Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 20:14 - ପବିତ୍ର ବାଇବଲ

14 ଶେବଃ ଇସ୍ରାଏଲର ସମସ୍ତ ପରିବାରବର୍ଗ ମଧ୍ୟଦେଇ ଆବେଲ୍, ବୈ‌ଥ୍‌ମାଖା ଗମନ କଲା। ସମସ୍ତ ବେରୀୟମାନେ ଏକତ୍ରିତ ହେଲେ, ଓ ତା'ର ପଛେ ପଛେ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଉତ୍ତାରେ ଯୋୟାବ ଇସ୍ରାଏଲର ଯାବତୀୟ ବଂଶ ମଧ୍ୟଦେଇ ଆବେଲ୍ ଓ ବୈଥ୍ମାଖା ଓ ସମସ୍ତ ବେରୀମ୍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ।

Gade chapit la Kopi

ଓଡିଆ ବାଇବେଲ

14 ଏଉତ୍ତାରେ ଯୋୟାବ ଇସ୍ରାଏଲର ସମସ୍ତ ବଂଶ ମଧ୍ୟଦେଇ ଆବେଲ୍‍ ଓ ବେଥ୍‍ମାଖା ଓ ସମସ୍ତ ବେରୀମ୍‍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଉତ୍ତାରେ ଯୋୟାବ ଇସ୍ରାଏଲର ସମସ୍ତ ବଂଶ ମଧ୍ୟଦେଇ ଆବେଲ୍‍ ଓ ବେଥ୍‍ମାଖା ଓ ସମସ୍ତ ବେରୀମ୍‍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ।

Gade chapit la Kopi




2 ଶାମୁୟେଲ 20:14
8 Referans Kwoze  

ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲତ-ପିଲେଷର ଆସି ଇୟୋନ, ଆବେଲ୍-ବୈ‌‌‌ଥ୍‌‌‌ମାଖା, ଯାନହୋକେଦେଶ, ହା‌ତ୍‌ସୋର, ଗିଲିୟଦ, ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ଅଧିକାର କଲା। ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।


ବି‌ନ୍‌ହଦଦ୍ ରାଜା ଆସାଙ୍କ ସହିତ ସମ୍ମତ ହେଲେ। ଇସ୍ରାଏଲର ସହରଗୁଡ଼ିକ ଉପରେ ଆକ୍ରମଣ କରିବା ନିମନ୍ତେ ବି‌ନ୍‌ହଦଦ୍ ତାଙ୍କ ସୈନ୍ୟଦଳର ସେନାପତିମାନଙ୍କୁ ପଠାଇଲେ। ସେହି ସେନାପତିମାନେ ଇୟୋନ, ଦାନ ଓ ଆବେଲମୟିମ୍ ସହରଗୁଡ଼ିକ ଉପରେ ଆକ୍ରମଣ କଲେ। ସେମାନେ ନପ୍ତାଲି ଅଞ୍ଚଳର ସମସ୍ତ ସହରଗୁଡ଼ିକ ଉପରେ ମଧ୍ୟ ଆକ୍ରମଣ କଲେ, ଯେଉଁଠାରେ ଜିନିଷ ଠୁଳ କରି ରଖାଯାଇଥିଲା।


ରାଜା ବି‌ନ୍‌ହଦଦ୍ ଆସାଙ୍କ କଥାରେ ସମ୍ମତ ହେଲେ ଏବଂ ତାଙ୍କ ଅଧ୍ୟକ୍ଷରେ ଥିବା ତାଙ୍କର ସୈନ୍ୟଦଳ ପଠାଇଲେ ଏବଂ ଇସ୍ରାଏଲ ସହରର ଇୟୋନ୍, ଦାନ୍, ଆବେଲ୍ ବୈ‌‌‌ଥ୍‌‌‌ମାଖା, ସମୁଦାୟ କିନ୍ନେରତ୍ ଓ ନପ୍ତାଲିର ସମସ୍ତ ଭୂମି ପରାସ୍ତ କଲେ।


ବିନ୍ୟାମୀନ ବଂଶ ମଧ୍ୟ ଗିବିୟୋନର ରାମତ୍, ବେରୋତ୍,


ସେଠାରୁ ସେମାନେ ବେର ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର। ମୁଁ ସେମାନଙ୍କୁ ଜଳ ଦେବି।”


ଅମାସାକୁ ରାଜ ପଥରୁ ନେଇ ଗଲାପରେ ସମସ୍ତ ଲୋକ ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ।


ଯୋୟାବ ଏବଂ ତାଙ୍କର ଲୋକମାନେ ଆସିଲେ ଏବଂ ବୈ‌ଥ୍‌ମାଖାସ୍ଥିତ ଆବେଲରେ ତାଙ୍କୁ ରୁଦ୍ଧ କଲେ ଓ ନଗର ନିକଟରେ ଏକ ଢିପି ପ୍ରସ୍ତୁତ କଲେ। ତାହା ଗଡ଼ପାଚେରୀ ପାଖରେ ନିର୍ମିତ ହେଲା, ତହିଁରେ ଯୋୟାବର ସମସ୍ତ ସଙ୍ଗୀଲୋକ ପାଚେରୀ ଭୂମିସାତ୍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ।


ମାଖାତୀୟର ପୌତ୍ର ଅହ‌ସ୍‌ବୟର ପୁତ୍ର ଇଲୀଫେଲଟ୍, ଗୀଲୋନୀୟ ଅହୀଥୋଫଲର ପୁତ୍ର ଇଲୀୟାମ,


Swiv nou:

Piblisite


Piblisite