍ତ କରାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଗିଲୀୟଦ ଓ ଅଶୂରି ଓ ଯିଷ୍ରିୟେଲ ଓ ଇଫ୍ରୟିମ ଓ ବିନ୍ୟାମୀନ ଓ ସମସ୍ତ ଇସ୍ରାଏଲ ଉପରେ ରାଜା କଲେ।

Gade chapit la Kopi

ଓଡିଆ ବାଇବେଲ

9 ଗିଲୀୟଦ ଓ ଅଶୂରି ଓ ଯିଷ୍ରିୟେଲ ଓ ଇଫ୍ରୟିମ ଓ ବିନ୍ୟାମୀନ୍ ଓ ସମସ୍ତ ଇସ୍ରାଏଲ ଉପରେ ରାଜା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଗିଲୀୟଦ ଓ ଅଶୂରି ଓ ଯିଷ୍ରିୟେଲ ଓ ଇଫ୍ରୟିମ ଓ ବିନ୍ୟାମୀନ୍ ଓ ସମସ୍ତ ଇସ୍ରାଏଲ ଉପରେ ରାଜା କଲେ।

Gade chapit la Kopi




2 ଶାମୁୟେଲ 2:9
19 Referans Kwoze  

ଗିଲିୟଦ୍ ମୋର, ମନଃଶି ମୋର, ଇଫ୍ରୟିମ ମୋର ଶିରସ୍ତ୍ରାଣ, ଯିହୁଦା ମୋର ରାଜଦଣ୍ଡ ସ୍ୱରୂପ। ମୋୟାବ ମୋର ପାଦର ପ୍ରକ୍ଷାଳନପାତ୍ର। ଇଦୋମ୍ ମୋର ପାଦୁକା ବହିବ।


ଆଶେରୀୟ ଲୋକମାନେ କିଣାନୀୟକୁ ସେମାନଙ୍କର ଦେଶରୁ ତଡ଼ି ଦେଇ ନ ଥିଲେ। ତେଣୁ କିଣାନୀୟ ଲୋକମାନେ ଆଶେରୀୟମାନଙ୍କ ସହିତ ନିରନ୍ତର ମିଶି ରହୁଥିଲେ।


ନିମ୍ନରେ ଦିଆଯାଇଥିବା ଭୂମିଗୁଡ଼ିକ ଉକ୍ତ ପରିବାରବର୍ଗଙ୍କୁ ଦିଆଗଲା। ସେମାନେ ହେଲେ ଯିଷ୍ରିୟେଲ, କସୁଲ୍ଲୋତ ଓ ସୁନେମ୍।


ଆଶେର ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।


ଲେୟା କହିଲେ, “ମୁଁ ବହୁତ ଖୁସୀ! ଯୁବତୀଗଣ ମୋତେ ଆନନ୍ଦିନି ବୋଲିବେ।” ଏଣୁ ସେ ତା'ର ନାମ ଆଶେର ଦେଲେ।


ତେଣୁ ରୁବେନ୍, ଗାଦ୍ ଓ ମନଃଶିର ଅର୍ଦ୍ଧେକ ବଂଶଧରର ଲୋକମାନେ ଇସ୍ରାଏଲ ବଂଶଧରଙ୍କଠାରୁ ବିଦାୟ ନେଲେ। କିଣାନ ଦେଶ ଅନ୍ତର୍ଗତ ଶୀଲୋଠାରେ ସେମାନେ ଥିଲେ। ସେମାନେ ସେ ସ୍ଥାନ ଛାଡ଼ି ଗିଲିୟଦକୁ ଗଲେ। ସେମାନେ ସେଠାରୁ ତାଙ୍କ ସ୍ୱଭୂମିକୁ ଗଲେ ଯାହାକି ମୋଶା ସେମାନଙ୍କୁ ଦେଇଥିଲେ। ସଦାପ୍ରଭୁ ମୋଶାଙ୍କୁ ମଧ୍ୟ ସେ ଭୂମି ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ।


ପଲେଷ୍ଟୀୟମାନେ ସେମାନଙ୍କର ସୈନ୍ୟସାମନ୍ତଙ୍କ ସହିତ ଅଫେକରେ ଏକତ୍ରିତ ହେଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ଝରଣା ନିକଟରେ ଛାଉଣି ସ୍ଥାପନ କଲେ।


ଈ‌ଶ୍‌ବୋଶତ୍ ଥିଲେ ଶାଉଲଙ୍କର ପୁତ୍ର। ସେ ଯେତେବେଳେ ଇସ୍ରାଏଲର ରାଜା ହେଲେ ତାଙ୍କୁ ସେତେବେଳେ 40 ବର୍ଷ ବୟସ ହୋଇଥିଲା। ସେ ମାତ୍ର ଦୁଇ ବର୍ଷ ପାଇଁ ରାଜତ୍ୱ କରିଥିଲେ। କିନ୍ତୁ ଯିହୁଦାର ଲୋକମାନେ ଦାଉଦଙ୍କୁ ରାଜା ଭାବରେ ମାନୁଥିଲେ।


ଶାଉଲ ବଂଶ ଓ ଦାଉଦ ବଂଶ ଯୁଦ୍ଧ ଲାଗିବା ସମୟରେ ଅ‌‌ବ୍‌‌ନର‌ ଶାଉଲଙ୍କ ଗୃହ ମଧ୍ୟରେ ନିଜକୁ ବଳବାନ୍ କଲା।


ବିନ୍ୟାମୀନ ଗୋଷ୍ଠୀରୁ 3,000 ଲୋକ ଥିଲେ। ସେମାନେ ଶାଉଲଙ୍କ ଆତ୍ମୀୟ ଥିଲେ। ସେହି ପର୍ଯ୍ୟନ୍ତ ସେମାନଙ୍କ ମଧ୍ୟରୁ ଅଧିକାଂଶ ଶାଉଲଙ୍କ ପରିବାର ପ୍ରତି ବିଶ୍ୱସ୍ତ ଥିଲେ।


ଏହି ଭୂମି ଇଫ୍ରୟିମ ଲୋକଙ୍କୁ ଅଧିକାର ପାଇଁ ଦିଆ ଯାଇଥିଲା। ଏହାର ପୂର୍ବ ସୀମା ଉଚ୍ଚ ସୀମା ବୈଥୋରୋଣ ପର୍ଯ୍ୟନ୍ତ ଅଟାରୋତ୍-ଅଦ୍ଦର ସେମାନଙ୍କର ଅଧିକାର ସୀମା ହେଲା।


ତହୁଁ ଏହାର ସୀମା ପଶ୍ଚିମ ତପୂହଠାରୁ କାନ୍ନା ନଦୀଦେଇ ଗଲା ଓ ଏହାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ନିଜ ନିଜ ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର।


ଏହା ଛଡ଼ା ମନଃଶି ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ ସନ୍ତାନଗଣର ପୃଥକୀକୃତ ଗ୍ରାମ ସମେତ ବହୁତ ନଗର ଥିଲା।


ଏହା ପରେ ମନଃଶି ପରିବାରବର୍ଗର ଲୋକମାନେ ଭୂମିର ଅଧିକାରୀ ହେଲେ। ମନଃଶି ଥିଲେ ଯୋଷେଫଙ୍କର ପ୍ରଥମ ପୁତ୍ର। ମନଃଶିଙ୍କର ପ୍ରଥମ ପୁତ୍ର ମାଖୀର ଗିଲିୟଦର ପିତା ଥିଲା। ମାଖୀର ଥିଲେ ଜଣେ ଯୋଦ୍ଧା ସୈନିକ। ତେଣୁ ଗିଲିୟଦ ଏବଂ ବାଶନର ସମସ୍ତ ଭୂମି ତାଙ୍କୁ ଓ ତାଙ୍କର ଉତ୍ତରାଧିକାରୀମାନଙ୍କୁ ଦିଆଗଲା।


ବିନ୍ୟାମୀନର ପରିବାରବର୍ଗଗଣ ଯିହୁଦା ଓ ଯୋଷେଫଙ୍କର ମଧ୍ୟବର୍ତ୍ତୀ ଅଞ୍ଚଳରେ ଭୂମି ପାଇଲେ। ବିନ୍ୟାମୀନ ପ୍ରତ୍ୟେକ ପରିବାରବର୍ଗର ଲୋକମାନେ ସେମାନଙ୍କର ଭାଗ ପାଇଲେ। ଏହି ଭୂମି ଯାହାକି ବିନ୍ୟାମୀନ ପରିବାରବର୍ଗଙ୍କ ପାଇଁ ସ୍ଥିର କରାଯାଇଥିଲା।


ଯର୍ଦ୍ଦନ ଏହାର ପୂର୍ବ ସୀମା ଥିଲା। ବିନ୍ୟାମୀନଙ୍କର ପରିବାରବର୍ଗ ସେମାନଙ୍କର ଗୋଷ୍ଠୀ ଅନୁସାରେ ତାହା ଅଧିକାର କଲେ।


ଇଫ୍ରୟିମ ଗୋଷ୍ଠୀରୁ 20,800 ଲୋକ ଥିଲେ। ସେମାନେ ସାହସୀ ସୈନ୍ୟ ଥିଲେ। ସେମାନେ ନିଜର ପରିବାରରେ ଅତି ପ୍ରସିଦ୍ଧ ଥିଲେ।


Swiv nou:

Piblisite


Piblisite