Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:40 - ପବିତ୍ର ବାଇବଲ

40 ହେ ପରମେଶ୍ୱର, ତୁମ୍ଭେ ମୋତେ ଯୁଦ୍ଧ କ୍ଷେତ୍ରରେ ବଳଶାଳୀ କରିଅଛ। ତୁମ୍ଭେ ମୋର ଶତ୍ରୁମାନଙ୍କୁ ମୋ’ ନିକଟରେ ପକାଇ ଦେଇଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ ମୋହର କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ।

Gade chapit la Kopi

ଓଡିଆ ବାଇବେଲ

40 ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ କଟି ପରି ବଳ ଦେଇଅଛ; ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ କଟି ପରି ବଳ ଦେଇଅଛ; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ।

Gade chapit la Kopi




2 ଶାମୁୟେଲ 22:40
11 Referans Kwoze  

ହେ ମୋର ପରମେଶ୍ୱର, ତୁମ୍ଭରି ସାହାଯ୍ୟରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦେବୁ। ତୁମ୍ଭର ନାମକୁ ନେଇ ଆମ୍ଭେମାନେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଗ୍ଭଲିଯିବୁ।


ଯେପରି ପରମେଶ୍ୱର ତାହାଙ୍କ ମହାନ୍ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ; ଯେ ତୁମ୍ଭେମାନେ ଧୈର୍ଯ୍ୟବାନ ହେବ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ। ତା'ହେଲେ ଯାଇ ତୁମ୍ଭେ ପ୍ରସନ୍ନ ହେବ


ଯେଉଁମାନେ ତୁମ୍ଭକୁ କଷ୍ଟ ଦେଇଥିଲେ ସେମାନଙ୍କର ସନ୍ତାନଗଣ ତୁମ୍ଭ ନିକଟକୁ ଆସି ନତ ହେବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କରିଥିଲେ, ସେମାନେ ସମସ୍ତେ ତୁମ୍ଭ ପଦତଳେ ପ୍ରଣାମ କରିବେ। ଆଉ ସେମାନେ ତୁମ୍ଭକୁ ‘ସଦାପ୍ରଭୁଙ୍କର ନଗରୀ ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ’ ବୋଲି ସମ୍ବୋଧନ କରିବେ।


ହେ ପରମେଶ୍ୱର, ତୁମ୍ଭେ ମୋତେ ଯୁଦ୍ଧ କ୍ଷେତ୍ରରେ ବଳଶାଳୀ କରିଛ। ତୁମ୍ଭେ ମୋର ଶତ୍ରୁମାନଙ୍କୁ ମୋ’ ନିକଟରେ ପକାଇ ଦେଇଛ।


ସେମାନେ ମେଷଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ: “ତୁମ୍ଭେ ଚର୍ମପତ୍ର ଗ୍ରହଣ କରିବାକୁ ଏବଂ ମୁଦ୍ରା ଖୋଲିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ; ଏବଂ ତୁମ୍ଭର ରକ୍ତରେ ପ୍ରତ୍ୟେକ ଗୋଷ୍ଠୀ, ଭାଷା, ବଂଶ ଓ ଜାତି ମଧ୍ୟରୁ ପରମେଶ୍ୱରଙ୍କ ପାଇଁ ଲୋକମାନଙ୍କୁ କିଣିଥିଲ


ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅଦ୍ୱିତୀୟ। ଆମ୍ଭ ବ୍ୟତୀତ ପରମେଶ୍ୱର କେହି ନାହାନ୍ତି। ତୁମ୍ଭେ ଆମ୍ଭକୁ ନ ଜାଣିଲେ ମଧ୍ୟ ଆମ୍ଭେ ତୁମ୍ଭକୁ ସୁଦୃଢ଼ କରିବା।


ସେ ମୋତେ ସ୍ନେହ କରନ୍ତି ଏବଂ ରକ୍ଷା କରନ୍ତି। ସେ ମୋର ଉଚ୍ଚ ପର୍ବତରେ ନିରାପଦ ସ୍ଥାନ। ସେ ମୋତେ ଉଦ୍ଧାର କରନ୍ତି। ସେ ମୋର ଢାଲ, ସେ ହେଉଛନ୍ତି ମୋ’ ଆଶ୍ରୟସ୍ଥଳ। ସଦାପ୍ରଭୁ ମୋର ଲୋକମାନଙ୍କୁ ଶାସନ କରିବାରେ ମୋତେ ସାହାଯ୍ୟ କରନ୍ତି।


ପରମେଶ୍ୱର ଆମ୍ଭକୁ ବଳ ପ୍ରଦାନ କରନ୍ତି। ସେ ମୋତେ ଶୁଦ୍ଧ ଜୀବନଯାପନ କରିବା ପାଇଁ ସାହାଯ୍ୟ କରନ୍ତି।


ତେଣୁ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଗଲେ, ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରି ତାଙ୍କୁ ପରାସ୍ତ କଲେ ଓ ସେମାନଙ୍କର ପଶୁମାନଙ୍କୁ ନେଇଗଲେ। ଏହିପରି ଭାବରେ ଦାଉଦ କିୟୀଲାର ଲୋକମାନଙ୍କୁ ରକ୍ଷା କଲେ।


ଅଭିଶାପ ଦୁଷ୍ଟବ୍ୟକ୍ତିର ବସ୍ତ୍ର ପରି ହେଉ ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ।‌”


Swiv nou:

Piblisite


Piblisite